Posted inଜାତୀୟ

ଶ୍ରାଦ୍ଧ ବାର୍ଷିକୀରେ ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାହୁଲ

ନୂଆଦିଲ୍ଲୀ,୨୧।୫: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସ ନେତା ରାଜୀବ ଗାନ୍ଧୀଙ୍କ ୨୯ ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ପୁତ୍ର ରାହୁଲ ଗାନ୍ଧୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଜଣେ ସଚ୍ଚୋଟ ଦେଶଭକ୍ତଙ୍କ ପୁତ୍ରଭାବେ ସେ ଗର୍ବ ଅନୁଭବ କରନ୍ତି ବୋଲି କହିଛନ୍ତି ରାହୁଲ। ତାଙ୍କର ଦୂରଦୃଷ୍ଟି ଯୋଗୁ ଭାରତ ଉନ୍ନତିର ପଥରେ ଅଗ୍ରସର ହୋଇଥିଲା ବୋଲି ରାହୁଲ ଟୁଇଟ କରିଛନ୍ତି। ସୂଚନାଯୋଗ୍ୟ, ଅସମୟରେ ୧୯୮୪ରେ ରାଜୀବଙ୍କ ମାଆ ତଥା ଭାରତର ପ୍ରଧାନମନ୍ତ୍ରୀ ଥିବା ଇନ୍ଦିରା ଗାନ୍ଧୀଙ୍କ ମୃତ୍ୟୁ ପରେ ରାଜୀବଙ୍କୁ ପ୍ରଧାନମନ୍ତ୍ରୀ ଦାୟିତ୍ୱ ସମ୍ଭାଳିବାକୁ ପଡିଥିଲା। ମାତ୍ର ୪୦ ବର୍ଷ ବୟସରେ ସେ ଭାରତର ସର୍ବ କନିଷ୍ଠ ପ୍ରଧାନମନ୍ତ୍ରୀ ହେବାର ଗୌରବ ଅର୍ଜନ କରିଥିଲେ। ତେବେ ଅଗଷ୍ଟ ୨୦, ୧୯୪୪ରେ ଜନ୍ମ ନେଇଥିବା ରାଜୀବ ଏକ ଆତ୍ମଘାତୀ ବୋମା ବିସ୍ଫୋରଣରେ ୧୯୯୧ ମସିହା ମେ’ ୨୧ରେ ତାମିଲନାଡୁର ଶ୍ରୀପେରୁମବୁଦୁରଠାରେ ଏକ ନିର୍ବାଚନ ରାଲିରେ ଯୋଗ ଦେଇଥିବା ସମୟରେ ପ୍ରାଣ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୁଟ ଟଙ୍କାରେ ମଉଜମସ୍ତି, ୨ ଗିରଫ

ପରଜଙ୍ଗ, ୨୫।୭ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଢେଙ୍କାନାଳ ଓ ଅନୁଗୋଳ ଜିଲାରେ ବିଭିନ୍ନ ଚୋରି, ଲୁଟ୍‌, ଡକାୟତି…

ଦିଗପହଣ୍ଡି ରେ ସନ୍ଥ ଅରକ୍ଷିତ ଦାସଙ୍କ ଜନ୍ମୋତ୍ସବ:  ପ୍ରତିମୂର୍ତ୍ତୀରେ …

ଦିଗପହଣ୍ଡି,୨୫|୭ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରେ ମହାପୁରୁଷ ସନ୍ଥ ଅରକ୍ଷିତ ଦାସ ଙ୍କ ପବିତ୍ର ଜନ୍ମତ୍ସୋବ ଶନିବାର ପାଳିତ ହୋଇଯାଇଛି। ଦିଗପହଣ୍ଡି ସହର…

ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି।…

ମୋଦି ସରକାରଙ୍କୁ ପୁଣି ଟାର୍ଗେଟ୍‌ କଲେ ରାହୁଲ: କହିଲେ, ୩ ଦାବି ପୂରଣ କର

ନୂଆଦିଲ୍ଲୀ,୨୫।୭: କଂଗ୍ରେସ ଏମ୍‌ପି ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର ଏକ ସାମ୍ବାଦିକ ସମ୍ମିଳନୀରେ NEET ପେପର ଲିକ ଏବଂ ପରୀକ୍ଷା…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ମୋଦିଙ୍କ ସହ ମନ୍ତ୍ରୀଙ୍କ ନକଲି AI ଭିଡିଓ ଭାଇରାଲ; ପାକିସ୍ତାନୀ ହ୍ୟାଣ୍ଡେଲରଙ୍କ ଉପରେ ଷଡ଼ଯନ୍ତ୍ରର ଅଭିଯୋଗ

ନୂଆଦିଲ୍ଲୀ,୨୫।୭: ପ୍ରେସ ଇନଫର୍ମେସନ ବ୍ୟୁରୋ (PIB) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲଙ୍କ ନକଲି, AI-ଜେନେରେଟେଡ ଭିଡିଓଗୁଡ଼ିକର ପର୍ଦ୍ଦାଫାସ କରିଛି। PIBର ଫ୍ୟାକ୍ଟ…

କାଇଁଚପୁର ପଞ୍ଚାୟତକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓ କହିଲେ….

ଗଞ୍ଜାମ,୨୫ା୭(ବିଦ୍ୟାଧର ସାହୁ ): ପନ୍ଦର ପଞ୍ଚାୟତକୁ ନେଇ ଗଠିତ ହୋଇଛି ଗଞ୍ଜାମ ବ୍ଲକ । ପଞ୍ଚାୟତବାସୀ କିଭଳି ସରକାରଙ୍କ ବିଭିନ୍ନ ସେବା ପାଇ ପାରିବେ ସେଥିପାଇଁ ପ୍ରଶାସନ…

CJP Protest : ଅସୁସ୍ଥ ହୋଇ ପଡିଲେ ଅଭିଜିତ ଦୀପକେ

ନୂଆଦିଲ୍ଲୀ,୨୫।୭: NEET ପେପର ଲିକ ନେଇ ‘କକ୍ରୋଚ ଜନତା ପାର୍ଟି’ (CJP) ତାର ଆନ୍ଦୋଳନ ଜାରି ରଖିଛି। CJP ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଲୋଚନା ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri