Posted inଜାତୀୟ

ଶ୍ରୀମନ୍ଦିର ସଂସ୍କାର ମାମଲା: ରିପୋର୍ଟ ଅସମ୍ପୂର୍ଣ୍ଣ, ଅସନ୍ତୋଷ ବ୍ୟକ୍ତ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯ା୧(ସ୍ବ.ପ୍ର.): ସୁପ୍ରିମ୍‌କୋର୍ଟରେ ବୁଧବାର ଥିଲା ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଇତିମଧ୍ୟରେ ଆକ୍ସନ ଟେକେନ ରିପୋର୍ଟ ଦାଖଲ କରାଯାଇଥିଲା। ହେଲେ ତାହା ଅସମ୍ପୂର୍ଣ୍ଣ ଥିବାରୁ ସର୍ବୋଚ୍ଚ ଅଦାଲତ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସମ୍ପୂର୍ଣ୍ଣ ରିପୋର୍ଟ ଦାଖଲ କରିବା ଲାଗି ଶ୍ରୀମନ୍ଦିର ପ୍ରଶାସନ ସମୟ ମାଗିଛି। ତଦନୁଯାୟୀ ୨ ସପ୍ତାହ ମଧ୍ୟରେ ଏହି ରିପୋର୍ଟ ପ୍ରଦାନ କରିବା ଲାଗି ମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଧାନ ବିଚାରପତି ଏସ୍‌. ଏ. ବୋବ୍‌ଡେ, ଜଷ୍ଟିସ ବି. ଆର. ଗବାଇ ଓ ଜଷ୍ଟିସ ସୂର୍ଯ୍ୟ କାନ୍ତଙ୍କୁ ନେଇ ଗଠିତ ଖଣ୍ଡପୀଠ ୪ ସପ୍ତାହ ପରେ ପରବର୍ତ୍ତୀ ଶୁଣାଣି ପାଇଁ ସମୟ ଧାର୍ଯ୍ୟ ହୋଇଛି।
ଗତ ନଭେମ୍ବର ୪ରେ ସୁପ୍ରିମ୍‌କୋର୍ଟ ମଧ୍ୟବର୍ତ୍ତିକାଳୀନ ରାୟରେ ୨୨ଟି ନିର୍ଦ୍ଦେଶ କାର୍ଯ୍ୟକାରୀ କରିବା ଲାଗି ଶ୍ରୀମନ୍ଦିର ପ୍ରଶାସନ ଏବଂ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ରିପୋର୍ଟ ଦାଖଲ କରାଯାଇଥିଲେ ମଧ୍ୟ ତାହା ସମ୍ପୂର୍ଣ୍ଣ ନୁହେଁ। ରାଜ୍ୟ ବାହାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିର ହିସାବ ଦାଖଲ କରାଯାଇ ପାରି ନ ଥିବା ବେଳେ ଖଣିଖାଦନ ନେଇ ବିସ୍ତୃତ ତଥ୍ୟ ଦିଆଯାଇ ନାହିଁ। ରାଜ୍ୟରେ ମହାପ୍ରଭୁଙ୍କ ଜମିରେ କେତେ ପଥରକ୍ବାରି ରହିଛି ଏବଂ ସେ ସବୁର କେମିତି ଚାଲିଛି ତାହା ରିପୋର୍ଟରେ ଉଲ୍ଲେଖ କରାଯାଇ ନାହିଁ। ସେହିପରି ଶ୍ରୀମନ୍ଦିର ପାଇଁ ଜଣେ ପୂର୍ଣ୍ଣକାଳୀନ ମୁଖ୍ୟ ପ୍ରଶାସକ ନିଯୁକ୍ତି ବି ଅନୁପାଳନ ହୋଇ ନ ଥିବା ଦର୍ଶାଇଥିଲେ ଆମିକସ୍‌ କ୍ୟୁରି ରଞ୍ଜିତ କୁମାର। ତେଣୁ ବାକି ପ୍ରସ୍ତାବଗୁଡ଼ିକ ସମ୍ପର୍କରେ ତର୍ଜମା କରି ୨ ସପ୍ତାହ ମଧ୍ୟରେ ରିପୋର୍ଟ ଦେବାକୁ ଆମିକସ୍‌ କ୍ୟୁରିଙ୍କୁ ନିର୍ଦ୍ଦେଶ ହୋଇଛି। ଆମିକସ୍‌ କ୍ୟୁରିଙ୍କ ନୋଟ୍‌ ଆଧାରରେ ଶ୍ରୀମନ୍ଦିର ପ୍ରଶାସନ ଅତିରିକ୍ତ ସତ୍ୟପାଠ ମାଧ୍ୟମରେ ଏହି ରିପୋର୍ଟ ଦାଖଲ କରିବ।
ଅନ୍ୟପକ୍ଷରେ ଶୁଣାଣି ବେଳେ ଇଣ୍ଟରକଣ୍ଟିନେଣ୍ଟାଲ ଅସୋସିଏଶନ ଅଫ ଲୟର୍ସ ପକ୍ଷରୁ ଓକିଲ ଦେବାଶିଷ ମିଶ୍ର ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ବିଭିନ୍ନ ପଦକ୍ଷେପକୁ ବିରୋଧ କରିବା ସହ କୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ଅନୁପାଳନ କରାଯାଇନାହିଁ ବୋଲି କହିଥିଲେ। ବିଶେଷ କରି ପୂର୍ଣ୍ଣକାଳୀନ ମୁଖ୍ୟ ପ୍ରଶାସକ ନିଯୁକ୍ତି ହୋଇ ନ ଥିବା ଦର୍ଶାଇଥିଲେ। ଅପରପକ୍ଷରେ ଅଦାଲତ ଅବମାନନା ନେଇ ଯଦି କିଛି ଆପତ୍ତି ଥାଏ ତେବେ ୪ ସପ୍ତାହ ମଧ୍ୟରେ ଆବେଦନ କରିବାକୁ ମିଶ୍ରଙ୍କୁ ଖଣ୍ଡପୀଠ କହିଥିଲେ।
ସୁପ୍ରିମକୋର୍ଟରେ ଦାଖଲ ଅସମ୍ପୂର୍ଣ୍ଣ ରିପୋର୍ଟକୁ ନେଇ ଆପତ୍ତି ଉଠାଇଛନ୍ତି ବରିଷ୍ଠ ସେବାୟତ ରାମଚନ୍ଦ୍ର ଦାସମହାପାତ୍ର। ସେ କହିଛନ୍ତି, ମହାପ୍ରଭୁଙ୍କର ଓଡ଼ିଶାରେ କେତେ, ଓଡ଼ିଶା ବାହାରେ କେତେ ଏବଂ ଖାତା ଓ ପ୍ଲଟ ନମ୍ବର କ’ଣ ଯଦି ତାହା ସୁପ୍ରିମ୍‌କୋର୍ଟଙ୍କୁ ଦିଆଯାଇଥାନ୍ତା ତେବେ ତାହା ନିଶ୍ଚିତ ଭାବେ ଗ୍ରହଣ ହୋଇଥାନ୍ତା। ସେହିପରି ବରିଷ୍ଠ ସେବାୟତ ବିନାୟକ ଦାସମହାପାତ୍ର କହିଛନ୍ତି, ସେବାୟତଙ୍କ କଲ୍ୟାଣ ସଂକ୍ରାନ୍ତରେ ରିପୋର୍ଟରେ କିଛି ଉଲ୍ଲେଖ କରାଯାଇ ନାହିଁ। ତେଣୁ ଏ ନେଇ ସେ ଆମିକସ୍‌ କ୍ୟୁରିଙ୍କ ପ୍ରତିନିଧି ପ୍ରିୟା ହିଙ୍ଗୋରାନୀଙ୍କୁ ଜଣାଇଛନ୍ତି। ସେବାୟତଙ୍କ କଲ୍ୟାଣ କ’ଣ କରାଯାଇପାରିବ ୨ ସପ୍ତାହ ମଧ୍ୟରେ ଲିଖିତ ଭାବେ ଦେଲେ ସେ ସୁପ୍ରିମକୋର୍ଟଙ୍କୁ ଅବଗତ କରାଇବେ ବୋଲି ହିଙ୍ଗୋରାନୀ କହିଥିବା ବିନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri