ଶ୍ରୀମନ୍ଦିରର ସୁରକ୍ଷା ଲାଗି ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ: ସୁପାରିଶ କାର୍ଯ୍ୟକାରୀ କରିବା ଜରୁରୀ, ମହାପ୍ରଭୁଙ୍କ ସେବା ଭାବି ସହଯୋଗ କରନ୍ତୁ; କ୍ଷତିଗ୍ରସ୍ତଙ୍କୁ ଥଇଥାନ କରାଯିବ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଶୁକ୍ରବାର ପବିତ୍ର ଜନ୍ମାଷ୍ଟମୀ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ପୁରୀର ବିକାଶ ପାଇଁ ୫ଶହ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କରିଛନ୍ତି। ବାତ୍ୟା ଫନୀରେ ଭୁଷୁଡ଼ି ପଡ଼ିଥିବା ବିଭିନ୍ନ ଭିତ୍ତିଭୂମିର ବିକାଶ ସାଙ୍ଗକୁ ଏହାକୁ ବିଶ୍ୱ ଐତିହ୍ୟ ସହର ଭାବେ ଗଢ଼ି ତୋଳିବାକୁ ସେ ସଙ୍କଳ୍ପ ନେଇଥିବା ଏକ ବାର୍ତ୍ତାରେ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ପୁରୀ ଓଡ଼ିଆ ଜାତିର ପ୍ରାଣକେନ୍ଦ୍ର। ମହାପ୍ରଭୁ ଆମର ଆତ୍ମା। ଶ୍ରୀମନ୍ଦିର ଓ ମହାପ୍ରଭୁଙ୍କ ସୁରକ୍ଷା ଓଡ଼ିଆ ଜାତିର ଧର୍ମ। ପୂର୍ବରୁ ଏଥିଲାଗି ଓଡ଼ିଆ ଜାତି ଅନେକ ତ୍ୟାଗ କରିଛି। ଅନେକ ବଳିଦାନ ଦେଇଛି। ମହାପ୍ରଭୁଙ୍କୁ ଧରି ଚିଲିକାରୁ ସୋନପୁର ପର୍ଯ୍ୟନ୍ତ ବୁଲିଛି। ବର୍ତ୍ତମାନ ସମଗ୍ର ବିଶ୍ୱ ପାଇଁ ଆତଙ୍କବାଦ ଏକ ବଡ଼ ସମସ୍ୟା ପାଲଟିଛି। ବିଭିନ୍ନ ଧର୍ମାନୁଷ୍ଠାନକୁ ସେମାନେ ଲକ୍ଷ୍ୟ କରୁଥିବା ହେତୁ ଶ୍ରୀମନ୍ଦିରର ନିରାପତ୍ତା ପାଇଁ ଆସୁଥିବା ସୁପାରିଶକୁ କାର୍ଯ୍ୟକାରୀ କରିବା ଜରୁରୀ। ଏଥିରେ କିଛି ପରିବାର ପ୍ରଭାବିତ ହୋଇପାରନ୍ତି। ହେଲେ ମନ୍ଦିରର ସୁରକ୍ଷା ପାଇଁ ଏହି ତ୍ୟାଗ ଗୁରୁତ୍ୱପୂର୍ଣ୍ଣ। ଭବିଷ୍ୟତ ପୀଢ଼ି ପାଇଁ ଶ୍ରୀମନ୍ଦିରକୁ ସୁରକ୍ଷିତ ରଖିବା ଜରୁରୀ। ଏଣୁ ମହାପ୍ରଭୁଙ୍କ ସେବା ଭାବି ଏଥିରେ ସହଯୋଗ କରନ୍ତୁ। ଏହି ତ୍ୟାଗକୁ ଓଡ଼ିଆ ଜାତି ସବୁଦିନ ପାଇଁ ମନେ ରଖିବେ ବୋଲି ସେ କହିଛନ୍ତି।

କ୍ଷତିଗ୍ରସ୍ତ ହେବାକୁ ଥିବା ଘର, ଦୋକାନ ଆଦିର ଥଇଥାନ ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ ଅଧୀନରେ ଯେଉଁମାନଙ୍କ ଘର ଅଥବା ଦୋକାନ ଆସୁଛି, ସେମାନଙ୍କର ଥଇଥାନ କରାଯି। ଏପରିକି ଜୋନ୍‌ରେ ଥିବା ମଠଗୁଡ଼ିକୁ ପୁଣି ଥରେ ଗଢ଼ିବାରେ ସରକାର ସହଯୋଗ କରିବେ। ସହରରେ ଥିବା ମଠଗୁଡ଼ିକୁ ଅଭଡ଼ା ଯୋଜନାରେ ରାଜ୍ୟ ସରକାର ସାହାଯ୍ୟ ଯୋଗାଇ ଦେବେ। ପ୍ରଥମ ପର୍ଯ୍ୟାୟରେ ଏଥିପାଇଁ ୧ଶହ କୋଟି ଟଙ୍କା ରଖାଯାଇଛି। ପୁରୀଧାମର ଗରିମା ବୃଦ୍ଧି ଦିଗରେ କରାଯାଉଥିବା ଉଦ୍ୟମର ସଫଳତା ଲାଗି ସମସ୍ତଙ୍କର ସହଯୋଗ ଲୋଡ଼ୁଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

‘ଭାଜପା ବିଜେଡିକୁ ମହିଳା ବିରୋଧୀ ବୋଲି କରୁଛି ଅପପ୍ରଚାର’

ଆନନ୍ଦପୁର/ହାଟଡିହୀ/ଛେନାପଦୀ, ୨୨/୦୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ / ନିରାକାର ପରିଡା):କେନ୍ଦୁଝର ଜିଲାର ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀଠାରେ ବିଜେଡି ପକ୍ଷରୁ ଶୁକ୍ରବାର…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri