Posted inଖେଳ

ଶ୍ରୀଲଙ୍କା କିମ୍ବଦନ୍ତୀଙ୍କୁ ଭାରତୀୟ ମହିଳା ଦଳର ଉପହାର

ମେଲବୋର୍ନ,୨ା୩- ଚଳିତ ମହିଳା ଟି୨୦ ବିଶ୍ୱକପ୍‌ରେ ସୋମବାର ଅନୁଷ୍ଠିତ ଗ୍ରୁପ୍‌ ଏ’ର ଲିଗ୍‌ ମ୍ୟାଚ୍‌ରେ ଶ୍ରୀଲଙ୍କା ୯ ଉଇକେଟରେ ବାଂଲାଦେଶକୁ ହରାଇ ଦେଇଛି। ଏହି ବିଜୟ ସତ୍ତ୍ୱେ ଶ୍ରୀଲଙ୍କା ଦଳ ଟୁର୍ନାମେଣ୍ଟରୁ ବିଦାୟ ନେଇଛି। ଏଥିସହ ଦଳର ସବୁଠୁ ସିନିୟର ଖେଳାଳି ଶଶିକଳା ସିରିଓ୍ବର୍ଦନେଙ୍କ ଅନ୍ତର୍ଜାତୀୟ କ୍ୟାରିୟର ଶେଷ ହୋଇଛି। ଟୁର୍ନାମେଣ୍ଟ ପୂର୍ବରୁ ଅବସର ଘୋଷଣା କରିଥିବା ୩୫ ବର୍ଷୀୟା ଖେଳାଳି କ୍ୟାରିୟର ଅନ୍ତିମ ମ୍ୟାଚ୍‌ରେ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ଜିତିଛନ୍ତି। ଏହି କିମ୍ବଦନ୍ତୀ ଖେଳାଳିଙ୍କ ପାଇଁ ଭାରତୀୟ ମହିଳା ଦଳର ଖେଳାଳିମାନେ ଏକ ସ୍ବତନ୍ତ୍ର ଉପହାର ଦେଇଛନ୍ତି। ଦଳର ସମସ୍ତ ଖେଳାଳିଙ୍କ ହସ୍ତାକ୍ଷର ଥିବା ଅଧିନାୟିକା ହରମନପ୍ରୀତ କୌରଙ୍କ ଜର୍ସି ଉପହାର ସ୍ବରୂପ ପ୍ରଦାନ କରିଛନ୍ତି। ଟୁଇଟରରେ ଏକ ଫଟୋ ପୋଷ୍ଟ ଜରିଆରେ ଟିମ୍‌ ଇଣ୍ଡିଆ ଏହି ସୂଚନା ଦେଇଛି। ଉକ୍ତ ଫଟୋରେ ସ୍ମୃତି ମନ୍ଧାନା, ଜେମିମା ରୋଡ୍ରିଗୁଏଜ ଓ ଶିଖା ପାଣ୍ଡେ ଜର୍ସି ଧରି ଛିଡ଼ା ହାଇଛନ୍ତି। ସିରିଓ୍ବର୍ଦନେ ଅନ୍ତର୍ଜାତୀୟ ସ୍ତରରେ ୧୧୮ ଦିନିକିଆ ଓ ୮୦ ଟି୨୦ ମ୍ୟାଚ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପ, କପିଳଯୋରରେ ମାଛ ମଡକ:  ପଚାମାଛ ଗନ୍ଧରେ ସହର…

ପାରାଦୀପ ୧୨।୪(ଶରତ ରାଉତ): ବନ୍ଦର ସହର ପାରାଦୀପ ମଧ୍ୟସ୍ଥଳରେ ଥିବା କପିଳଯୋରରେ ରବିବାର ମାଛ ମଡକ ହୋଇଛି। ସହରର ବଡପଡିଆ ପରିବା ମାର୍କେଟଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ…

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri