ଶ୍ରାବଣ ଶେଷ ସୋମବାର: ଛେଣ୍ଡିପଦାର ସମସ୍ତ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଛେଣ୍ଡିପଦା,୧୨।୮(ଡିଏନଏ): ଅନୁଗୋଳ ଜିଲାର ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଥିବା ସମସ୍ତ ଶୈବପୀଠ ତଥା ଶିବ ମନ୍ଦିରରେ ପବିତ୍ର ଶ୍ରାବଣ ମାସର ଶେଷ ସୋମବାର ଅବସରରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଥିଲା। ପ୍ରତ୍ୟୁଷରୁ ସା ପର୍ଯ୍ୟନ୍ତ ବିଭିନ୍ନ ପ୍ରାନ୍ତରୁ ତଥା ଦୂରଦୂରାନ୍ତରୁ ପହଞ୍ଚି ଥିବା ଶ୍ରଦ୍ଧାଳୁମାନେ ଜଳଲାଗି କରିବା ସହ ମହାଦେବଙ୍କ ଯଥାବିଧି ପୂଜାର୍ଚ୍ଚନା କରିଥିଲେ। ଏହା ସହିତ ହୋମଯଜ୍ଞ, ଭଜନଜଣାଣ, ନାମ ସଙ୍କୀର୍ତ୍ତନ, ପ୍ରସାଦ ସେବନ ଆଦି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ସ୍ଥାନୀୟ ମନ୍ଦିର ପରିଚାଳନା କମିଟି ତଥା ପୋଲିସ ପ୍ରଶାସନ ପକ୍ଷରୁ ଶାନ୍ତିଶୃଙ୍ଖଳା ରକ୍ଷା କରିବା ସହ ଶ୍ରଦ୍ଧାଳୁଙ୍କ ସକାଶେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରାଯାଇଥିଲା। ବିଶେଷକରି ଛେଣ୍ଡିପଦା ବ୍ଲକ ପ୍ରସିଦ୍ଧ କୋରଡା ପଞ୍ଚାୟତ ଅନ୍ତର୍ଗତ ଝିଣ୍ଟିପାଳ ଗ୍ରାମସ୍ଥିତ ଶ୍ରୀଶ୍ରୀ ବୀରେଶ୍ୱର ଅଷ୍ଟଶମ୍ଭୁ ମହାଦେବ ମନ୍ଦିରଠାରେ ହଜାର ହଜାର ସଂଖ୍ୟକ କାଉଡ଼ିଆ ଏବଂ ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଥିଲା । ମନ୍ଦିର ଟ୍ରଷ୍ଟ ବୋର୍ଡ, ଗ୍ରାମ ପରିଚାଳନା କମିଟି ତଥା ନିଶା ଶିଳ୍ପାଞ୍ଚଳ ଥାନା ପୋଲିସ ପକ୍ଷରୁ ଶାନ୍ତି ଶୃଙ୍ଖଳା ରକ୍ଷା କରାଯାଇଥିଲା। ଅଷ୍ଟଶମ୍ଭୁ ବୋଲବମ୍‌ କମିଟି ପକ୍ଷରୁ ସମସ୍ତ ଶ୍ରଦ୍ଧାଳୁଙ୍କ ସକାଶେ ଅନ୍ନପ୍ରସାଦ ସେବନ ବ୍ୟବସ୍ଥା କରାଯାଇଥିଲା। ସେହିପରି ଜରପଡ଼ା ଧବଳେଶ୍ବର ମନ୍ଦିରରେ ମଧ୍ୟ ଭକ୍ତଙ୍କ ଭିଡ଼ ଲାଗି ରହିଥିଲା। ଏହାସହ ଛେଣ୍ଡିପଦା, ବ୍ରାହ୍ମଣବିଲ, ଖମାର, ମାଛକୁଟା, କୋଶଳା, କୋରଡା, ବାଲିପଟା, କତଡା ଆଦି ଶିବ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଅସମ୍ଭବ ଭିଡ ଲାଗିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ତାର ବିଛାଇ ବନ୍ୟଜନ୍ତୁ ଶିକାର ଉଦ୍ୟମ, ଜଣେ ଗିରଫ

ଦେବଗଡ,୬।୧୧(ଡି.ଏନ.ଏ) : ଦେବଗଡ଼ ବନାଞ୍ଚଳ ଅଧୀନ ତିଲେଇବଣି ସେକ୍ସନ ପ୍ରଭାଶୁଣି ସଂରକ୍ଷିତ ଜଙ୍ଗଲରେ ବିଦ୍ୟୁତ୍‌ ତାର ବିଛାଇ ବନ୍ୟଜନ୍ତୁ ଶିକାର ଉଦ୍ୟମ ଚଳାଇଥିବା ଅଭିଯୋଗରେ ବନ...

୨୫ ଲକ୍ଷ ଲଟେରୀ ଉଠିଥିବା କହି ଠକିନେଲେ ୩ ଲକ୍ଷ, ଚାଷୀଙ୍କ ଆତ୍ମହତ୍ୟା ନିଷ୍ପତ୍ତି

ଜୟପୁର,୨୨।୯(ନି.ପ୍ର.): କୋରାପୁଟ ଜିଲା ଜୟପୁର ବ୍ଲକ ମାଳିଗୁଡ଼ାରେ ଲଟେରୀ ପ୍ରଲୋଭନ ଦେଖାଇ ଜଣେ ନିରୀହ ଚାଷୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମାଳିଗୁଡାର...

ଚିକିତ୍ସା ଅବହେଳାରୁ ଶିଶୁମୃତ୍ୟୁ ଅଭିଯୋଗ: ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌, କାର୍ଯ୍ୟାନୁଷ୍ଠାନ ଦାବି

ବରଗଡ଼ ଅଫିସ୍‌/ରେଢ଼ାଖୋଲ,୧୨।୭-ସମ୍ବଲପୁର ଜିଲା ରେଢ଼ାଖୋଲ ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସା ଅବହେଳାରୁ ଶିଶୁପୁତ୍ରର ମୃତ୍ୟୁ ଘଟଣା ଆଲୋଡ଼ନ ଖେଳାଇ ଦେଇଛି। ଚିକିତ୍ସାରେ ଅବହେଳା କରିଥିବା ଡାକ୍ତରଙ୍କ ବିରୋଧରେ...

ଦାଦାବଟି ପାଇଁ ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ : ବୋମାଫୁଟି ଅଭିଯୁକ୍ତ ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

ଦିଗପହଣ୍ଡି,୧୫ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲୀ ପଞ୍ଚାୟତ ସରପଞ୍ଚ ପ୍ରଶାନ୍ତ ସ୍ବାଇଁଙ୍କୁ ଦାଦାବଟି ପାଇଁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ତେବେ...

ଜଗତସିଂହପୁରରେ ଗୋଟିଏ ଦିନରେ ୨୯ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୨୦୮କୁ ବୃଦ୍ଧି

ଜଗତସିଂହପୁର ଅଫିସ,୨୧ା୬: ଜଗତ୍‌ସିଂହପୁର ଜିଲାରେ କରୋନା ସଂକ୍ରମଣ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ରବିବାର ମିଳିଥିବା ସୂଚନା ଅନୁଯାୟୀ, ଜିଲାରେ ୨୯ ନୂଆ ସଂକ୍ରମିତ...

ପ୍ରେମିକାଙ୍କ ସହ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରି ପ୍ରେମିକ ଗିରଫ

ବାରିପଦା ଅଫିସ,୨୫।୯: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳର ଜଣେ ଯୁବକ ତାଙ୍କ ପ୍ରେମିକାଙ୍କ ସହ ବିତାଇଥିବା ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରିଥିବା...

ଲୋକନାଥ ହତ୍ୟାକାଣ୍ଡ: ଉଚ୍ଚସ୍ତରୀୟ ତଦନ୍ତ ଦାବିରେ ଏସ୍‌ପି କାର୍ଯ୍ୟାଳୟ ଆଗରେ ଧାରଣା

ବୌଦ୍ଧ,୬ା୮(ସ୍ବ.ପ୍ର.)-ବୌଦ୍ଧ ଜିଲା ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ଲୋକନାଥ ପ୍ରଧାନ ହତ୍ୟାକାଣ୍ଡର ନିରପେକ୍ଷ ତଦନ୍ତ ଦାବି କରି ଜିଲା ଭାଜପା ପକ୍ଷରୁ ଗୁରୁବାର ଏସପିଙ୍କ କାର୍ଯ୍ୟାଳୟ ଆଗରେ...

ଶକ୍ତିମନ୍ତ୍ରୀଙ୍କୁ ଓଡ଼ିଶା ରାଜ୍ୟ ବିଦ୍ୟୁତ୍‌ ଶ୍ରମିକ କର୍ମଚାରୀ ସଂଘର ଦାବିପତ୍ର

ଭବାନୀପାଟଣା,୧୧।୮(ଡି.ଏନ.ଏ.) ଭବାନୀପାଟଣା ସହରସ୍ଥିତ ସର୍କିଟ ହାଉସଠାରେ ଓଡିଶା ରାଜ୍ୟ ବିଦ୍ୟୁତ୍‌ ଶ୍ରମିକ କର୍ମଚାରୀ ସଂଘ ପକ୍ଷରୁ ଏକ ପ୍ରତିନିଧି ଦଳ ଶକ୍ତି ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର...

Advertisement
Archives

Model This Week