ଶ୍ରମ ଆଇନ ସଂଶୋଧନ ବିଲ୍‌ ପ୍ରତ୍ୟାହାର ଦାବି

ପୁରୀ ଅଫିସ, ୨ା୮: କେନ୍ଦ୍ର ସରକାର ଶ୍ରମ ଆଇନ ସଂଶୋଧନ ବିଲ୍‌ ତୁରନ୍ତ ପ୍ରତ୍ୟାହାର ଲାଗି ସିପିଆଇ, ସିପିଆଇ(ଏମ୍‌) ଏବଂ ବିଭିନ୍ନ ଶ୍ରମିକ ସଙ୍ଗଠନ ଦାବି କରିଛନ୍ତି। ଏ ନେଇ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶୁକ୍ରବାର ଏକ ଦାବିପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି।
ଦାବିପତ୍ରରେ ଦର୍ଶାଯାଇଛି ଯେ, କେନ୍ଦ୍ର ସରକାରଙ୍କ ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟ ସାମାଜିକ ସୁରକ୍ଷା ସଂକ୍ରାନ୍ତ ୧୫ଟି ଆଇନକୁ ମିଶ୍ରଣ କରି ସାମାଜିକ ସୁରକ୍ଷା ଉପରେ ଲେବର କୋର୍ଡ ଆଣୁଛନ୍ତି। ଏହି ବିଲ୍‌ କାର୍ଯ୍ୟକାରୀ ହେଲେ ନିର୍ମାଣ ଶ୍ରମିକମାନଙ୍କ ସାମାଜିକ ସୁରକ୍ଷା ଯୋଜନା ବାଧାପ୍ରାପ୍ତ ହେବ। ଶ୍ରମ ମନ୍ତ୍ରଣାଳୟ ଜୁଲାଇ ୨୩ରେ ମଜୁରି କୋର୍ଡ ବିଲ୨୦୧୯ ଲୋକସଭାରେ ଆଗତ କରିଛନ୍ତି। ଏହାଦ୍ୱାରା ୧୩ଟି ଗୁରୁତ୍ୱପୂର୍ଣ୍ଣ ଶ୍ରମ ଆଇନ ଉଚ୍ଛେଦ ହୋଇଯିବ। କେନ୍ଦ୍ର ସରକାର ଏହାଦ୍ୱାରା ଶ୍ରମିକଙ୍କ ଅଧିକାରଙ୍କୁ ସଙ୍କୁଚିତ କରିବା ଲାଗି ଚକ୍ରାନ୍ତ କରୁଛନ୍ତି ବୋଲି ବିଭିନ୍ନ ଦଳ ଏବଂ ଶ୍ରମିକ ସଙ୍ଗଠନ ଅଭିଯୋଗ କରିଛନ୍ତି। ଭାରତୀୟ ଶ୍ରମ ସମ୍ମିଳନୀର ସର୍ବସମ୍ମତ ପ୍ରସ୍ତାବକୁ ଅଣଦେଖା କରାଯାଇଛି। କେନ୍ଦ୍ର ଶ୍ରମ ମନ୍ତ୍ରୀ ଜୁଲାଇ ୧୦ ତାରିଖରେ ଦୈନିକ ୧୭୮ ଟଙ୍କା (୨୬ଦିନ ପାଇଁ ୪୬୨୮ ଟଙ୍କା) ଘୋଷଣା କରିବା ଶ୍ରମିକ ସ୍ବାର୍ଥ ବିରୋଧୀ ବୋଲି କୁହାଯାଇଛି। ଏହି ଦାବିପତ୍ର ପ୍ରଦାନ ବେଳେ ଶ୍ରମିକ ନେତା ଜଗନ୍ନାଥ ଦେଓ, ଶରତ ରାୟଗୁରୁ, ଟୁନା ନାୟକ, ମନୋରଞ୍ଜନ ମହାରଣା, ବାହନ ପରିଡ଼ା, ବ୍ରଜବନ୍ଧୁ ପ୍ରଧାନ, ହରିହର ସେନାପତି, ପ୍ରଫୁଲ୍ଲ ମହାପାତ୍ର, ବିଦୁଲତା ପୃଷ୍ଟି, ପ୍ରଦୀପ ମହାନ୍ତି ଓ ବନମାଳୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

ଠାକୁରାଣୀ ଯାତ୍ରାର ଆକର୍ଷଣ ବଢ଼ାଉଛନ୍ତି ମାନସିକ ବେଶଧାରୀ, ଆଜି ସାବିତ୍ରୀ ଅମାବାସ୍ୟାରେ…

ଭଞ୍ଜନଗର,୧୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଶନିବାର ୨୧ ଦିନରେ ପହଞ୍ଚିଛି। ଆଉ ୪ ଦିନ ପରେ ଯାତ୍ରା ଉଦ୍‌ଯାପିତ ହେବ। ଆଜି ଅର୍ଥାତ୍‌…

ତରଭୁଜ ଖାଇ ନାବାଳକଙ୍କ ଜୀବନ ଗଲା, ପରିବାରର ଆଉ ୩ ଅସୁସ୍ଥ

ପଟ୍ଟାମୁଣ୍ଡାଇ,୧୬ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର କୁପୁଣି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ତରଭୁଜ ଖାଇ ଗୋଟିଏ ପରିବାରର ଜଣେ ନାବାଳକଙ୍କର…

ରାସ୍ତା ଉପରେ ସାମଗ୍ରୀ ରଖି କରୁଥିଲେ ବ୍ୟବସାୟ: ହଠାତ୍ ଚଢ଼ାଉ କଲା ପୋଲିସ

ନନ୍ଦପୁର, ୧୬।୫ (ତୁଷାର କାନ୍ତ ମହାନ୍ତି): ନନ୍ଦପୁର ବ୍ଲକ ସଦର ମହକୁମାର ମୁଖ୍ୟ ରାସ୍ତା ଓ ରାଜଦାଣ୍ଡ ଉପରେ ବିଭିନ୍ନ ଦୋକାନୀମାନେ ସାମଗ୍ରୀ ରଖି ରାସ୍ତାକୁ ଅବୈଧ…

+୩ ଶେଷ ବର୍ଷ ପରୀକ୍ଷାର ଫଳାଫଳ ପ୍ରକାଶ : ବିଶ୍ୱବିଦ୍ୟାଳୟ ର଼୍ୟାଙ୍କରେ ଗଞ୍ଜାମ କଲେଜର ୩ ପିଲା

ଗଞ୍ଜାମ, ୧୫।୫ (ଅନାଥ ତରାଇ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୨୬ ବର୍ଷର +୩ ଶେଷ ବର୍ଷ ପରୀକ୍ଷାର ଫଳାଫଳରେ ଗଞ୍ଜାମ କଲେଜର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

ବିଜିପୁର ଗ୍ରାମକୁ ଯିବା ବେଳେ ଯୁବକଙ୍କୁ ଧକ୍କାଦେଇ ୧୫ ଫୁଟ ତଳକୁ ଖସିପଡ଼ିଲା ଟ୍ରାକ୍ଟର: ଆଖିବୁଜିଦେଲେ…

ମୋହନା,୧୬ା୫(ମନ୍ମଥ ମିଶ୍ର): ମୋହନା ଥାନା ଅଞ୍ଚଳରେ ଶୁକ୍ରବାର ଏକ ଟ୍ରାକ୍ଟର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୋହନା ଥାନା ଅନ୍ତର୍ଗତ କିର୍ତିଂ ଗ୍ରାମର…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର,୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri