ଶ୍ରୀମନ୍ଦିରରେ ପାନ ଖାଇ ଧରାପଡ଼ିଲେ ୬ଜଣ

ପୁରୀ ଅଫିସ, ୧୬।୧୦:ଶ୍ରୀମନ୍ଦିର ଭିତରେ ପାନ ଖାଇ ମଙ୍ଗଳବାର ୬ଜଣ ଧରାପଡ଼ିଛନ୍ତି। ମଙ୍ଗଳବାର ବାହାର ଦେଉଳିରେ କେତେଜଣ ଖଜା ତିଆରି କରୁଥିଲେ। ଶ୍ରୀମନ୍ଦିର ସ୍କ୍ବାଡ ସେଠାରେ ପହଞ୍ଚତ୍ବା ପରେ ସେମାନଙ୍କ ମଧ୍ୟରୁ ୬ ଜଣ ପାନ ଖାଉଥିବା ଦେଖିଥିଲେ। ଏ ନେଇ ଗାରଦକୁ ଜଣାଇବା ସେମାନଙ୍କୁ ଧରିଥିଲେ। ଭବିଷ୍ୟତରେ ଆଉ ପାନ ଖାଇ ମନ୍ଦିରକୁ ପ୍ରବେଶ କରିବ ନାହିଁ ବୋଲି ସେମାନଙ୍କୁ ତାଗିଦ କରି ଛାଡିଥିବା ଜଣାପଡିଛି।
ସ୍ବଚ୍ଛ ଏବଂ ପରିଷ୍କାର ରଖିବା ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ମନ୍ଦିର ଭିତରକୁ ସମସ୍ତେ ଗୋଡ, ମୁହଁ ଧୋଇ ଶୁଦ୍ଧପୂତ ଭାବେ ପରିଷ୍କାର ହୋଇ ଯିବାର ବିଧି ରହିଛି। ଏହାକୁ ଦୃଷ୍ଟିରେ ରଖି ଗତ ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା। ଏଣିକି କୌଣସି ସେବକ, ଭକ୍ତ କିମ୍ବା କର୍ମଚାରୀ ପାନ, ଗୁଟ୍‌ଖା ଓ ପାନ ମସଲା ଖାଇ ବା ମନ୍ଦିର ଭିତରକୁ ନେଇ ଯାଇପାରିବେ ନାହିଁ ବୋଲି ମୁଖ୍ୟ ପ୍ରଶାସକ କହିଥିଲେ। ଅଗଷ୍ଟ ୧ରୁ ଏହି କଟକଣା କଡାକଡି ହେବ। ପ୍ରବେଶ ପଥରେ ଯାଞ୍ଚ ହେବ। ଯଦି ପାନ, ଗୁଟ୍‌ଖା, ପାନ ମସଲା ଖାଇ କେହି ମନ୍ଦିର ଭିତରକୁ ପ୍ରବେଶ କରି ଧରାପଡିବେ ତେବେ ତାଙ୍କଠାରୁ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଆଦାୟ କରାଯିବ। କିନ୍ତୁ ଏହି କଟକଣାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଛି। ଏବେ ବି ଅନେକ ପାନ, ଗୁଟ୍‌ଖା ମନ୍ଦିର ଭିତରେ ଖାଉଛନ୍ତି। ମଙ୍ଗଳବାର ୬ ଜଣ ପାଣିଆ (ଖଜା ଦୋକାନର ସହାୟକ) ଧରାପଡିବା ଘଟଣା ଏହାକୁ ସ୍ପଷ୍ଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଅଫିସରେ ଅସୁସ୍ଥତା, ଘରେ ଆଖି ବୁଜିଲେ ଜନସ୍ୱାସ୍ଥ୍ୟ ଵିଭାଗ କିରାଣୀ ଗୋପାଳ ରଥ

ବଲାଙ୍ଗୀର, ୪।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜୀବ ନଗର ନିବାସୀ ଗୋପାଳ ଚରଣ ରଥଙ୍କ ଗୁରୁବାର ପରଲୋକ ହୋଇଛି। ସେ ବଲାଙ୍ଗୀର ପିଏଚଡି ସବଡିଭିଜନ ଅଫିସରେ ବିଲିଂ…

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍‌. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର

ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri