ଶ୍ରୀଦେବୀଙ୍କ ଜୀବନୀକୁ ନେଇ ଲେଖାହେଲା ପୁସ୍ତକ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଶ୍ରୀଦେବୀ ଆଉ ନାହାଁନ୍ତି ସତ। ହେଲେ ତାଙ୍କ ଅଭିନୟ ଏବେବି ଦର୍ଶକଙ୍କ ମନରେ ଘର କରି ରହିଛି। ଅଭିନୟରେ ପାରଦର୍ଶିତା ଥିବା ଶ୍ରୀଦେବୀଙ୍କୁ ବଲିଉଡ୍‌ର ପ୍ରଥମ ସୁପରଷ୍ଟାର ଅଭିନେତ୍ରୀ ବୋଲି କୁହାଯାଏ। କାରଣ ୮୦ ଦଶକରେ ସେ ଦର୍ଶକଙ୍କୁ ଏମିତି କିଛି ଅଭିନୟ ଭେଟି ଦେଇଛନ୍ତି ଯାହା ଯୁଗ ଯୁଗ ଧରି ଜୀବନ୍ତ ହୋଇ ରହିବ। ଖୁବ୍‌ କମ୍‌ ସମୟ ମଧ୍ୟରେ ସେ ସଂସାରରୁ ବିଦାୟ ନେଇଥିବା ବେଳେ ଏବେ ତାଙ୍କ ଜୀବନୀକୁ ନେଇ ଲେଖାଯାଇଥିବା ପୁସ୍ତକରୁ ତାଙ୍କ ସମ୍ପର୍କରେ ଅନେକ ତଥ୍ୟ ମିଳିପାରିବ। ପେଙ୍ଗୁଇନ୍‌ ହାଉସ୍‌ ଇଣ୍ଡିଆ ଦ୍ୱାରା ଲିଖିତ ପୁସ୍ତକ ‘ଶ୍ରୀଦେବୀ: ଗର୍ଲ ଓମ୍ୟାନ ସୁପରଷ୍ଟାର’ ତାଙ୍କ ବିଷୟରେ ଅନେକ ଅଜଣା କଥା ଲୋକ ଲୋଚନକୁ ଆସିବ ବୋଲି ଜଣାପଡିଛି। ଏହାର ଲେଖକ ସତ୍ୟାର୍ଥ ନାୟକ କହିଛନ୍ତି ଶ୍ରୀଦେବୀ ପିଲାଦିନୁ ଅଭିନୟ କ୍ଷେତରେ ପାଦ ରଖିଥିଲେ। ଆଉ ଶେଷ ପର୍ଯ୍ୟନ୍ତ ସେ ଅଭିନୟ କ୍ଷେତ୍ରରେ ସକ୍ରିୟ ମଧ୍ୟ ଥିଲେ। ଏସବୁକୁ ପୁସ୍ତକରେ ସ୍ଥାନ ଦିଆଯାଇଛି। ତେବେ ଶ୍ରୀଦେବୀଙ୍କ ପତି ବୋନି କପୁର ମଧ୍ୟ ଏଥିରେ ସହଯୋଗ କରିଛନ୍ତି। ଅକ୍ଟୋବର ୨୦୧୯ରେ ଏହା ପବ୍ଲିଶ କରାଯିବ ବୋଲି ଜଣାପଡିଛି। ତେବେ ପୁସ୍ତକଟି ପାଇଁ ଶ୍ରୀଦେବୀଙ୍କ ପ୍ରଶଂସକଙ୍କର ଆଗ୍ରହ ରହିବ ବୋଲି ଶ୍ରୀ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri