ଶ୍ରୀଲିଙ୍ଗରାଜ ମାର୍କେଟରେ ସାମାଜିକ ଦୂରତ୍ୱ ଅମାନ୍ୟ

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): କରୋନା ସଂକ୍ରମଣକୁ ଏଡ଼ାଇବାକୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଲୋକଙ୍କୁ ସଚେତନ କରିବାରେ ଲାଗିପଡିଛି। ହେଲେ ହାଟଗୁଡିକରେ ସାମାଜିକ ଦୂରତ୍ୱକୁ ବ୍ୟବସାୟୀ ଓ ଲୋକେ ଅମାନ୍ୟ କରି ଗହଳି କରୁଛନ୍ତି। ବିଏମ୍‌ସି ରାଜଧାନୀର ମୁଖ୍ୟ ହାଟକୁ ୬୮ ଭାଗରେ ବିଭକ୍ତ କରି ସହରର ବିଭିନ୍ନ ସ୍ଥାନରେ ଅସ୍ଥାୟୀ ମାର୍କେଟ ଖୋଲିଛି। ପ୍ରତ୍ୟେକ ଦିନ ଶ୍ରୀଲିଙ୍ଗରାଜ ମାର୍କେଟରେ ପୁରୁଣା ଭୁବନେଶ୍ୱରର ଲୋକେ ଓ ବ୍ୟବସାୟୀମାନେ ଖୋଲାଖୋଲି ଭାବେ ସାମାଜିକ ଦୂରତ୍ୱ ନିୟମକୁ ଉଲ୍ଲଂଘନ କରୁଛନ୍ତିି। ଏଭଳି ଅସାବଧାନତା କରୋନା ସଂକ୍ରମଣକୁ ପ୍ରୋତ୍ସାହନ ଦେବ ବୋଲି ଆଶଙ୍କା ପ୍ରକାଶ ପାଇଛି। ଶ୍ରୀଲିଙ୍ଗରାଜ ମାର୍କେଟ କମ୍ପ୍ଲେକ୍ସର ପାର୍କିଂ ସ୍ଥଳରେ ବିଏମ୍‌ସି ଦ୍ୱାରା ଅସ୍ଥାୟୀ ମାର୍କେଟ କରାଯାଇଛି। ଉକ୍ତ ମାର୍କେଟରେ ସାମାଜିକ ଦୂରତ୍ୱ ପାଳନ ହେଉଛି କି ନାହିଁ ସେନେଇ ଯାଞ୍ଚ କରିବାକୁ ଜଣେ ଲେଖାଏ ନୋଡାଲ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ସମ୍ପୃକ୍ତ ଅଧିକାରୀଙ୍କ ଖାମଖିଆଲି ମନୋଭାବ ଯୋଗୁ ଗହଳି ପରିଲକ୍ଷିତ ହେଉଛି। ଏ ସମ୍ପର୍କରେ ବିଏମ୍‌ସି ଆଡିଶନାଲ କମିଶନର ସୁରଥ ଚନ୍ଦ୍ର ମଲ୍ଲିକଙ୍କୁ ପଚାରିବାରେ ଯଦି ଏପରି ହେଉଥିବ, ତାହା ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସମ୍ପୃକ୍ତ ବ୍ୟବସାୟୀଙ୍କଠାରୁ ଜରିମାନା ଆଦାୟ ସହ ଟ୍ରେଡ୍‌ ଲାଇସେନ୍ସକୁ ରଦ୍ଧ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାହିଁ ବିଦ୍ୟୁତ୍‌ ସଂଯୋଗ, ଡିବିରି ଆଲୁଅ ଭରସା

କୋକସରା, ୧୭।୧୨ (ଡି.ଏନ.ଏ.) ବିଦ୍ୟୁତ୍‌ ସେବାରୁ ବଞ୍ଚିତଲୋକଙ୍କ ନିକଟରେ ବିଦ୍ୟୁତ୍‌ ସେବା ପହଞ୍ଚାଇବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ସୌଭାଗ୍ୟ ଯୋଜନା ଆରମ୍ଭ କରାଯାଇଛି। ହେଲେ ଆଜି...

ଚାଇନାକୁ ପୁଣି ଫେରିଲା କରୋନା: ଜିନଫାଦି ବଜାର ହେଲା ବନ୍ଦ

ବେଜିଂ, ୧୪।୬: କରୋନା ସଂକ୍ରମଣ ପୁଣି ଥରେ ଚାଇନାକୁ ଫେରିଛି। ବେଜିଂରେ ୫୩ଜଣ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ସରକାରଙ୍କ ପକ୍ଷରୁ ଏଠାକାର...

ଏମ୍ସର ୩୦୦ରୁ ଅଧିକ କର୍ମଚାରୀ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୧(ବ୍ୟୁରୋ): ଭୁବନେଶ୍ୱର ଏମ୍ସର ୩ ଶହରୁ ଅଧିକ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଡାକ୍ତର, ନର୍ସ ଓ ପାରା ମେଡିକାଲ ଷ୍ଟାଫ ରହିଛନ୍ତି।...

କରୋନା ରୋଗୀଙ୍କୁ ଆଇସିୟୁରୁ ହସ୍ପିଟାଲ ବାହାରକୁ ନେଇଗଲେ, ଆଉ ତା’ପରେ…

ବିହାର: ବିହାରରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ପ୍ରତିଦିନ ସେଠାରେ କରୋନା ପଜିଟିଭ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।...

ପ୍ରକାଶ ପାଇଲା ଯୁକ୍ତ୨ ପରୀକ୍ଷା କାର୍ଯ୍ୟସୂଚୀ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଏପ୍ରିଲରୁ ଆରମ୍ଭ ହେବ। କଳା, ବିଜ୍ଞାନ ଓ ବାଣିଜ୍ୟରେ...

ପ୍ରଥମ ଦିନରେ ୧୫୪୫ ବ୍ୟବସାୟିକ ପ୍ରତିଷ୍ଠାନର ବିଦ୍ୟୁତ୍‌ ବିଚ୍ଛିନ୍ନ ହେଲା

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ପୂର୍ବ ଘୋଷଣା ଅନୁଯାୟୀ ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ) ଗୁରୁବାର ୧୫୪୫ ବ୍ୟବସାୟିକ ପ୍ରତିଷ୍ଠାନରୁ ବିଦ୍ୟୁତ୍‌ ବିଚ୍ଛିନ୍ନ କରିଛି। ବକେୟା ବିଦ୍ୟୁତ୍‌ ବିଲ୍‌...

ସାର୍ବଜନୀନ ହେଲା ସମ୍ପତ୍ତି ତାଲିକା: ମୁଖ୍ୟମନ୍ତ୍ରୀଙ୍କ କମିଛି; ୪ ମନ୍ତ୍ରୀଙ୍କ ୪ ଚକିଆ ଯାନ ନାହିଁ

ଭୁବନେଶ୍ୱର,୨୩ା୯(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ନିଜର ସମ୍ପତ୍ତି ତାଲିକାକୁ ସାର୍ବଜନୀନ କରିଛନ୍ତି। ୨୦୨୧ ଡିସେମ୍ବର ସୁଦ୍ଧା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ଥାବର ଓ...

ଯାଜପୁରରେ ଦ୍ୱିତୀୟ ସର୍ବାଧିକ ପଜିଟିଭ୍‌

ଭୁବନେଶ୍ୱର, ୨୪।୪(ବ୍ୟୁରୋ): ପଶ୍ଚିମବଙ୍ଗ ଫେରନ୍ତାଙ୍କ ପାଇଁ ଗତ ୪ଦିନ ହେବ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇଛି। ବିଶେଷକରି ଯାଜପୁର, ଭଦ୍ରକ...

Advertisement
Archives

Model This Week