ଶ୍ରୀମନ୍ଦିର ଅଣସର ଘରେ ପଟିଦିଅଁ ପୂଜା ଆରମ୍ଭ

ପୁରୀ ଅଫିସ, ୬।୫: ସ୍ନାନ ମଣ୍ଡପରେ ୧୦୮ଗଡୁ ଜଳରେ ସ୍ନାନ ଯୋଗୁ ଦାରୁବ୍ରହ୍ମ। ଅସୁସ୍ଥ ହୋଇପଡିଛନ୍ତି। ଶ୍ରୀମନ୍ଦିର ଅଣସର ଘରେ ପ୍ରଭୁଙ୍କ ଗୁପ୍ତସେବା ଆରମ୍ଭ ହୋଇଛି। ଅନ୍ୟପକ୍ଷରେ ଶନିବାରଠାରୁ ପଟିଦିଅଁଙ୍କ ପୂଜା ମଧ୍ୟ ଆରମ୍ଭ ହୋଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ନାରାୟଣ ପଟି, ଶ୍ରୀବଳଭଦ୍ରଙ୍କ ପାଇଁ ଅନନ୍ତ ବାସୁଦେବ ଏବଂ ଦେବୀ ସୁଭଦ୍ରାଙ୍କ ପାଇଁ ଭୁବନେଶ୍ବରୀ ପଟି ପୂଜା ପାଉଛନ୍ତି। ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ନବଯୌବନ ରୂପରେ ଭକ୍ତଙ୍କୁ ଦର୍ଶନ ଦେବା ପର୍ଯ୍ୟନ୍ତ ପଟିଦିଅଁ ପୂଜା ପାଇବେ। ଦାରୁବ୍ରହ୍ମ ଅସୁସ୍ଥ ଥିବାରୁ ଦଇତାପତି ସେବକମାନେ ଶୁକ୍ରବାର ବିଳମ୍ବିତ ରାତିରୁ ଅଣସରଘରେ ଠାକୁରଙ୍କ ଗୁପ୍ତସେବା ଆରମ୍ଭ କରିଛନ୍ତି। ଠାକୁରଙ୍କ ପାଖରେ ପଣା ଏବଂ ଚକଟା ଭୋଗ କରାଯାଉଛି। ଜ୍ବରରୁ ଉପଶମ ପାଇଁ ଠାକୁରଙ୍କୁ ଫୁଲୁରିତେଲ ମାଲିସ କରାଯିବା ସହ ଦଶମୂଳ ମହୋଷଧି ଖାଇବାକୁ ଦିଆଯିବ। ସମ୍ପୂର୍ଣ୍ଣ ସୁସ୍ଥହେବା ପରେ ମହାପ୍ରଭୁ ଚକାବିଜେ କରିବେ। ଏହାପରେ ସେବକମାନେ ଶ୍ରୀନଅରକୁ ଯାଇ ଗଜପତି ମହାରାଜାଙ୍କୁ ମହାପ୍ରଭୁଙ୍କ ସୁସ୍ଥ ଖବର ଜଣାଇବେ। ଚଳିତବର୍ଷ ରଥଯାତ୍ରା ପାଇଁ ରାଜ୍ୟ ସରକାର ଯଦି ଅନୁମତି ଦିଅନ୍ତି ଆଗାମୀ ୨୩ ତାରିଖ ଦିନ ରଥଯାତ୍ରା ଅନୁଷ୍ଠିତ ହେବ। ରଥରେ ବସି ଭଉଣୀଭାଇଙ୍କ ସହ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ କାଳିଆ ଠାକୁର ନବଦିନବ୍ୟାପୀ ଘୋଷଯାତ୍ରା କରିବେ । ପ୍ରତ୍ୟେକବର୍ଷ ଦାରୁବ୍ରହ୍ମ ଅଣସରଘରେ ଥିବା ସମୟରେ ଶ୍ରୀଜଗନ୍ନାଥପ୍ରେମୀ ଭକ୍ତମାନେ ବ୍ରହ୍ମଗିରି ଯାଇ ଅଲାରନାଥଙ୍କୁ ଦର୍ଶନ କରିଥାଆନ୍ତି। ଚଳିତବର୍ଷ କରୋନା ଯୋଗୁ ଅଲାରନାଥ ମନ୍ଦିରରେ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଳରେ ମିଶୁମିଶୁ ମିଳିଗଲା ଟିକେଟ

ଭୁବନେଶ୍ୱର,୧୨।୪: ଭାଜପା ମଙ୍ଗଳବାର ୨୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ କୋରାପୁଟ ଜିଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ କୈଳାଶ...

ଏଥର ବି ଝୁଲି ରହିଲା କଟକର ୨ ଆସନ

ଭୁବନେଶ୍ୱର,୧୬।୪: ଓଡ଼ିଶାରେ ହେବାକୁ ଥିବା ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି (ଭାଜପା)। ଏଥର...

ସାଙ୍ଗରେ ପ୍ରଚାର କରୁଛନ୍ତି ଅରୂପ, ରୁଦ୍ର

ପୁରୀ,୧୬।୪: ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ନେତାଙ୍କ ପ୍ରଚାର ମଧ୍ୟ ଜୋର ଧରିଛି। ଏହି ପରିପ୍ରେକ୍ଷୀରେ ବିଜେଡି ପକ୍ଷରୁ ସୋମବାର ପୁରୀ ନିର୍ବାଚନମଣ୍ଡଳୀରେ ପ୍ରଚାରକୁ...

ଭାଜପା ପ୍ରାର୍ଥୀ ତାଲିକାରେ ଆଉ ୨୧ ଜଣଙ୍କ ନାଁ: ୨ଟି ସ୍ଥାନରେ ବଦଳିଲେ ପ୍ରାର୍ଥୀ

ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ୨ ବିଧାନସଭା ପ୍ରାର୍ଥୀଙ୍କୁ ଭାଜପା ବଦଳାଇଛି। ରଣପୁର ଏବଂ ପଟାଙ୍ଗୀ...

ଭାଜପା ପ୍ରାର୍ଥୀ ତାଲିକା: ରାଉଲକେଲାରୁ ଲଢିବେ ଦିଲ୍ଲୀପ ରାୟ

କରିଛି। ରାଉଲକେଲାରୁ ଭାଜପା ଦିଲ୍ଲୀପ ରାୟଙ୍କୁ ଟିକେଟ୍‌ ଦେଇଛି। ଦିଲ୍ଲୀପ ରାୟ ଭାଜପାରୁ ପ୍ରାର୍ଥୀ ହୋଇଥିବା ବେଳେ ବିଜେଡି ସାରଦା ପ୍ରସାଦ ନାୟକଙ୍କୁ ଟିକେଟ୍‌ ଦେଇଛି।...

ଘୋଷଣା ହେଲା ଭାଜପା ବିଧାନସଭା ପ୍ରାର୍ଥୀ ତାଲିକା, ଜାଣନ୍ତୁ କେଉଁଠୁ କିଏ ପାଇଲେ ଟିକେଟ୍‌

ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ରାଉଲକେଲାରୁ ପ୍ରାର୍ଥୀ ହୋଇଛନ୍ତି ଦିଲ୍ଲୀପ ରାୟ। ସେହିପରି ପାଟଣାରୁ ଅଖିଲ ଚନ୍ଦ୍ର...

ସିରିଜ ଦୁର୍ଘଟଣା: ୨ ମୃତ, ଜଣେ ଗୁରୁତର

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଏନଏଚ ୨୦ର ଧୃପଦା ନିକଟରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ...

ସହରରେ ପଶିଲା ବାର୍‌ହା, ବଢିଲା ଭୟ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜିଲା କୋର୍ଟ ନିକଟ ମାର୍କେଟ କମ୍ପ୍ଲେକ୍ସର ଆପୋଲ ମେଡିସିନ ଦୋକାନ ଭିତରେ ମଙ୍ଗଳବାର ଏକ ବଣୁଆ ବାର୍‌ହା ହଠାତ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri