ଶ୍ରୀମନ୍ଦିର ପରି ପ୍ରଭୁ ଲିଙ୍ଗରାଜଙ୍କ ପାଇଁ ପ୍ରସ୍ତୁତ ହେବ ଅଧିନିୟମ: ମନ୍ତ୍ରୀ

ଭୁବନେଶ୍ୱର, ୧୧-୯(ବ୍ୟୁରୋ):ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଅଧିନିୟମ(ଆକ୍ଟ) ଢାଞ୍ଚାରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିର ପରିଚାଳନା ପାଇଁ ଏକ ଆଇନ ଖୁବ୍‌ଶୀଘ୍ର ପ୍ରଣୟନ କରାଯିବ। ଲୋକସେବା ଭବନରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ପୁରୀ ଶ୍ରୀମନ୍ଦିର ସମସାମୟିକ ହୋଇଥିବାରୁ ଏପରି କରାଯିବାର ଆବଶ୍ୟକତା ରହିଥିବା ବିଜ୍ଞାନ ଓ କାରିଗରି ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡା ବୈଠକରେ ମତ ଦେଇଥିଲେ ା ଏଥି ସହ ଟ୍ରଷ୍ଟ ବୋର୍ଡର ପୁନର୍ଗଠନ କରିବା, ଆକ୍ଟ ପ୍ରସ୍ତୁତି ପାଇଁ ଟ୍ରଷ୍ଟ ବୋର୍ଡ ଦେବୋତ୍ତର କମିଶନଙ୍କ ମାଧ୍ୟମରେ ଆଇନ ବିଭାଗକୁ ପ୍ରସ୍ତାବ ଦେବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ରାଜ୍ୟରେ ଥିବା ମନ୍ଦିର ସମ୍ବନ୍ଧୀୟ ଆଇନ ବାବଦରେ ଯଥେଷ୍ଟ ଅଭିଜ୍ଞତା ରହିଥିବା ଆଇନଜ୍ଞମାନଙ୍କୁ ନେଇ ଏକ କମିଟି ଗଠନ କରିବାକୁ ଅଶୋକ ପଣ୍ଡା ଗୁରୁତ୍ୱାରୋପ କରିଛନ୍ତି। ସେହିପରି ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ, ପ୍ରତ୍ନତତ୍ତ୍ବ ବିଭାଗ ଦ୍ୱାରା ରକ୍ଷଣାବେକ୍ଷଣ, ମାର୍କେଟ କମ୍ପ୍ଲେକ୍ସ ସମ୍ବନ୍ଧିତ ସମସ୍ୟାର ସମାଧାନ, ବ୍ୟାଖ୍ୟାନ କେନ୍ଦ୍ର ସମ୍ମୁଖର ବିକାଶ ଓ ଦେବୀ ପାଦହରା ପୁଷ୍କରିଣୀର ଉନ୍ନୟନ ପାଇଁ ସବିଶେଷ ପ୍ରକଳ୍ପ ବିବରଣୀ ପ୍ରସ୍ତୁତ ହୋଇଥିବା ବୈଠକରୁ ସୂଚନା ମିଳିଛି।
ଅନୁରୂପ ଭାବେ ଘଟଗାଁ ତାରିଣୀ ମନ୍ଦିର କମିଟି ଓ ରେମୁଣା କ୍ଷୀରଚୋରା ଗୋପୀନାଥ ମନ୍ଦିରର ଟ୍ରଷ୍ଟ ବୋର୍ଡର ସମ୍ପୂର୍ଣ୍ଣ ପୁନର୍ଗଠନ ଓ ବିଭିନ୍ନ ସମସ୍ୟା ସମ୍ପର୍କରେ ଦେବୋତ୍ତର ବିଭାଗ ଦ୍ୱାରା ତଦନ୍ତ କରିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଷୋଡ଼ଶ ଶତାବ୍ଦୀର ବାରିପଦା ଜଗନ୍ନାଥ ମନ୍ଦିର କାର୍ଯ୍ୟକାରିତା ସମ୍ପର୍କରେ ମଧ୍ୟ ମନ୍ତ୍ରୀ ସମୀକ୍ଷା କରିଥିଲେ ା ଏହି ମନ୍ଦିର ଅତି ପୁରାତନ ହୋଇଥିବାରୁ ଏହାର ରକ୍ଷଣାବେକ୍ଷଣ ଦାୟିତ୍ୱ ପ୍ରତ୍ନତତ୍ତ୍ବ ବିଭାଗ କରିବା ପାଇଁ ଉପସ୍ଥିତ ଅଧିକାରୀଙ୍କୁ ପରାମର୍ଶ ଦିଆଯାଇଥିଲା। ଏଥିସହ ବାରିପଦା ଉପଜିଲାପାଳ ଏ ଦିଗରେ ପ୍ରତ୍ନତତ୍ତ୍ବ ବିଭାଗ ସହ ସମନ୍ବୟ ରଖି କାର୍ଯ୍ୟ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ବର୍ତ୍ତମାନ ଦେବୋତ୍ତର ଜମିରେ ବାରିପଦା ମ୍ୟୁନିସିପାଲିଟି ପକ୍ଷରୁ ଅର୍ଥ ଆଦାୟ କରାଯାଉଛି। ତାହାର ଅଂଶ ମନ୍ଦିରକୁ ଦେବା ପାଇଁ ବୈଠକରେ ଆଲୋଚନା କରାଯାଇଥିଲା। ଏହା ବ୍ୟତୀତ ଦେବୋତ୍ତର ଜମି ଯେଉଁମାନଙ୍କ ଅଧୀନରେ ଅଛି ସେମାନେ ୧୯ ଧାରା ଅନୁଯାୟୀ ନିୟମିତ କରିବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି ା ଏଥି ନିମନ୍ତେ ଉଭୟ ଉପଜିଲାପାଳ ଓ ଦେବୋତ୍ତର ବିଭାଗ ମିଳିତ ଭାବେ କାର୍ଯ୍ୟ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି ା ଏହି କାର୍ଯ୍ୟ କରିବା ପାଇଁ ପ୍ରଥମେ ୨୫ ଧାରାରେ ସେମାନଙ୍କୁ ନୋଟିସ୍‌ ପଠାଯିବ। ଆଗାମୀ ଏକ ମାସ ମଧ୍ୟରେ ମନ୍ଦିର ୱେବ୍‌ସାଇଟ୍‌ ଓ ସେବାୟତମାନଙ୍କ ସ୍ବାସ୍ଥ୍ୟବୀମା କାର୍ଯ୍ୟ ଶେଷ ହେବ ବୋଲି ବୈଠକରେ ଉପଜିଲାପାଳ ପ୍ରକାଶ କରିଥିଲେ। ସେହିପରି ସେବାୟତମାନଙ୍କର ଯାହାକିଛି ସମସ୍ୟା ରହିଛି ସେ ସମ୍ପର୍କରେ ଖୁବ୍‌ ଶୀଘ୍ର ନିଷ୍ପତ୍ତି ନିଆଯିବ ବୋଲି ବୈଠକରେ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri