Posted inଖେଳ

ଶ୍ରୀଲଙ୍କା ପ୍ରଶଂସକଙ୍କ ସହ ଜନ୍ମଦିନ ପାଳିଲେ ଓ୍ବିଲିୟମସନ

କଲମ୍ବୋ,୯।୮- ନିକଟରେ ଶେଷ ହୋଇଥିବା ଆଇସିସି ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡ ଦଳକୁ ଫାଇନାଲରେ ପହଞ୍ଚାଇଥିବା ଅଧିନାୟକ କେନ୍‌ ଓ୍ବିଲିୟମସନଙ୍କ ପ୍ରଶଂସକଙ୍କ ସଂଖ୍ୟା ବିଶ୍ୱରେ ବୃଦ୍ଧି ପାଇବାରେ ଲାଗିଛି। ଓ୍ବିଲିୟମସନ ଗୁରୁବାର ୨୯ବର୍ଷରେ ପାଦ ଦେଇଛନ୍ତି। ଏହି ଅବସରରେ ସେ ଶ୍ରୀଲଙ୍କା ପ୍ରଶଂସକଙ୍କ ସହ ଜନ୍ମଦିନ ପାଳନ କରିଛନ୍ତି। କାଟୁନାୟାକେଠାରେ ଚାଲିଥିବା ଶ୍ରୀଲଙ୍କା ସଭାପତି ଏକାଦଶ ବିପକ୍ଷରେ ନ୍ୟୁଜିଲାଣ୍ଡ ଏକ ଅଭ୍ୟାସ ମ୍ୟାଚ୍‌ ବେଳେ ଶ୍ରୀଲଙ୍କା ପ୍ରଶଂସକମାନେ ଓ୍ବିଲିୟମସନଙ୍କ ପାଇଁ କେକ୍‌ ଆଣିଥିଲେ। ନ୍ୟୁଜିଲାଣ୍ଡ ଅଧିନାୟକ କେକ୍‌ କାଟିବା ସହ ଖାଇଥିଲେ। ଏହାର କିଛି ଫଟୋ ଶ୍ରୀଲଙ୍କା କ୍ରିକେଟ ପକ୍ଷରୁ ଟୁଇଟରରେ ଶେୟାର କରାଯାଇଛି। ଏଥିରେ ଓ୍ବିଲିୟମସନ ଗ୍ରାଉଣ୍ଡର ବାଉଣ୍ଡ୍ରି ଅଞ୍ଚଳରେ ଉପସ୍ଥିତ ଥିବା ପ୍ରଶଂସକଙ୍କ ସହ କେକ୍‌ କାଟୁଛନ୍ତି। ଅଭ୍ୟାସ ମ୍ୟାଚ୍‌ରେ ଶ୍ରୀଲଙ୍କା ବୋର୍ଡ ସଭାପତି ଏକାଦଶ ଦଳ ପ୍ରଥମ ଦିନ ଶେଷ ସୁଦ୍ଧା ୬ ଉଇକେଟ ହରାଇ ୩୨୩ ରନ୍‌ କରିଥିଲା। ଏହି ସିରିଜରେ ନ୍ୟୁଜିଲାଣ୍ଡ ଦୁଇ ଟେଷ୍ଟ ଓ ୩ ଟି୨୦ ମ୍ୟାଚ୍‌ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri