ଶ୍ରୀସେତୁ ପାଇଁ ଚାଲିଛି ଏସ୍‌ଆଇଏ ସର୍ଭେ

ପୁରୀ ଅଫିସ,୧୨।୧୨: ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟସ୍ଥଳୀ କରିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଶ୍ରୀକ୍ଷେତ୍ରକୁ ଦେଶର ଶ୍ରେଷ୍ଠ ପର୍ଯ୍ୟଟନସ୍ଥଳୀ ଭାବେ ଠିଆ କରିବାକୁ ଦୀର୍ଘମିଆଦୀ ରୋଡ୍‌ ମ୍ୟାପ ପ୍ରସ୍ତୁତ କରିଛନ୍ତି। ଏଥିଲାଗି ଭିତ୍ତିଭୂମିର ବିକାଶ, କ୍ଷତିଗ୍ରସ୍ତଙ୍କୁ ଥଇଥାନ, ନୂଆ ବହୁଥାକିଆ ରାସ୍ତା, ସେତୁ, ପାର୍କିଂ ଆଦିର ପରିକଳ୍ପନା କରାଯାଇଛି। ଏଥିମଧ୍ୟରେ ରହିଛି ଶ୍ରୀ ସେତୁ ପ୍ରକଳ୍ପ। ପୁରୀ ବାଇପାସ୍‌ ମାଳତୀପାଟପୁରଠାରୁ ଜଗନ୍ନାଥବଲ୍ଲଭ ମଠକୁ ଶ୍ରୀସେତୁ ଦ୍ୱାରା ସଂଯୋଗ କରାଯିବ। ଅବଢା ଯୋଜନାରେ ନିର୍ମାଣ ହେବାକୁ ଥିବା ଶ୍ରୀସେତୁ ପାଇଁ ୧୯୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଦେଢ କିମି ଲମ୍ବ ବିଶିଷ୍ଟ ଏହି ସେତୁ ପାଇଁ ୪ଟି ମୌଜାରେ ଅଧିଗ୍ରହଣ ହେବ ୩୭.୯୮୪ ଏକର ଜମି । ଜମି ଅଧିଗ୍ରହଣ ପୂର୍ବରୁ ଆରମ୍ଭ ହୋଇଯାଇଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ସର୍ଭେ। ତେବେ ଅଧିଗ୍ରହଣ ହେବାକୁ ଥିବା ଜମି ମଧ୍ୟରୁ ସର୍ବାଧିକ ଜମି ସମଙ୍ଗ ମୌଜାରୁ ଅଧିଗ୍ରହଣ ହେବ ବୋଲି ଜଣାପଡ଼ିଛି।
ଶ୍ରୀସେତୁ ପାଇଁ ପୁରୀ ତହସିଲ ଅନ୍ତର୍ଗତ ୪ଟି ମୌଜା ସମଙ୍ଗ, ମାଟିତୋଟା, ମାର୍କଣ୍ଡେଶ୍ୱର ସାହି ନଂ-୧ ଓ ଦାଣ୍ଡିମାଳ ସାହିର ବେସରକାରୀ ଓ ସରକାରୀ ଜମି ମିଶି ୩୭ ଏକର ୯୮୪ ଡେସିମିଲ ଜମି ଅଧିଗ୍ରହଣ ହେବ। ମୋଟ ଜମି ମଧ୍ୟରୁ ବେସରକାରୀ ଜମି ୩୪ଏକର ୨୪୬ ଡେସିମିଲ ଥିବାବେଳେ ସରକାରୀ ଜମି ୩ ଏକର ୭୩୮ ଡେସିମିଲ ରହିଛି। ଏଥିମଧ୍ୟରେ ସମଙ୍ଗ ମୌଜାରୁ ସର୍ବାଧିକ ବେସରକାରୀ ଜମି ୧୭ ଏକର ୯୪୭ ଡେସିମିଲ ଜମି ଅଧିଗ୍ରହଣ କରାଯିବ। ସେହିପରି ଏହି ମୌଜାରେ ୦.୦୧୧ ଡେସିମିଲ ସରକାରୀ ଜମି ରହିଛି। ମାଟିତୋଟା ମୌଜାରେ ବେସରକାରୀ ଜମି ୧୨ ଏକର ୬୫ ଡେସିମିଲ ଓ ସରକାରୀ ଜମି ୦.୧୬୨ ଡେସିମିଲ, ମାର୍କଣ୍ଡେଶ୍ୱର ସାହି ନଂ.-୧ ମୌଜାରୁ ବେସରକାରୀ ୧ ଏକର ୭୦୩ ଡେସିମିଲ ଓ ସରକାରୀ ୩ ଏକର ୪୬୫ ଡେସିମିଲ ଏବଂ ଦାଣ୍ଡିମାଳ ସାହି ମୌଜାରୁ ବେସରକାରୀ ୨ଏକର ୫୪୬ ଡେସିମିଲ ଓ ସରକାରୀ ୦.୧୦୦ ଡେସିମିଲ ଅଧିଗ୍ରହଣ କରାଯିବ। ସରକାରୀ ଜମି ମଧ୍ୟରେ ମହାପ୍ରଭୁଙ୍କ ଜମି ରହିଥିବା ଜଣାପଡ଼ିଛି। ଏ ସମ୍ପର୍କରେ ଉପଜିଲାପାଳ ଭବତାରଣ ସାହୁ କହିଛନ୍ତି, ଶ୍ରୀସେତୁ ପାଇଁ ସାମାଜିକ ପ୍ରଭାବ ନିର୍ଦ୍ଧାରଣ ସର୍ଭେ ଚାଲିଛି। ସର୍ଭେ କାର୍ଯ୍ୟ ସରିବା ପରେ ଯେଉଁମାନଙ୍କର ଜମି ଅଧିଗ୍ରହଣ ହେବ ସେମାନଙ୍କ ସହିତ ଆଲୋଚନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri