ଶ୍ରମିକ ନେତା ସୌରିବନ୍ଧୁ କରଙ୍କ ପରଲୋକ

ଭୁବନେଶ୍ୱର,୧୪ା୪ (ବ୍ୟୁରୋ): ବିଶିଷ୍ଟ ଟ୍ରେଡ୍‌ ୟୁନିୟନ ନେତା ତଥା ଲେଖକ ସୌରିବନ୍ଧୁ କରଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ୭୨ ବର୍ଷ ହୋଇଥିଲା। ସେ ଅସୁସ୍ଥତା କାରଣରୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ୧୯୪୮ରେ ଯାଜପୁର ଜିଲାର ଖଣ୍ଡିତର ଗଁାରେ ଜନ୍ମଗ୍ରହଣ କରିଥିଲେ। ସେ ୨୦୧୨ ମସିହାରେ ଜୀବନୀ ପୁସ୍ତକ ‘ମାନବତାର ମହାତୀର୍ଥ’ ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। ୨ଟି ଶିଶୁ ସାହିତ୍ୟ ସଙ୍କଳନ, ୩ଟି ଜୀବନୀ, ୪ଟି ଗଳ୍ପ ସଙ୍କଳନ, ୨ଟି ଉପନ୍ୟାସ ଓ ଗୋଟିଏ ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ। ସେ ସ୍ବାମୀ ବିବେକାନନ୍ଦଙ୍କ ଦର୍ଶନ ସମ୍ପର୍କରେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ପିଏଚ୍‌ଡି ଲାଭ କରିଥିଲେ। ସେ କାନାରା ବ୍ୟାଙ୍କରେ ଚାକିରି କରିବା ସହ ଏଆଇଟିୟୁସିର ସର୍ବଭାରତୀୟ ସାଧାରଣ ସମ୍ପାଦକ ମଧ୍ୟ ଥିଲେ। ତାଙ୍କର ୩ ପୁଅ ଓ ଗୋଟିଏ ଝିଅ ଅଛନ୍ତି। ସେ ଭୁବନେଶ୍ୱର ଗଜପତିନଗରରେ ରହୁଥିଲେ। ଏଆଇଟିୟୁସିର ନେତୃତ୍ୱ ନେଇ ଗରିବ, ଅବହେଳିତଙ୍କ ଦାବି ସରକାରଙ୍କ ପାଖରେ ଉପସ୍ଥାପିତ କରି ସେ ନିଜକୁ ଜଣେ ଶ୍ରମିକ ନେତା ଭାବେ ଗଢି ତୋଳିଥିଲେ। ବିଶିଷ୍ଟ ସମାଲୋଚକ ତଥା ପ୍ରଫେସର ବାଉରିବନ୍ଧୁ କରଙ୍କ ବଡ଼ ଭାଇ ଥିଲେ। ତାଙ୍କ ମୃତ୍ୟୁରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri