ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ଆରମ୍ଭ: ପ୍ରତ୍ୟକ୍ଷ ଜମି କିଣିଲେ ସରକାର

ପୁରୀ ଅଫିସ,୨୨ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ଆରମ୍ଭ ହୋଇଛି । ସୋମବାର ବାସେଳିସାହି ଓ ମଣିକର୍ଣ୍ଣିକା ସାହିର ୫ ପରିବାରଠୁ ପ୍ରତ୍ୟକ୍ଷ ଜମି କିଣିଛନ୍ତି ସରକାର। ଏହି ବିସ୍ଥାପିତ ୫ ପରିବାରକୁ ମୋଟ ୮କୋଟି ୪୪ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ଏହି ପରିବାର ମଧ୍ୟରୁ ୨୦ ଜଣଙ୍କୁ ଥଇଥାନ ଓ ପୁନର୍ବାସ କ୍ଷତିପୂରଣ ସହାୟତା ସମେତ ଅଧିକ ୧୦ ପ୍ରତିଶତ ଟଙ୍କା ଦିଆଯାଇଛି। ଶ୍ରୀମନ୍ଦିର ସୁରକ୍ଷା ଜୋନ ପାଇଁ ସ୍ବତନ୍ତ୍ର ଥଇଥାନ ପ୍ୟାକେଜର ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ବିଜ୍ଞପ୍ତି ପ୍ରକାଶ ପାଇବାର ୩୦ ଦିନ ମଧ୍ୟରେ ସରକାର ପ୍ରତ୍ୟକ୍ଷ ଜମି କିଣିବା ନିଶ୍ଚିତ ବଡ଼ ସଫଳତା ବୋଲି କୁହାଯାଉଛି।
ଜଣେ ପ୍ରଶାସନିକ ଅଧିକାରୀଙ୍କ ସୂଚନା ମୁତାବକ, ଜିଲା ସବ୍‌ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ ଏହି ଡିଡ୍‌ କରାଯାଇଛି। ବାସେଳିସାହି ଓ ମଣିକର୍ଣ୍ଣିକା ସାହିର ୫ ପରିବାର ଶ୍ରୀମନ୍ଦିର ସୁରକ୍ଷା ପାଇଁ ସ୍ବେଚ୍ଛାକୃତ ଭାବେ ସରକାରଙ୍କୁ ଜମି ହସ୍ତାନ୍ତର କରିଛନ୍ତି। ସମ୍ପୃକ୍ତ ପରିବାରଗୁଡ଼ିକର ଜମି ଏବଂ ସେଥିରେ ନିର୍ମିତ କୋଠା ମୂଲ୍ୟ ବାବଦରେ ୨କୋଟି ୧୪ ଲକ୍ଷ ୮,୩୫୦ ଟଙ୍କା ଡବଲ ହିସାବରେ ଦିଆଯାଇଛି। ବିସ୍ଥାପିତ ହେବାକୁ ଥିବା ଏହି ପରିବାରଗୁଡ଼ିର ୨୦ ଜଣ ସଦସ୍ୟଙ୍କୁ ପୁନର୍ବାସ ଓ ଥଇଥାନ ଯୋଜନାରେ ଏକକାଳୀନ ସହାୟତା ରାଶି ୩୦ଲକ୍ଷ ଲେଖାଏ ମୋଟ ୬କୋଟି ଏବଂ ଅଧିକ ୧୦ପ୍ରତିଶତ ହିସାବରେ ୬୦ଲକ୍ଷ ଟଙ୍କା ଦିଆଯାଇଛି। ମୋଟ ୮କୋଟି ୮୪ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ଜିଲାପାଳ ବଲୱନ୍ତ ସିଂଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି ଜମି କିଣାଯାଇଛି। ଅତିରିକ୍ତ ଜିଲାପାଳ ବିନୟ କୁମାର ଦାଶ, ଉପଜିଲାପାଳ ଭବତାରଣ ସାହୁ, ଶ୍ରୀମନ୍ଦିର ସୁରକ୍ଷା ଜୋନ ଜମି ଅଧିଗ୍ରହଣ ଅଧିକାରୀ କୈଳାସ ନାୟକ, ତହସିଲଦାର ଆଶିଷ ସାହୁଙ୍କ ସମେତ ୫ ଶିକ୍ଷାନବୀସ ଆଇଏଏସ୍‌ ଅଧିକାରୀ ଏବଂ ଶିକ୍ଷାନବୀସ ଓଏଏସ୍‌ ଅଧିକାରୀଙ୍କ ସହଯୋଗରେ ଏହି ଜମି କିଣିବା ଆରମ୍ଭ ହୋଇଛି। ସ୍ବେଚ୍ଛାକୃତ ଭାବେ ଜମି ହସ୍ତାନ୍ତର କରିବାକୁ ପ୍ରାୟ ୩୦ରୁ ଅଧିକ ପରିବାର ଆଗ୍ରହ ପ୍ରକାଶ କରିଥିବାବେଳେ ପ୍ରଥମ ପର୍ଯ୍ୟାୟରେ ୫ ପରିବାର ଜମି ଦେଇଛନ୍ତି। ଆଗକୁ ଅନ୍ୟ ପରିବାର ଜମି ବିକି ଅଧିକ ୧୦ ପ୍ରତିଶତ ସହାୟତା ରାଶି ନେବେ ବୋଲି ପ୍ରଶାସନ ଆଶା ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri