ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ପ୍ରସଙ୍ଗ:ରାଜ୍ୟ ଜଣାଇଲେ ପଦକ୍ଷେପ ନେବ କେନ୍ଦ୍ର

ପୁରୀ ଅଫିସ, ୧।୩: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲ ଶନିବାର ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। କୋଣାର୍କ ସୂର୍ଯ୍ୟମନ୍ଦିର ସୁରକ୍ଷା ଜାତୀୟ କର୍ମଶାଳାରେ ଯୋଗଦେବାକୁ ଯିବା ପୂର୍ବରୁ ସକାଳେ କେନ୍ଦ୍ରମନ୍ତ୍ରୀ ପଟେଲ ଶ୍ରୀମନ୍ଦିରକୁ ଆସିଥିଲେ। ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ବେଢା ପରିସର ଅନ୍ୟାନ୍ୟ ମନ୍ଦିର ବୁଲି ଦେଖିଥିଲେ। ସିଂହଦ୍ୱାରଠାରେ ଗଣମାଧ୍ୟମକୁ ସୂଚନା ଦେଇ ସେ କହିଥିଲେ, ମହାପ୍ରଭୁଙ୍କୁ ଦର୍ଶନ କରିବାରେ ଯେଉଁ ଆନନ୍ଦ ତାହା ଶବ୍ଦରେ ବର୍ଣ୍ଣନା କରିହେବ ନାହିଁ। ଦେଶବାସୀଙ୍କ ଉପରେ ଭଗବାନ ଏହିପରି ସର୍ବଦା ଆଶୀର୍ବାଦ ରଖିଥାନ୍ତୁ। ପର୍ଯ୍ୟଟନ କ୍ଷେତ୍ରରେ ଓଡ଼ିଶା ଆଗକୁ ବଢୁଛି। ବର୍ତ୍ତମାନ ଶ୍ରୀମନ୍ଦିରର ଚତୁଃପାର୍ଶ୍ୱ ଉଚ୍ଛେଦ କରାଯାଇ ସୌନ୍ଦର୍ଯ୍ୟକରଣ କାମ ଚାଲିଛି। ଏ କ୍ଷେତ୍ରରେ ଯଦି କୌଣସି ପ୍ରକାର ସହଯୋଗ ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରନ୍ତି ତେବେ ନିଶ୍ଚିତ ପଦକ୍ଷେପ ନିଆଯିବ ବୋଲି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରକାଶ କରିଥିଲେ। ମନ୍ତ୍ରୀ ପଟେଲ ଦର୍ଶନ ସାରି ଫେରିଯିବାକୁ ପ୍ରସ୍ତୁତ ହେଉଥିବାବେଳେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପହଞ୍ଚତ୍ଥିଲେ। ଦୁଇ କେନ୍ଦ୍ରମନ୍ତ୍ରୀଙ୍କର ଶ୍ରୀମନ୍ଦିର ସମ୍ମୁଖରେ ସାକ୍ଷାତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ…

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…

ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri