ଶ୍ରମିକ କୋଭିଡ କିଟ୍ସ କିଣାରେ ୩୦୦ କୋଟି ଦୁର୍ନୀତି ଅଭିଯୋଗ: ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ପ୍ରଦୀପ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଗୋଟିଏ ପଟେ ରାଜ୍ୟ ସରକାର କୋଭିଡ ମୁକାବିଲାରେ ବ୍ୟସ୍ତ ଥିବା ବେଳେ ଏହି ସମୟରେ ବିଭିନ୍ନ ଦୁର୍ନୀତି ନେଇ ଅଭିଯୋଗ ଆସୁଛି। ଏହି କ୍ରମରେ ଶ୍ରମିକଙ୍କ ପାଇଁ କୋଭିଡ କିଟ୍ସ କିଣାରେ ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ବଡ଼ ଦୁର୍ନୀତି ଅଭିଯୋଗ ଆଣିଛନ୍ତି। ଶ୍ରମିକଙ୍କ ପାଇଁ କିଣାଯାଇଥିବା କିଟ୍ସରେ ୩୦୦ କୋଟିର ଦୁର୍ନୀତି ହୋଇଛି ବୋଲି ସେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ କହିଛନ୍ତି।

ପ୍ରଦୀପ କହିଛନ୍ତି, ୨୮ ଲକ୍ଷ ୨୨ହଜାର ଶ୍ରମିକଙ୍କ ଅର୍ଥ ହରିଲୁଟ ହୋଇଛି। ଚଷମା, ଜୋତା, ଗ୍ଲୋବ୍ସ, ହେଲମେଟ୍‌, ଜ୍ୟାକେଟ୍‌ କିଣାରେ ଦୁର୍ନୀତି ହୋଇଛି। ୧୨ଟଙ୍କା ଚଷମାକୁ ୬୦ଟଙ୍କାରେ, ୧୮୫ ଟଙ୍କା ଜୋତାକୁ ୪୧୩ ଟଙ୍କାରେ, ୧୦ ଟଙ୍କା ଗ୍ଲୋବ୍ସକୁ ୯୦ଟଙ୍କାରେ, ୪୫ ଟଙ୍କା ହେଲ୍‌ମେଟ୍‌କୁ ୧୧୦ ଟଙ୍କାରେ କିଣାଯାଇଛି। ବମିଖାଲର ଏକ ସଂସ୍ଥାରୁ ୨ ଟଙ୍କାର ମାସ୍କକୁ ୮୦ ଟଙ୍କାରେ କିଣା ଯାଇଛି। ଏହି ଅବସରରେ ମାଲକାନଗିରି, କଟକ, ଅନୁଗୋଳ ଜିଲାର ତଥ୍ୟ ପ୍ରଦାନ କରିଛନ୍ତି। ଏପରିକି ଏହି ଘଟଣାରେ ୩ ଜିଲାର ଜିଲାପାଳ ଓ ଶ୍ରମମନ୍ତ୍ରୀଙ୍କୁ ତଦନ୍ତ ଘେରକୁ ଆଣିବାକୁ ସେ ଦାବି କରିଛନ୍ତି। ଏଥିସହ ସେ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂହଙ୍କ ଇସ୍ତଫା ମଧ୍ୟ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri