ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କଲେ ଇସ୍ରୋ ଅଧ୍ୟକ୍ଷ କେ. ଶିବନ୍‌

ପୁରୁଣା ଭୁବନେଶ୍ୱର, ୨୨।୯ (ଡି.ଏନ.ଏ.): ଭୁବନେଶ୍ୱର ଗସ୍ତ ଅବସରରେ ଇସ୍ରୋର ଅଧ୍ୟକ୍ଷ ଡ. କେ. ଶିବନ ଶନିବାର ସନ୍ଧ୍ୟାରେ ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ପରିଦର୍ଶନ କରିଛନ୍ତି। ସନ୍ଧ୍ୟା ସାଢେ ୬ଟାରେ ଲିଙ୍ଗରାଜ ମନ୍ଦିର ମୁଖଶାଳାଠାରେ ପହଞ୍ଚତ୍ବା ପରେ ତାଙ୍କୁ ମନ୍ଦିର ପ୍ରଶାସନ ପକ୍ଷରୁ ସ୍ବାଗତ କରାଯାଇଥିଲା। ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କର ଦର୍ଶନ କରିବା ସହ ପାର୍ଶ୍ୱ ଦେବଦେବୀଙ୍କୁ ମଧ୍ୟ ଦର୍ଶନ କରିଥିଲେ। ଏହି ଅବସରରେ ସେ ମନ୍ଦିରର କଳା, କାରୁକାର୍ଯ୍ୟ, ଐତିହ୍ୟ ଓ କୀର୍ତ୍ତିରାଜି ସମ୍ବନ୍ଧରେ ତାଙ୍କୁ ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ଅଧିକାରୀ ପ୍ରଦୀପ କୁମାର ସାହୁ ଅବଗତ କରାଇଥିଲେ। ଆଜିର ପାଳିଆ ସେବାୟତମାନେ ତାଙ୍କୁ ଶ୍ରୀଲିଙ୍ଗରାଜ ଓ ମା’ ପାର୍ବତୀଙ୍କ ନିକଟରେ ପହଞ୍ଚାଇ ପୂଜାର୍ଚ୍ଚନା କରାଇଥିଲେ। ମନ୍ଦିର ବାହାରେ ସେ ରାଜ୍ୟ ଓ ରାଜ୍ୟ ବାହାରୁ ଆସିଥିବା ଶତାଧିକ ଶ୍ରଦ୍ଧାଳୁ ଓ ସେବାୟତଙ୍କୁ ତାଙ୍କର ଜୟଗାନ କରିଥିଲେ। ଭାରତ ମହାଶୂନ୍ୟ ଓ ରକେଟ ଗବେଷଣା କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ଇସ୍ରୋ ବିଶ୍ୱରେ ପ୍ରଥମ ସ୍ଥାନ ଅଧିକାର କରୁ ବୋଲି ଉପସ୍ଥିତ ଶ୍ରଦ୍ଧାଳୁ ଶ୍ରୀଲିଙ୍ଗରାଜଙ୍କ ନିକଟରେ ପ୍ରାର୍ଥନା କରିଥିଲେ। ଏହି ଅବସରରେ ଅତିରିକ୍ତ ଜିଲାପାଳ ଅରୁଣ ବେହେରା ଏବଂ ଅନ୍ୟ ପ୍ରଶାସନିକ ଅଧିକାରୀଙ୍କ ସମେତ ସମସ୍ତ ସେବାୟତ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର: ଆସନ ସଂରକ୍ଷଣ ପାଇଁ ଚିଠି ଲେଖିଲା…

ଭୁବନେଶ୍ୱର,୧୦।୪: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି। ଆସନ ସଂରକ୍ଷଣ ପାଇଁ ଜିଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଚିଠି କରାଯାଇଛି।…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…

ବଢ଼ିବ ତାତି: ଗରମ-ଗୁଳୁଗୁଳିରେ ଛଟପଟ ହେବେ ଏସବୁ ଜିଲାର ଲୋକେ, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୦।୪: ରାଜ୍ୟରେ ପାରଦ ପୁଣି ଉପରମୁହାଁ ହେବ। ଦୁଇଦିନ ମଧ୍ୟରେ ୪ରୁ ୬ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ। ବିଶେଷକରି ଶନିବାର ୧୧ ତାରିଖରୁ ପଶ୍ଚିମ ଓ…

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri