ଶ୍ରୀଚନ୍ଦ୍ରଶେଖରଜୀଉଙ୍କ ବିବାହ ସମ୍ପନ୍ନ : ରୋଶଣିରେ କମ୍ପିଲା ଦେଓଗଁ।

ଢେଙ୍କାନାଳ ଅଫିସ, ୮।୬- ପବିତ୍ର ଶୀତଳ ଷଷ୍ଠୀ ଯାତ୍ରା ପାଇଁ ଉତ୍ସବମୁଖର ହୋଇଉଠିଛି ଢେଙ୍କାନାଳର ଜିଲାର ପ୍ରମୁଖ ଶୈବପୀଠ। ବାଜାବାଣ, ରୋଶଣି ସାଙ୍ଗକୁ ଶିବସ୍ତୋତ୍ରରେ ପରିବେଶ ମୁଖରିତ ହୋଇଉଠିଥିବାବେଳେ ଦବଦମ୍ପତିଙ୍କ ବିବାହରେ ସାମିଲ ହୋଇଥିଲେ ହଜାର ହଜାର ଶ୍ରଦ୍ଧାଳୁ।
କପିଳାସ କ୍ଷେତ୍ରାଧିପତି ଶ୍ରୀ ଚନ୍ଦ୍ରଶେଖରଜୀଉଙ୍କ ବିବାହ ଉତ୍ସବ ପାରମ୍ପରିକ ନୀତି ଅନୁଯାୟୀ ଶୁକ୍ରବାର ସମ୍ପନ୍ନ ହୋଇଛି। ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା କପିଳାସ ପାଦଦେଶରେ ଥିବା ଶିବସାଗରରୁ ବାହାରି ମା’ ପାର୍ବତୀଙ୍କ ମନ୍ଦିରରେ ପହଞ୍ଚତ୍ଥିଲା। ଘଣ୍ଟଘଣ୍ଟା, ସଂକୀର୍ତ୍ତନ, ଶଙ୍ଖଧ୍ୱନି ସାଙ୍ଗକୁ ହରହର ମହାଦେବ ଧ୍ୱନିରେ ଦେଓଗଁା ପରିବେଶ କମ୍ପିଉଠିଥିଲା। ସୁସଜ୍ଜିତ ବିମାନ ସାଙ୍ଗକୁ ଆଲୋକମାଳା ଶୋଭାଯାତ୍ରାର ପ୍ରମୁଖ ଆକର୍ଷଣ ପାଲଟିଥିଲା। ଯଥାବିଧି ପୂଜାର୍ଚ୍ଚନା ପରେ ଦେବଦମ୍ପତିଙ୍କ ବିବାହ ଶେଷହୋଇଛି। ଆୟୋଜିତ କାର୍ଯ୍ୟକ୍ରମରେ ଆଖପାଖ ଅଞ୍ଚଳର ହଜାର ହଜାର ଶ୍ରଦ୍ଧାଳୁ ସାମିଲ ହୋଇଥିଲେ। ସମସ୍ତଙ୍କ ପାଇଁ ପ୍ରସାଦସେବନ ବ୍ୟବସ୍ଥା କରାଯାଇଥିଲା।
ସେହିପରି ମୁକ୍ତଦେଈପୁର ଶାସନର ଆରାଧ୍ୟ ଦେବତା ଶ୍ରୀ ସୋମନାଥଶ୍ୱରଙ୍କ ବିବାହ ମହାସମାରୋହରେ ଅନୁଷ୍ଠିତ ହୋଇଛି। ଏହି ପରିପ୍ରେକ୍ଷୀରେ ସୂର୍ଯ୍ୟପୂଜା, ରୁଦ୍ରାଭିଷେକ ଯଥାବିଧି କରାଯାଇଥିଲା। ସନ୍ଧ୍ୟାରେ ଆୟୋଜିତ ବିବାହ ଉତ୍ସବରେ ମା’ ପାର୍ବତୀ, ମହାପ୍ରଭୁ ସୋମନାଥଶ୍ୱର, ଶ୍ରୀକୃଷ୍ଣଙ୍କ ଚଳନ୍ତି ବିଗ୍ରହକୁ ବିମାନ, ବୃଷଭ ଉପରେ ବିରାଜମାନ କରାଯାଇ ମଣ୍ଡପକୁ ଅଣାଯାଇଥିଲା। ମୁକ୍ତଦେଈପୁର ଶାସନ ମହାଜନ ମହସଭା ସଭାପତି ଶଶିମୌଳି ରଥଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା। ଜଗନ୍ନାଥ ତ୍ରିପାଠୀ ବିବାହ କାର୍ଯ୍ୟ ସମ୍ପାଦନ କରିଥିବାବେଳେ ରାମେଶ୍ୱର ମିଶ୍ର, ମୁରଲି ପାଣି, ଶିବସାଇ ମହାପାତ୍ର ଏଥିରେ ସହଯୋଗ କରିଥିଲେ। ଆୟୋଜିତ ପ୍ରସାଦ ସେବନ କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri