ଶ୍ରୀମନ୍ଦିର ହୁଣ୍ଡିରେ ଲକ୍ଷେ ଟଙ୍କା ଟପିଲାନି, ସୁନା ରୁପା ଶୂନ

ପୁରୀ ଅଫିସ, ୧୭।୩: କରୋନାର ପ୍ରଭାବ କେବଳ ଲୋକଙ୍କ ଜୀବନ ଜୀବିକା ଉପରେ ନୁହେଁ, ଶ୍ରୀମନ୍ଦିର ହୁଣ୍ଡିରେ ବି ଏହା ଦେଖିବାକୁ ମିଳିଛି। ବିଶ୍ୱବ୍ୟାପୀ ଘାତକ ସାଜିଥିବା ଏହି ମାରାତ୍ମକ ଭୂତାଣୁର ମୁକାବିଲା ଲାଗି ରବିବାର ଶ୍ରୀମନ୍ଦିର ପାଇଁ କେତେକ କଟକଣା ଜାରି କରାଯାଇଥିଲା। ସୋମବାରଠାରୁ ଏହାକୁ ଲାଗୁ କରାଯାଇଛି। ଏହି କଟକଣା ପରେ ଶ୍ରୀମନ୍ଦିରକୁ ଦର୍ଶନାର୍ଥୀଙ୍କ ସଂଖ୍ୟା ଆଶାତୀତ ଭାବେ ହ୍ରାସ ପାଇଛି। ଫଳରେ ସୋମବାର ହୁଣ୍ଡି ଅର୍ଥ ଲକ୍ଷେ ଟଙ୍କା ଟପି ନ ଥିବାବେଳେ ସୁନା, ରୁପା ଆଦୌ ବାହାରିନାହିଁ। ଶ୍ରୀମନ୍ଦିର ହୁଣ୍ଡି। ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସୁଥିବା ଭକ୍ତମାନେ ଏଥିରେ ଟଙ୍କା, ସୁନା, ରୁପା ଇତ୍ୟାଦି ପକାଇଥାନ୍ତି। କେହି କେହି ମାନସିକ କରି ହୁଣ୍ଡିରେ ବିଭିନ୍ନ ପ୍ରକାର ବସ୍ତ୍ର ମଧ୍ୟ ପକାଇଥାନ୍ତି। ଏହି ଦାନ ଅର୍ଥ ଏବଂ ସୁନା, ରୁପା ଅଳଙ୍କାର ଆଦି ପ୍ରତିଦିନ ସନ୍ଧ୍ୟାରେ ଗଣତି କରାଯାଇଥାଏ। ଶ୍ରୀମନ୍ଦିର ବେଢା ପରିସର ଶାଖା କାର୍ଯ୍ୟାଳୟରେ ଏହି ଗଣତି ହୁଏ। ପ୍ରତିଦିନ ହୁଣ୍ଡିରୁ କେତେ ଟଙ୍କା ମିଳେ ତାହାକୁ ଶ୍ରୀମନ୍ଦିର ପ୍ରଶାସନ ସର୍ବସାଧାରଣରେ ଅବଗତ କରାଇଥାଏ। ସାଧାରଣ ଦିନଗୁଡ଼ିକରେ ପ୍ରାୟ ୨ଲକ୍ଷରୁ ଊର୍ଦ୍ଧ୍ୱ ଏବଂ ସ୍ବତନ୍ତ୍ର ପର୍ବପର୍ବାଣି ଦିନରେ ୪/୫ଲକ୍ଷ ଟଙ୍କା ବାହାରେ। ସେହିପରି ପ୍ରତ୍ୟେକ ଦିନ କିଛି ପରିମାଣର ସୁନା, ରୁପା ମଧ୍ୟ ବାହାରିଥାଏ। ହେଲେ ସୋମବାର ହୁଣ୍ଡିରେ ଆଦୌ ସୁନା ଓ ରୁପା ପଡ଼ି ନ ଥିବାବେଳେ କେବଳ ୯୮ହଜାର ୮୭୨ ଟଙ୍କା ବାହାରିଥିବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। କରୋନା କଟକଣା ଯୋଗୁ ସୋମବାର ଶ୍ରଦ୍ଧାଳୁଙ୍କ ସଂଖ୍ୟା କମିଥିବାରୁ ନୀତିକାନ୍ତି ଶୀଘ୍ର ହେବା ସହ ରାତ୍ର ପହୁଡ ସଅଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri