ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣଙ୍କ ଜନ୍ମ ନୀତି ଆଜି:ମହାପ୍ରଭୁଙ୍କୁ ଲାଗି ହେଲା ଯେଉଡ଼ ଭୋଗ

ପୁରୀ ଅଫିସ,୨୩ା୮:ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ଶୁକ୍ରବାର ଏହି ପବିତ୍ର ତିଥିରେ ଜନ୍ମ ନେବେ ପ୍ରଭୁ ଶ୍ରୀକୃଷ୍ଣ। ଏଥିଲାଗି ଶ୍ରୀମନ୍ଦିରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଗୁରୁବାର ସନ୍ଧ୍ୟା ଆଳତି ବେଶରେ ଠାକୁରଙ୍କୁ ୬ମୂର୍ତ୍ତି ଅଳଙ୍କାର ଲାଗି କରାଯାଇଥିଲା। ସନ୍ଧ୍ୟାଧୂପ ପୂଜା ପରେ ଭିତରେ ପାଣି ପଡ଼ି ଜୟ ବିଜୟ ଦ୍ୱାର ବନ୍ଦ ହୋଇଥିଲା। ଟେରା ବନ୍ଧା ହେବା ପରେ ଯେଉଡ଼ ଭୋଗ (ଶାଗ, ତରକାରି, ପିଠା, ଝିଲି, ଓରିଆ, ଖିରି ଆଦି) ରୋଷରୁ ଆସି ଅଣସର ପିଣ୍ଡିରେ ରଖାଯାଇଥିଲା। ମୁଦିରସ୍ତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିଥିଲେ। ୩ ଜଣ ପୂଜାପଣ୍ଡା ସାମନ୍ତ ପଞ୍ଚୋପଚାରରେ ପୂଜା କରିଥିଲେ। ପଣ୍ଡା, ପତି ଓ ମୁଦିରସ୍ତ ୩ ବାଡ଼ରେ ବନ୍ଦାପନା କରିଥିଲେ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଗୋଟିଏ ଅଧିକ ବନ୍ଦାପନା ହୋଇଥିଲା। ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଏ। ଏହାପରେ ଅନ୍ୟାନ୍ୟ ନୀତି ବଢିଥିଲା।
ଯେଉଡ଼ ଭୋଗ ଏବଂ ଗର୍ଭ ଉଦକ ବନ୍ଦାପନା ସମ୍ପର୍କରେ ଗବେଷକ ଡ. ନରେଶ ଚନ୍ଦ୍ର ଦାଶ କୁହନ୍ତି, ଗର୍ଭବତୀ ନାରୀମାନେ ସୁଖ ପ୍ରସବ ଲାଗି ଯେଉଡ଼ ଫଳ ଖାଇଥାନ୍ତି। ଜନ୍ମାଷ୍ଟମୀ ପୂର୍ବଦିନ ଶ୍ରୀଜଗନ୍ନାଥ ଦେବକୀ ରୂପ ଧାରଣ କରି ଯେଉଡ଼ ଭୋଗ ଖାଇଥାନ୍ତି। ତାଙ୍କ ଗର୍ଭରେ ଶ୍ରୀକୃଷ୍ଣ ରହିଥିବାରୁ ତାଙ୍କୁ ଗୋଟିଏ ଅଧିକ ବନ୍ଦାପନା କରାଯାଏ। ତାହାକୁ ଗର୍ଭଉଦକ ବନ୍ଦାପନା କୁହାଯାଏ। ଲୀଳାମୟ ଠାକୁରଙ୍କ ଏହା ଏକ ଅଲୌକିକ ଲୀଳା। ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଅବତାରୀ। ତାଙ୍କଠାରୁ ଶ୍ରୀକୃଷ୍ଣ ସୃଷ୍ଟି ହେବେ ବୋଲି ଗବେଷକ ଡ. ଦାଶ ମତବ୍ୟକ୍ତ କରିଛନ୍ତି।

୫ ଘଣ୍ଟା ଦର୍ଶନ ବନ୍ଦ ରହିବ
ଶୁକ୍ରବାର ଜନ୍ମାଷ୍ଟମୀ ଅବସରରେ ଶ୍ରୀମନ୍ଦିରରେ ନୀତି ପାଳନ ପାଇଁ ମହାପ୍ରଭୁଙ୍କ ଦର୍ଶନ ୫ଘଣ୍ଟା ବନ୍ଦ ରହିବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ତାହାକୁ ଯେପରି କେହି ସାଧାରଣ ଭକ୍ତ ଦେଖି ନ ପାରିବେ ସେଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦର୍ଶନରେ କଟକଣା ଲଗାଯାଇଛି। ସନ୍ଧ୍ୟା ଧୂପ ପୂଜା ପରଠାରୁ ଅର୍ଥାତ୍‌ ସନ୍ଧ୍ୟା ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ। ଜନ୍ମ ଚକଡ଼ାରେ ଶ୍ରୀକୃଷ୍ଣଙ୍କ ଜନ୍ମ ନୀତି ସମ୍ପନ୍ନ ହେବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭ ଦିନରେ କାର୍ଯ୍ୟାନୁଷ୍ଠାନ ନ ହେଲେ SP ଅଫିସ ଆଗରେ ଧାରଣା ଦେବି: DGP-IGଙ୍କୁ ଚିଠି ଲେଖି ଚେତାବନୀ ଦେଲେ ଚାମେଲି…

ମହାକାଳପଡ଼ା,୧୮।୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ନ୍ୟାୟ ପାଇଁ ଏବେ ପୋଲିସର ବରିଷ୍ଠ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି ଚାମେଲି। ବିଡିଓଙ୍କ କାର୍ଯ୍ୟାଳୟରେ ଅସଦାଚରଣ ସହ ଧମକ ଦିଆଯାଇଥିବା ନେଇ ସେ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା! ଶାନ୍ତି ଚୁକ୍ତି ପରେ ଟ୍ରମ୍ପ ଦେଲେ ଧମକ, ରିପୋର୍ଟରେ ସାମ୍ନାକୁ ଆସିଲା…

ଓ୍ବାଶିଂଟନ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ପୁଣି ଥରେ ବିପଦରେ ପଡ଼ିଥିବା ପରି ମନେ ହେଉଛି। ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହେବାର ମାତ୍ର କିଛି…

Iran US Deal: ଇରାନ-ଆମେରିକା ଡିଲକୁ ନେଇ ବଢୁଛି ନେତାନ୍ୟାହୁଙ୍କ ସମସ୍ୟା, ସର୍ଭେରେ ଆସିଲା ଚମକାଇବା ଭଳି ତଥ୍ୟ

ଜେରୁଜେଲମ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ମାସ ମାସ ଧରି ଚାଲିଥିବା ସଂଘର୍ଷ ପରେ ଶେଷରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ଇରାନ…

ପ୍ରଗତିଶୀଳ କୃଷି ଆଲୋଚନାରେ ଜୈବିକ କୃଷି ଉପରେ ଗୁରୁତ୍ୱ

ପାଟଣା,୧୮ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଜିଲା ପାଟଣା ବ୍ଲକସ୍ତରୀୟ ୨ୟ ବାର୍ଷିକ କୃଷକ ସମ୍ବାଦ କାର୍ଯ୍ୟକ୍ରମ ଗୁରୁବାର ପାଟଣା ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି ଚଳିତ…

ରାଷ୍ଟ୍ରପତି ଭବନରେ ଓଡ଼ିଆ ସଂସ୍କୃତିର ଝଲକ: ଚିରସ୍ରୋତାଙ୍କ ‘ଆହେ ନୀଳ ଶଇଳ’ ନୃତ୍ୟରେ…

ସାକ୍ଷୀଗୋପାଳ,୧୮ା୬(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପ୍ରତିଟି ଓଡ଼ିଆ ଘରର ପାରମ୍ପରିକ ରଜ ଉତ୍ସବର ମାହୋଲ ନୂଆଦିଲ୍ଲୀ ରାଷ୍ଟ୍ରପତି ଭବନରେ ଦେଖିବାକୁ ମିଳିଛି। ତିନି ଦିନ ବ୍ୟାପି ରଙ୍ଗାରଙ୍ଗ…

ଚାମେଲି ଓଝାଙ୍କୁ ନ୍ୟାୟ ପାଇଁ ଅଣ୍ଟା ଭିଡ଼ିଲା ବଲାଙ୍ଗୀର ସରପଞ୍ଚ ମହାସଂଘ, ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ବଲାଙ୍ଗୀର,୧୮ା୬(ସୁନିଲ କୁମାର ମହାନ୍ତି): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ଆକ୍ରମଣ ଘଟଣାର ନିରପେକ୍ଷ ତଦନ୍ତ ଏବଂ ନ୍ୟାୟ ପ୍ରଦାନ ପାଇଁ ବଲାଙ୍ଗୀର…

ଏମିତି ରେକର୍ଡ କଲେ ସ୍ମୃତି ମନ୍ଧାନା, କୋଶେ ଦୂରରେ ରିହିବେ ପୁରୁଷ କ୍ରିକେଟର

ନୂଆଦିଲ୍ଲୀ,୧୮।୬: ସ୍ମୃତି ମନ୍ଧାନା ଆଇସିସି ମହିଳା ବିଶ୍ୱକପ 2026 ରେ ତାଙ୍କର କ୍ରମାଗତ ଦ୍ୱିତୀୟ ଅର୍ଦ୍ଧଶତକ ହାସଲ କରିଥିଲେ; ପାକିସ୍ତାନ ବିପକ୍ଷରେ ୬୮ ରନର ଇନିଂସ ପରେ,…

ପୁରୀରେ ସ୍କୁଲ ଛୁଟି ବଢ଼ିଲା, ଖୋର୍ଦ୍ଧାରେ ବଦଳିଲା ସମୟ

ପୁରୀ/ଖୋର୍ଦ୍ଧା,୧୮ା୬: ଓଡ଼ିଶାର ବିଭିନ୍ନ ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରାଛୁଟିକୁ ବୃଦ୍ଧି କରିବାକୁ ଘୋଷଣା କରାଯାଇଛି। କେତେକ ଜିଲା ଗ୍ରୀଷ୍ମକାଳୀନ ଛୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri