ଶ୍ରୀଲିଙ୍ଗରାଜଙ୍କ ବିବାହ ଉତ୍ସବ: ଶ୍ୱଶୁରାଳୟ କେଦାରଗୌରୀ ମନ୍ଦିର ପକ୍ଷରୁ ପ୍ରସ୍ତୁତି

ପୁରୁଣା ଭୁବନେଶ୍ୱର,୬ା୬(ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଶୀତଳଷଷ୍ଠୀ ଯାତ୍ରା ପାଇଁ ଶ୍ୱଶୁରାଳୟ କେଦାରଗୌରୀ ମନ୍ଦିର ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଶ୍ରୀଲିଙ୍ଗରାଜ ଏବଂ ମା’ ପାର୍ବତୀଙ୍କ ବିବାହ ଉତ୍ସବକୁ ଶୃଙ୍ଖଳିତ କରିବା, ଟ୍ରାଫିକ ନିୟନ୍ତ୍ରଣ, ବରଯାତ୍ରୀଙ୍କୁ ଆତିଥ୍ୟ, ଦେବଦମ୍ପତିଙ୍କ ରହଣୀ ବ୍ୟବସ୍ଥା, ବିବାହ କାର୍ଯ୍ୟ ସମ୍ପାଦନ ଭକ୍ତଙ୍କ ପାଇଁ ବ୍ୟଞ୍ଜନ ବ୍ୟବସ୍ଥା ସମ୍ପର୍କରେ ଗୁରୁତ୍ୱରୋପ କରାଯାଇଥିଲା। ମନ୍ଦିର ପରିସରରେ ଶ୍ରୀକେଦାରଗୌରୀ ଉନ୍ନୟନ କମିଟି ପକ୍ଷରୁ ଆୟୋଜିତ ପ୍ରସ୍ତୁତି ବୈଠକରେ ବିଭିନ୍ନ ପ୍ରସ୍ତାବମାନ ଗୃହୀତ କରାଯାଇଥିଲା। ଚଳିତବର୍ଷ ଦେବଦମ୍ପତି ବିବାହ ଶୋଭାଯାତ୍ରାରେ ଏଠାରେ ଆସି ପହଞ୍ଚତ୍ବା ପରେ ସହଳ ବିବାହ କାର୍ଯ୍ୟ ସମ୍ପାଦନ ଏବଂ ସହଳ ବିଦାୟ ଫେରନ୍ତା ଶୋଭାଯାତ୍ରା କରାଯିବାକୁ ସ୍ଥିର ହୋଇଥିଲା। ଯାହାଦ୍ୱାରା ହଜାର ହଜାର ଶ୍ରଦ୍ଧାଳୁ ଠାକୁରଙ୍କୁ ଦର୍ଶନ କରିବା ସହଜ ହେବ। ଜୁନ୍‌ ୬ ରେ ମଙ୍ଗଳକୃତ୍ୟ ୭ ତାରିଖରେ ବିବାହ ଉତ୍ସବ ୮ ତାରିଖ ଶୀତଳଷଷ୍ଠୀ ୩ ଦିନ ଧରି ମନ୍ଦିର ପରିସରରେ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ପ୍ରାୟ ୧୦ ହଜାର ଭକ୍ତଙ୍କ ନିମନ୍ତେ ବ୍ୟଞ୍ଜନ ବ୍ୟବସ୍ଥା କରାଯିବା ନେଇ କମିଟି ସଭାପତି ନରେନ୍ଦ୍ର ମହାପାତ୍ର, ସମ୍ପାଦକ ଗୌରୀଶଙ୍କର ମହାପାତ୍ର ଓ କମିଟି ସଦସ୍ୟମାନେ ବୈଠକରେ ଉପସ୍ଥିତ ରହି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri