ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ ଅଫିସ,୧୦ା୧୦: ବିଶ୍ୱପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିର ଉପରେ ଆତଙ୍କବାଦୀ ଆକ୍ରମଣର ଆଶଙ୍କା ରହିଛି। ଏ ନେଇ ଗୋଇନ୍ଦା ବିଭାଗ ବିଭିନ୍ନ ସମୟରେ ରିପୋର୍ଟ ଦେଉଛି। ସୁରକ୍ଷା ଦୃଷ୍ଟିକୋଣରୁ ଶ୍ରୀମନ୍ଦିର ଏକ ସମ୍ବେଦନଶୀଳ ଅଞ୍ଚଳ। ଏହା ମଧ୍ୟରେ ଫଟୋ ଉଠାଇବା, ଭିଡିଓ ଉତ୍ତୋଳନ କରିବା ସମ୍ପୂର୍ଣ୍ଣ ନିଷେଧ। ଏହାସତ୍ତ୍ବେ ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ ଦେଇ ମଙ୍ଗଳବାର ଶ୍ରୀମନ୍ଦିର ଉପରେ ଉଡିଛି ଡ୍ରୋନ। କିଛି ସମୟ ଡ୍ରୋନ୍‌ ଉଡ଼ିବା ଏବଂ ପୋଲିସ ଖୋଜିବାକୁ ଚେଷ୍ଟା କରି ବିଫଳ ହେବା ଘଟଣା ବଡ଼ଦେଉଳର ସୁରକ୍ଷା ବ୍ୟବସ୍ଥାକୁ ପଦାରେ ପକାଇଛି। ସକାଳେ ଏକ ଡ୍ରୋନ ମନ୍ଦିର ଉପରେ ଉଡୁଥିଲା। କେତେଜଣ ଭକ୍ତ ଦେଖିବା ପରେ ଏହା ପୋଲିସ ଓ ସେବାୟତଙ୍କ ନଜରକୁ ଆସିଥିଲା। ସେତେବେଳେ ଡ୍ରୋନ ଭିତର ବେଢା ଅଞ୍ଚଳ ଉପରେ ଉଡୁଥିଲା। ଏହାକୁ ଫଲୋ କରିବା ଲାଗି ଜଣେ ପୋଲିସ ଅଧିକାରୀ ଉତ୍ତର ଦ୍ୱାର ବାଟେ ବାହାରକୁ ଆସିଥିଲେ। ହେଲେ ଡ୍ରୋନଟି ଦକ୍ଷିଣ ଦ୍ୱାର ଉପର ଦେଇ ହରଚଣ୍ଡୀସାହି ଆଡ଼କୁ ପଳାଇଥିଲା। ଫଳରେ ପୋଲିସ ତା’ର ଟେର୍‌ ପାଇପାରି ନ ଥିଲା। ଶ୍ରୀମନ୍ଦିରରେ କାର୍ଯ୍ୟରତ ଜଣେ ପୋଲିସ ଅଧିକାରୀଙ୍କ ସୂଚନା ମୁତାବକ, ସକାଳେ ଏକ ଡ୍ରୋନ ଶ୍ରୀମନ୍ଦିର ଉପରେ ଉଚ୍ଚରେ ଉଡୁଥିଲା। ଡ୍ରୋନଟି ବହୁତ ଛୋଟ ଦେଖାଯାଉଥିଲା। ହୋ ହଲ୍ଲା ହେବା ପରେ ଏହି ଡ୍ରୋନଟି ହରଚଣ୍ଡୀସାହି ଆଡକୁ ପଳାଇଥିଲା। ଫଳରେ ଏହାକୁ ଠାବ କରାଯାଇ ପାରି ନ ଥିଲା। ଅନ୍ୟପକ୍ଷରେ ଏ ସମ୍ପର୍କରେ ସିଂହଦ୍ୱାର ଥାନା ଆଇଆଇସି ରଞ୍ଜନ କୁମାର ମଲିକ କହିଛନ୍ତି, ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡ଼ିଥିବା ଶୁଣିଛି, କିନ୍ତୁ ଏହାକୁ ଦେଖିନାହଁୁ। ରାତିରେ ମନ୍ଦିର ଉପରେ ଏକ ଲାଇଟ୍‌ ଦେଖି ଡ୍ରୋନ ଭାବି ଏହାକୁ ଫଲୋ କରିଥିଲୁ। କିନ୍ତୁ ଏହା ବାଣ ଲାଇଟ୍‌ ବୋଲି ଜଣାପଡ଼ିିଥିଲା। ତଥାପି ପୋଲିସ ଏହା ଉପରେ ନଜର ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri