ଶ୍ରୀମନ୍ଦିର ନିରାପତ୍ତା ବଳୟ ପାଇଁ ଅଭୂତପୂର୍ବ ସମର୍ଥନ: ୪୦ ଦିନରେ ୭୫ ପ୍ରତିଶତ ଜମି ସଂଗ୍ରହ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଶ୍ରୀମନ୍ଦିର ନିମନ୍ତେ ନିରାପତ୍ତା ବଳୟ ସୃଷ୍ଟି ପାଇଁ ଏହାର ୭୫ ମିଟର ପରିସରରେ ଥିବା ସ୍ଥାବର ସମ୍ପତ୍ତି ତ୍ୟାଗ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ଜନ୍ମାଷ୍ଟମୀ ଦିନ ଜନସାଧାରଣଙ୍କୁ ନିବେଦନ କରିଥିଲେ। ଏହାପରେ ଆରମ୍ଭ ହୋଇଥିଲା ଜମି ଅଧିଗ୍ରହଣ ପ୍ରକ୍ରିୟା। ସମ୍ପ୍ରତି ୪୦ ଦିନ ଭିତରେ ବିକ୍ରି-ଖର୍ଦ୍ଦି ପ୍ରକ୍ରିୟାରେ ପ୍ରାୟ ୭୫ପ୍ରତିଶତ ଘରୋଇ ଜମି ସଂଗ୍ରହ କରାଯାଇପାରିଛି। ସାରା ଦେଶର ଜମି ଅଧିଗ୍ରହଣ ପ୍ରକ୍ରିୟାରେ ଏହା ଏକ ଅଭୂତପୂର୍ବ ସଫଳତା। ମହାପ୍ରଭୁଙ୍କ ପାଇଁ ଲୋକମାନେ ସ୍ବେଚ୍ଛାକୃତଭାବେ ନିଜ ଭିଟାମାଟି, ବ୍ୟବସାୟ ପ୍ରତିଷ୍ଠାନ, ହୋଟେଲ, ଲଜିଂ ଆଦି ତ୍ୟାଗ କରିଛନ୍ତି। ଅନେକ ମଠ ମଧ୍ୟ ଏଥିରେ ସାମିଲ ହୋଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଦେବା ସହିତ ଏହି ପ୍ରକ୍ରିୟାରେ ସମସ୍ତଙ୍କ ସହଯୋଗ ଲୋଡିଛନ୍ତି। ମହାପ୍ରଭୁଙ୍କ ପାଇଁ ଲୋକମାନଙ୍କ ଏହି ତ୍ୟାଗକୁ ସବୁଦିନ ଲାଗି ଶ୍ରଦ୍ଧାର ସହିତ ଓଡ଼ିଆ ଜାତି ମନେରଖିବେ। ଏହି ମହାନ୍‌ ତ୍ୟାଗ ଶ୍ରୀକ୍ଷେତ୍ରକୁ ବିଶ୍ୱ ଐତିହ୍ୟନଗରୀ ଭାବେ ଗଢିତୋଳିବା ପାଇଁ ଆମ ସଂକଳ୍ପକୁ ଆହୁରି ଦୃଢ କରିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି କାର୍ଯ୍ୟ ସକାଶେ ଜିଲା ପ୍ରଶାସନ ଏବଂ ଏହାର ସମସ୍ତ ବିଭାଗର କର୍ମଚାରୀ ଓ ପୋଲିସ କର୍ମଚାରୀ ଛୁଟିଦିନଗୁଡିକରେ ମଧ୍ୟ କାମ ଜାରି ରଖିଛନ୍ତି। ସେମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରଙ୍କ ଉପରେ ଶନି-ରାହୁଙ୍କ ଛାୟା! ୨୮ ଅଗଷ୍ଟରୁ ୪ ରାଶିଙ୍କ ପାଇଁ ବଢ଼ିପାରେ ଅସୁବିଧା, ଲାଗିବ ବଡ଼ ଝଟକା…

ଜ୍ୟୋତିଷ ଶାସ୍ତ୍ରରେ, ଚନ୍ଦ୍ରଗ୍ରହଣକୁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, ସମ୍ବେଦନଶୀଳ ଏବଂ ଜ୍ୟୋତିଷ ଦୃଷ୍ଟିରୁ ପ୍ରଭାବଶାଳୀ ଘଟଣା ଭାବରେ ବିବେଚନା କରାଯାଏ । ୨୦୨୬ ମସିହାର ଶେଷ ଚନ୍ଦ୍ରଗ୍ରହଣ…

ନିଶାମୁକ୍ତ ଯୁବସମାଜ

ଆଜିକାଲିର ଯୁବପିଢ଼ି ନିଶାଦ୍ରବ୍ୟକୁ ନିତ୍ୟବ୍ୟବହାର୍ଯ୍ୟ ଦ୍ରବ୍ୟ କରିସାରିଲେଣି। ଗ୍ଲୋବାଲ ୟୁଥ୍‌ ଟୋବାକୋ ସର୍ଭେ (ଜିୱାଇଟିଏସ୍‌) ୨୦୧୯ ଅନୁଯାୟୀ, ସାରା ଦେଶରେ ୧୩ରୁ ୧୫ ବର୍ଷ ବୟସର ୮.୫…

ବସ୍ତାନିରୁ ସ୍କୁଲ ବ୍ୟାଗ: ଭାରରୁ ବିଚାର ପର୍ଯ୍ୟନ୍ତ

ପିଲାବେଳେ କାନ୍ଧରେ ବସ୍ତାନି ପକେଇ ସ୍କୁଲ ଗଲାବେଳର ସ୍ମୃତି ନିଆରା। ଆଜିର ସ୍କୁଲ ବ୍ୟାଗକୁ ଦେଖିଲେ ଲାଗେ, ସେହି ବସ୍ତାନିର ସରଳତା ଓ ସ୍ନେହ ଏବେ ମଧ୍ୟ…

ପ୍ରତିବାଦରେ ବାଧା

ଚଳିତ ସପ୍ତାହରେ ଦିଲ୍ଲୀ ହାଇକୋର୍ଟରେ ଏକ ଅଦ୍ଭୁତ ବିତର୍କ ଦେଖିବାକୁ ମିଳିଥିଲା। ସରକାରଙ୍କୁ ପଚରାଯାଇଥିଲା, ପ୍ରତିବାଦ ପାଇଁ ଯନ୍ତରମନ୍ତର ଅଞ୍ଚଳକୁ ବ୍ୟବହାର କରିବାକୁ କାହିଁକି ବନ୍ଦ କରାଯାଉନାହିଁ।…

ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ

ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ…

Mettle Meet 2026: ଆଜି ଗ୍ରାଣ୍ଡ୍‌ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍‌

ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି…

୩୮ ଏମ୍‌ଓୟୁ ସ୍ବାକ୍ଷରିତ: ଓଡ଼ିଶାକୁ ୬୬,୩୯୨ କୋଟି ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର,୯।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ ଶନିବାର ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି।…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri