ଶ୍ରାବଣ ମାସ ପ୍ରଥମ ସୋମବାର: ଜଳାଭିଷେକ ପାଇଁ ବିଭିନ୍ନ ଶୈବପୀଠରେ ଭିଡ଼

ବାଲିଗୁଡ଼ା,୨୨।୭(ଡି.ଏନ୍‌.ଏ.): ଶ୍ରାବଣ ମାସ ପ୍ରଥମ ସୋମବାରରେ ମହାଦେବଙ୍କୁ ଜଳାଭିଷେକ ଲାଗି ବିଭିନ୍ନ ଶୈବପୀଠରେ କାଉଡ଼ିଆଙ୍କ ଭିଡ଼ ଜମିଛି। ପ୍ରତ୍ୟୁଷରୁ ଖଡ଼ଗ ନଦୀ ନିକଟରେ କାଉଡ଼ିଆଙ୍କ ଭିଡ଼ ଲାଗିଥିଲା। ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳ ଏବଂ ରାଜ୍ୟ ତଥା ରାଜ୍ୟ ବାହାରୁ ମଧ୍ୟ ଶତାଧିକ ଶିବଭକ୍ତ ଆସି ଜଳଲାଗି କରିଛନ୍ତି। ନଦୀକୂଳରେ ବାଲିରେ ଶିବଲିଙ୍ଗ ପ୍ରତିଷ୍ଠା ସହ ରୀତିନୀତିରେ ପୂଜାର୍ଚ୍ଚନା ପୂର୍ବକ କାଉଡ଼ିଆମାନେ ଜଳଭାର ନେଇ ଏକମୁହଁା ହୋଇ ବିଭିନ୍ନ ଶୈବପୀଠ ଅଭିମୁଖେ ଯାଇଥିଲେ। ଯୁବତୀଯୁବକଙ୍କ ସମେତ ମହିଳା ଓ ଛୋଟ ଛୋଟ ପିଲାମାନେ ମଧ୍ୟ ଜଳଭାର ନେଇ ଯାଉଥିବା ଦେଖିବାକୁ ମିଳିଥିଲା। ଟାଉନ୍‌ ନିକଟରେ ଥିବା ଖଡ଼ଗ ନଦୀ ଭଳି ବିଭିନ୍ନ ନଦୀରୁ ଘଟ ଉତ୍ତୋଳନ ପୂର୍ବକ ବାଲିଗୁଡ଼ା ନିକଟସ୍ଥ ରେବିଙ୍ଗିଆର ବିରୁପାକ୍ଷେଶ୍ୱର, ଜାଲେଶପଟ୍ଟାର ଜଳେଶ୍ୱର, ଚକାପାଦର ବିରୁପାକ୍ଷ, ଟିକାବାଲି ନିକଟସ୍ଥ ଡୁଙ୍ଗି ଗ୍ରାମରେ ଥିବା ଭୋଳେଶ୍ୱର, ଗୁପ୍ତେଶ୍ୱର, ଯୋଗେଶ୍ୱର, ଦଣ୍ଡପଦର ଗ୍ରାମର ବାବା ଧବଳେଶ୍ୱର, ବାଲିଗୁଡ଼ାର ରାମେଶ୍ୱର, ବିରୁପାକ୍ଷ ଭଳି ବିଭିନ୍ନ ଶୈବପୀଠରେ ଶତାଧିକ କାଉଡ଼ିଆ ଲମ୍ବା ଲାଇନକରି ଜଳଲାଗି କରିଥିଲେ। ଜଳଭାର ନେଇ ରାସ୍ତାରେ ଯାଉଥିବା ସମୟରେ କାଉଡ଼ିଆଙ୍କ ମୁହଁରୁ ବାହାରୁଥିବା ଅଖଣ୍ଡ ‘ବୋଲ୍‌ବମ୍‌, ହରହର ବମ୍‌’, ‘ଭୋଲାବାବା ପାର କରେଗା’ ଇତ୍ୟାଦି ଶବ୍ଦରେ ସମଗ୍ର ଅଞ୍ଚଳ ପ୍ରକମ୍ପିତ ହେବା ସହ ଏକ ଆଧ୍ୟାମତ୍ିକ ପରିବେଶ ସୃଷ୍ଟି କରିଥିଲା। ମନ୍ଦିର ପରିଚାଳନା କମିଟି, ବୋଲବମ୍‌ କମିଟି ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ବିଜେଡି ଯୁବ ରାଜ୍ୟ ସଭାପତି, କହିଲେ ଆଗାମୀ ପଞ୍ଚାୟତ ନିର୍ବାଚନରେ…

କେସିଙ୍ଗା,୨୦ା୮(ତୁମେଶ୍ୱର ସାହୁ): ରାଜ୍ୟ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଚିନ୍ମୟ କୁମାର ସାହୁ ନବରଙ୍ଗପୁରରେ ହେବାକୁ ଥିବା ଛାତ୍ର ସମାବେଶରେ ଯୋଗ ଦେବାପାଇଁ ଗୁରୁବାର…

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି ।…

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri