ଶ୍ରମିକମାନେ ୧୨ ଘଣ୍ଟା କାର୍ଯ୍ୟ କରିପାରିବେ

ଭୁବନେଶ୍ୱର, ୯।୫(ବ୍ୟୁରୋ): ରାଜ୍ୟ ସରକାର ୨୦୨୦ ଏପ୍ରିଲ ୨୦ରେ ଶିଳ୍ପ ଓ ବାଣିଜି୍ୟକ କାର୍ଯ୍ୟକଳାପ ପାଇଁ ଜାରି କରିଥିବା କଟକଣାକୁ କିଛି ମାତ୍ରାରେ କୋହଳ କରିଛନ୍ତି। ଶ୍ରମିକମାନେ ଦୈନିକ ୮ ଘଣ୍ଟା ବଦଳରେ ୧୨ ଘଣ୍ଟା କାମ କରି ପାରିବେ। ଶ୍ରମିକମାନଙ୍କୁ କାରଖାନାରେ ଦୈନିକ ୧୨ ଘଣ୍ଟାରୁ ଅଧିକ କିମ୍ବା ସପ୍ତାହକୁ ୭୨ ଘଣ୍ଟାରୁ ଅଧିକ ସମୟ କାମରେ ନିୟୋଜିତ କରାଯାଇ ପାରିବ ନାହିଁ। କୌଣସି ଶ୍ରମିକ ଏକାଥରରେ ୬ଘଣ୍ଟାରୁ ଅଧିକ ସମୟ କାମ କରିବା ଉପରେ କଟକଣା ଜାରି କରାଯାଇଛି। ପ୍ରତି ୬ ଘଣ୍ଟାରେ ୩୦ ମିନିଟ ପାଇଁ ବିଶ୍ରାମ ଦେବାକୁ ପଡ଼ିବ। କାରଖାନା ଆଇନର ଧାରା ୫୪ ଅନୁଯାୟୀ ଜଣେ ଶ୍ରମିକ ସପ୍ତାହକୁ ୨୪ ଘଣ୍ଟାରୁ ଅଧିକ ସମୟ ଓଭର ଟାଇମ୍‌ କରି ପାରିବେ ନାହିଁ। ଶ୍ରମିକମାନଙ୍କୁ ଦୈନିକ ୪ ଘଣ୍ଟାର ଓଭର ଟାଇମ୍‌ ମଜୁରି ଦେବାକୁ ପଡ଼ିବ। କାରଖାନାରେ ୧୩ ଘଣ୍ଟାରୁ ଅଧିକ ସମୟ ରହି ହେବ ନାହିଁ। କୌଣସି ମହିଳା ଶ୍ରମିକଙ୍କୁ ସରକାରଙ୍କ ବିନାନୁମତିରେ ସନ୍ଧ୍ୟା ୭ଟାରୁ ସକାଳ ୬ଟା ଯାଏ କାର୍ଯ୍ୟରେ ଲଗାଯାଇ ପାରିବ ନାହିଁ। ଏହି ସମୟରେ କୋଭିଡ-୧୯ ସଂକ୍ରାନ୍ତ ଗାଇଡ୍‌ଲାଇନ୍‌କୁ କଡ଼ାକଡ଼ି ପାଳନ କରିବାକୁ ସରକାର ଶିଳ୍ପ ସଂସ୍ଥାଗୁଡିକୁ ପରାମର୍ଶ ଦେଇଛନ୍ତି। ସୂଚନା ଓ ଲୋକ ସମ୍ପର୍କ ସଚିବ ସଞ୍ଜୟ କୁମାର ସିଂ ଶୁକ୍ରବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri