ଦିଗପହଣ୍ଡି/ପାଟପୁର,୨ା୯(ଡି.ଏନ.ଏ.)-ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ଶ୍ରମିକ ପଞ୍ଜୀକରଣ ପାଇଁ ଦଲାଲମାନେ ବୁଲୁଥିବା ଅଭିଯୋଗ ହୋଇଛି। ନିର୍ମାଣ ଶ୍ରମିକଙ୍କୁ ମିଳୁଥିବା ବିଭିନ୍ନ ସରକାରୀ ସହାୟତା ସମ୍ପର୍କରେ ଲୋକଙ୍କୁ ବିଶଦ ଭାବେ ବୁଝାଉଛନ୍ତି। ଏଥିରେ ଲୋକେ ପ୍ରଭାବିତ ହୋଇ ସରକାରୀ ସହାୟତା ମିଳିବା ଆଶାରେ ଦରଖାସ୍ତ କରୁଛନ୍ତି । ପ୍ରତି ଦରଖାସ୍ତ ପିଛା ୨୦୦ରୁ ୩୦୦ ଟଙ୍କା ପର୍ଯ୍ୟନ୍ତ ଆଦାୟ କରାଯାଉଛି। ଏହି ପ୍ରକ୍ରିୟାରେ ବହୁ ଗରିବ ଲୋକ ଠକାମିର ଶିକାର ହେଉଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ କୃଷିକାର୍ଡ କରାଇଦେବାର ପ୍ରଲୋଭନ ଦେଖାଇ କିଛି ନିର୍ଦ୍ଦିଷ୍ଟ ବେସରକାରୀ ସଂସ୍ଥାର କର୍ମକର୍ତ୍ତା ସଦସ୍ୟ ବିଭିନ୍ନ ଗାଁକୁ ଯାଇ ଲୋକଙ୍କଠାରୁ ଅର୍ଥ ଆଦାୟ କରିଛନ୍ତି। ସେମାନଙ୍କୁ ସାନଖେମୁଣ୍ଡି ବ୍ଲକ ପାଟପୁର ପଞ୍ଚାୟତରେ ଲୋକେ ଧରି ସାନଖେମୁଣ୍ଡି ବିଡିଓ ଶିବ ଶଙ୍କର ମିଶ୍ରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ବିଡିଓଙ୍କ ଉପସ୍ଥିତିରେ ସେମାନେ ନିଜ ଭୁଲ ସ୍ବୀକାର କରିବା ସହ ଆଦାୟ କରାଯାଇଥିବା ଅର୍ଥ ଫେରସ୍ତ କରିଥିବା ପାଟପୁର ସରପଞ୍ଚ ଟି. ବାବୁ ସୁବୁଦ୍ଧି କହିଛନ୍ତି। ସମ୍ପୃକ୍ତ ବ୍ୟକ୍ତି କୃଷି କାର୍ଡ ଜରିଆରେ ବ୍ୟାଙ୍କ ଋଣ ଓ ସରକାରୀ ସହାୟତା ମିଳିବ ବୋଲି କହି ଲୋକଙ୍କଠାରୁ ଆଧାର କାର୍ଡର ଜେରେକ୍ସ ଓ ୫୦ ଟଙ୍କା ନେଇଥିଲେ। ଏ ସମ୍ପର୍କରେ ବିଡିଓଙ୍କୁ ପଚାରିବାରୁ ସମ୍ପୃକ୍ତ ସଂସ୍ଥାର ସଦସ୍ୟମାନଙ୍କୁ ତାଗିଦ୍ କରାଯାଇଛି। କୌଣସି ଗ୍ରାମାଞ୍ଚଳରୁ ପୁଣି ଏଭଳି ଅଭିଯୋଗ ମିଳିଲେ ପୋଲିସ କାର୍ଯ୍ୟାନୁଷ୍ଠାନ ପାଇଁ ସେମାନଙ୍କୁ ଚେତାବନୀ ଦିଆଯାଇଥିବା କହିଛନ୍ତି। କୌଣସି ସଂସ୍ଥା ଏଭଳି କାରବାର କରୁଥିବା ଦୃଷ୍ଟିକୁ ଆସିଲେ ବ୍ଲକ ପ୍ରଶାସନ ଓ ପୋଲିସକୁ ଜଣାଇବା ଆବଶ୍ୟକ ବୋଲି ସେ ସ୍ପଷ୍ଟ କରିଛନ୍ତି ।
ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ
ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…
କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ
ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…
ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…
ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ
ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…
ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ
ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…
ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…
ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…
କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ
କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…
Archives

