ଶ୍ରମିକ ଛଟେଇ ପାଇଁ ଖଣି କମ୍ପାନୀର ନୋଟିସ୍‌ :  ପ୍ରତିବାଦରେ ଆନ୍ଦୋଳନ ଚେତାବନୀ ଦେଲା ଏଆଇଟିୟୁସି

ଯୋଡ଼ା, ୯।୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରେ ୨୦୨୦ ମାର୍ଚ୍ଚ ୩୧ ସୁଦ୍ଧା ଶେଷ ହେଉଥିବା ଥିବା କେତେ ଗୁଡିଏ ଖଣି ଗୁଡିକର ନିଲାମ ପ୍ରକ୍ରିୟା ଇତିମଧ୍ୟରେ ଶେଷ ହୋଇଥିବା ବେଳେ ଅନ୍ୟ କେତେ ଗୁଡିକର ନିଲାମ ପ୍ରକ୍ରିୟା ଆଗକୁ ରହିଛି। ଏହି ନିଲାମ ପ୍ରକ୍ରିୟା ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହାପରେ ନିଲାମ ହାତେଇଥିବା କମ୍ପାନୀ ଗୁନିକୁ ଲେଟର ଅଫ୍‌ ଇଣ୍ଟେଣ୍ଟ ପ୍ରଦାନ କରାଯିବ।
ଇତି ମଧ୍ୟରେ ଖଣି ନିଲାମ ଦ୍ୱାରା କେବଳ ସିରାଜୁଦ୍ଦିନ୍‌ କମ୍ପାନୀ ତାର ବଳଦା ଖଣି ଓ କେ.ଏନ. ରାମ୍‌ କମ୍ପାନୀ ରୋଇଡା ଖଣିକୁ ପୁନଃ ନିଜ ଅଧୀନକୁ ଆଣିବାରେ ସଫଳ ହୋଇଛି। ଅନ୍ୟ ସବୁ ବଡ ବଡ ଖଣି ତଥା କେଜେ୍‌ଏସ୍‌ ଆହାଲୁଓ୍ବାଲିଆ ନୂଆଗାଁ ଲୌହ ଖଣି ଓ ରୁଙ୍ଗଟାର ଜଜାଙ୍ଗ ଖଣି ଜେଏସଡବ୍ଲ୍ୟୁ କମ୍ପାନୀକୁ ମିଳିଥିବା ବେଳେ ଏସେଲ୍‌ ମାଇନିଂର ଜିଲିଂ ଖଣି ଶ୍ୟାମ୍‌ ସେଲ୍‌ ଏବଂ କେ.ପି ମିନେରାଲ୍ସର ଠାକୁରାଣୀ ଖଣି ଆର୍ସେଲର ମିତଲ କମ୍ପାନୀକୁ ମିଳିଛି ା ପୁନଃ ଲିଜ୍‌ ପାଇ ନ ଥିବା ସମସ୍ତ ଖଣି କମ୍ପାନୀ ଗୁଡ଼ିକ ନିଜ ନିଜର ଶ୍ରମିକଙ୍କୁ ଛଟେଇ କରିବା ପାଇଁ ନୋଟିସ ଜାରି କରିଥିବା ବେଳେ ବର୍ତ୍ତମାନ ଖଣିରେ କାର୍ଯ୍ୟରତ ଶ୍ରମିକଙ୍କୁ ପୁନଃ ନିଯୁକ୍ତି ଦେବା ପାଇଁ ସରକାରଙ୍କ ପକ୍ଷରୁ ନୂତନ ଲିଜ୍‌ ପାଇଥିବା କମ୍ପାନୀଗୁଡ଼ିକୁ କୌଣସି ନିର୍ଦ୍ଦେଶ ଦିଆଯାଇନାହିଁ। ତେଣୁ ହଜାର ହଜାର ଶ୍ରମିକ ସେମାନଙ୍କର କର୍ମ ସଂସ୍ଥାନ ହରାଇବାର ଆଶଙ୍କା ଦେଖାଦେଇଛି ା ରାଜ୍ୟ ସରକାର ନୂତନ ଲିଜ୍‌ ଧାରୀମାନଙ୍କୁ କାର୍ଯ୍ୟାଦେଶ ଦେବା ସମୟରେ ସମସ୍ତ କାର୍ଯ୍ୟରତ ଶ୍ରମିକମାନଙ୍କୁ ନିଯୁକ୍ତିର ସର୍ତ୍ତ ରଖିବା ପାଇଁ ଏଆଇଟିୟୁସି ପକ୍ଷରୁ ଦାବି କରାଯାଇଛି ା ଏଣୁ ଖଣିରେ କାର୍ଯ୍ୟରତ ଶ୍ରମିକ ଓ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାନଗଲେ ଆଗାମୀ ଦିନରେ ଶ୍ରମିକ ସଂଘ ଏଆଇଟିୟୁସି ପକ୍ଷରୁ ଜିଲାରେ ବ୍ୟାପକ ଆନ୍ଦୋଳନ କରାଯିବାର ପ୍ରସ୍ତୁତି କରାଯାଉଥିବା ଏଆଇଟିୟୁସିର ରାଜ୍ୟ ସଂପାଦକ ମହେଶ୍ୱର ରାଉତ ସୂଚନା ଦେଇଛନ୍ତି। ଏଠାରେ ସୂଚନା ଯୋଗ୍ୟ କି, ଯୋଡା ଖଣି ମଣ୍ଡଳର ବିଭିନ୍ନ ଖଣିରେ କାର୍ଯ୍ୟ କରୁଥିବା ଶ୍ରମିକଙ୍କୁ ନିଯୁକ୍ତି ଓ ଅନ୍ୟାନ୍ୟ ଦାବି କରି ସ୍ଥାନୀୟ ଅଞ୍ଚଳରେ ଥିବା ବିଭିନ୍ନ ସଂଗଠନ ପକ୍ଷରୁ ଆନ୍ଦୋଳନ କରାଯିବାର ଆଶଙ୍କା ଦେଇଖାଦେଇଛି। ତେଣୁ ସରକାର ଏଥିପ୍ରତି ଯତ୍ନବାନ ନହେଲେ ଅଞ୍ଚଳରେ ନିଯୁକ୍ତି ପାଇଁ ହିଂସାତ୍ମକ ପରିବେଶ ସୃଷ୍ଟି ହେବ, ଏଥିରେ ତିଳେ ମାତ୍ର ସନ୍ଦେହ ନାହିଁ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଡିଓଙ୍କ ଚାମ୍ବରରେ ଭିଡିଓ ରେକର୍ଡିଂ, ସରପଞ୍ଚ ଚାମେଲିଙ୍କୁ ଉଠାଇନେଲା ପୋଲିସ, ଛାତି – ପେଟକୁ ମାଡ ମାରି…

କେନ୍ଦ୍ରାପଡ଼ା/ମହାକାଳପଡ଼ା, ୧୨ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରୀ ଗ୍ରାମ ପଞ୍ଚାୟତ ସରପଞ୍ଚ ଚାମେଲି ଓଝା ଗୁରୁବାର ବିଡିଓଙ୍କ ଚାମ୍ବରରେ…

ତାମିଲନାଡୁକୁ ଚାଲାଣ ଅଭିଯୋଗ, ୨ ଜଣ ବାନ୍ଧିଲା ପୋଲିସ, ଆଦିବାସୀ ଯୁବତୀଯୁବକଙ୍କୁ ପ୍ରଲୋଭନ ଦେଖାଇ…

ହାଟଡିହୀ/ଆନନ୍ଦପୁର/ ବଞ୍ଚୋ/ ଛେନାପଦି , ୧୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ/ ନିରାକାର ପରିଡା): ଆଦିବାସୀ କିଶୋର କିଶୋରୀ କିଶୋରଙ୍କୁ ପ୍ରଲୋଭନ ଦେଖାଇ ତାମିଲନାଡୁକୁ ଚାଲାଣ…

କାଳବୈଶାଖୀର ତାଣ୍ଡବ : ରାସ୍ତା ଉପରେ ଗଛ ପଡ଼ି ଯାତାୟାତ ବାଧାପ୍ରାପ୍ତ

ବଞ୍ଚୋ, ୧୧।୬ :(ପ୍ରଦୋଷ ବିଶ୍ୱାଳ ): କାଳବୈଶାଖୀର ପ୍ରଭାବରେ ଆନନ୍ଦପୁର ପୌରାଞ୍ଚଳର ମାଳିସାହି ନିକଟରେ ଏକ ବଡ଼ ଗଛ ଉପୁଡ଼ି ପଡ଼ିବା ଫଳରେ କରଞ୍ଜିଆଭଦ୍ରକ ରାସ୍ତାରେ କିଛି…

ନାବାଳିକା ଗର୍ଭଧାରଣ ଘଟଣାରେ ପୋଲିସର ବଡ଼ ଆକ୍ସନ! ଯୁବକ ଗିରଫ

ବଞ୍ଚୋ,୧୧।୬(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲାର ସୋସୋ ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକା ଗର୍ଭବତୀ ହେବା ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି…

ରହସ୍ୟଘେରରେ ମହିଳାଙ୍କ ମୃତ୍ୟୁ, ବିଷ କ୍ରିୟାରେ ମହିଳାଙ୍କ ମୃତ୍ୟୁକୁ ନେଇ…

ହାଟଡିହୀ/ଛେନାପଦୀ,୧୦।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଶାଳକଣିଆଁ ଗ୍ରାମରେ ଜଣେ ମହିଳାଙ୍କୁ ବିଷ ଦେଇ ମାରି ଦେଇଥିବା ଅଭିଯୋଗ ହୋଇଛି । ଏହି ଆଧାରରେ…

ଅପରେଶନ ବୈତରଣୀ: ୪ ହାଇୱା, ଜେସିବି, ଖନନ ଯନ୍ତ୍ର, ୩୩ ଟ୍ରାକ୍ଟର ଜବତ: ୩୮ ମାମଲା ରୁଜୁ…

ହାଟଡିହୀ/ଆନନ୍ଦପୁର/ବଞ୍ଚୋ, ୧୦।୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ):‘ଅପରେଶନ ବୈତରଣୀ’ର ଧାରାବାହିକତା ଏବଂ କେନ୍ଦୁଝର ଜିଲା ପୋଲିସ ଅଧୀକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆନନ୍ଦପୁର ଉପଖଣ୍ଡ ପୋଲିସ ପକ୍ଷରୁ…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ନବମ ଗ୍ରାମସଭା: ଏକର ପିଛା ଏତେ କୋଟି ଦାବି କଲେ ଗ୍ରାମବାସୀ

ପାଟଣା,୧୦।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ର ୧୨ଟି ମୌଜା ର ଜମି କୁ ନେଇ ପ୍ରସ୍ତାବିତ…

ବିଦେଶରେ ଫସି ରହିଛନ୍ତି ଆନନ୍ଦପୁରର ଯୁବକ, ଉଦ୍ଧାର ପାଇଁ ପ୍ରଶାସନକୁ ନିବେଦନ କଲେ…

ବଞ୍ଚୋ,୧୦।୬(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ଯୁବକ ସତ୍ୟଦୀପ ସାହୁ ତାଞ୍ଜାନିଆରେ ଫସି ରହିଥିବା ନେଇ ଚିନ୍ତା ପ୍ରକାଶ ପାଇଛି। ତାଙ୍କୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri