ଶ୍ରୀମନ୍ଦିର ଅଣସର ଘରେ ପଟିଦିଅଁ ପୂଜା ଆରମ୍ଭ

ପୁରୀ ଅଫିସ, ୬।୫: ସ୍ନାନ ମଣ୍ଡପରେ ୧୦୮ଗଡୁ ଜଳରେ ସ୍ନାନ ଯୋଗୁ ଦାରୁବ୍ରହ୍ମ। ଅସୁସ୍ଥ ହୋଇପଡିଛନ୍ତି। ଶ୍ରୀମନ୍ଦିର ଅଣସର ଘରେ ପ୍ରଭୁଙ୍କ ଗୁପ୍ତସେବା ଆରମ୍ଭ ହୋଇଛି। ଅନ୍ୟପକ୍ଷରେ ଶନିବାରଠାରୁ ପଟିଦିଅଁଙ୍କ ପୂଜା ମଧ୍ୟ ଆରମ୍ଭ ହୋଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ନାରାୟଣ ପଟି, ଶ୍ରୀବଳଭଦ୍ରଙ୍କ ପାଇଁ ଅନନ୍ତ ବାସୁଦେବ ଏବଂ ଦେବୀ ସୁଭଦ୍ରାଙ୍କ ପାଇଁ ଭୁବନେଶ୍ବରୀ ପଟି ପୂଜା ପାଉଛନ୍ତି। ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ନବଯୌବନ ରୂପରେ ଭକ୍ତଙ୍କୁ ଦର୍ଶନ ଦେବା ପର୍ଯ୍ୟନ୍ତ ପଟିଦିଅଁ ପୂଜା ପାଇବେ। ଦାରୁବ୍ରହ୍ମ ଅସୁସ୍ଥ ଥିବାରୁ ଦଇତାପତି ସେବକମାନେ ଶୁକ୍ରବାର ବିଳମ୍ବିତ ରାତିରୁ ଅଣସରଘରେ ଠାକୁରଙ୍କ ଗୁପ୍ତସେବା ଆରମ୍ଭ କରିଛନ୍ତି। ଠାକୁରଙ୍କ ପାଖରେ ପଣା ଏବଂ ଚକଟା ଭୋଗ କରାଯାଉଛି। ଜ୍ବରରୁ ଉପଶମ ପାଇଁ ଠାକୁରଙ୍କୁ ଫୁଲୁରିତେଲ ମାଲିସ କରାଯିବା ସହ ଦଶମୂଳ ମହୋଷଧି ଖାଇବାକୁ ଦିଆଯିବ। ସମ୍ପୂର୍ଣ୍ଣ ସୁସ୍ଥହେବା ପରେ ମହାପ୍ରଭୁ ଚକାବିଜେ କରିବେ। ଏହାପରେ ସେବକମାନେ ଶ୍ରୀନଅରକୁ ଯାଇ ଗଜପତି ମହାରାଜାଙ୍କୁ ମହାପ୍ରଭୁଙ୍କ ସୁସ୍ଥ ଖବର ଜଣାଇବେ। ଚଳିତବର୍ଷ ରଥଯାତ୍ରା ପାଇଁ ରାଜ୍ୟ ସରକାର ଯଦି ଅନୁମତି ଦିଅନ୍ତି ଆଗାମୀ ୨୩ ତାରିଖ ଦିନ ରଥଯାତ୍ରା ଅନୁଷ୍ଠିତ ହେବ। ରଥରେ ବସି ଭଉଣୀଭାଇଙ୍କ ସହ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ କାଳିଆ ଠାକୁର ନବଦିନବ୍ୟାପୀ ଘୋଷଯାତ୍ରା କରିବେ । ପ୍ରତ୍ୟେକବର୍ଷ ଦାରୁବ୍ରହ୍ମ ଅଣସରଘରେ ଥିବା ସମୟରେ ଶ୍ରୀଜଗନ୍ନାଥପ୍ରେମୀ ଭକ୍ତମାନେ ବ୍ରହ୍ମଗିରି ଯାଇ ଅଲାରନାଥଙ୍କୁ ଦର୍ଶନ କରିଥାଆନ୍ତି। ଚଳିତବର୍ଷ କରୋନା ଯୋଗୁ ଅଲାରନାଥ ମନ୍ଦିରରେ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri