ଶ୍ରେଣୀଗୃହରେ ଅଚେତ ହେଲେ ୨ ଛାତ୍ର

ବେଗୁନିଆ/ ବୋଲଗଡ, ୧୭।୧୦(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ବୋଲଗଡ଼ ବ୍ଲକ୍‌ ଅଞ୍ଚଳରେ ଥିବା ଏକ ନୋଡ଼ାଲ ଉଚ୍ଚ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଥିଲା। ପୂର୍ବାହ୍ନରେ ୨ ଜଣ ଅଷ୍ଟମ ଶ୍ରେଣୀର ଛାତ୍ର ବିଷାକ୍ତ ପଦାର୍ଥ ସେବନ କରି ଶ୍ରେଣୀ ଗୃହରେ ଅଚେତ ହୋଇପଡ଼ିଥିଲେ। ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ବିଦ୍ୟାଳୟ ବଦନାମ ହେବା ଆଶଙ୍କାରେ ଘଟଣାକୁ ଚାପି ଦିଆଯାଇଥିବା ଜଣାପଡିଛି। ପାଠ ଚାପରେ ଦୁଇ ଛାତ୍ର ଏଭଳି ପଦକ୍ଷେପ ନେଇଥିବା କୁହାଯାଉଛି।
ମିଳିଥିବା ସୂଚନାନୁସାରେ, ପୂଜା ଛୁଟି ପୂର୍ବରୁ ଶିକ୍ଷକମାନେ ପିଲାମାନଙ୍କୁ ହୋମ୍‌ ଟ୍ୟାକ୍ସ ଦେଇଥିଲେ। ଉକ୍ତ ଦୁଇଜଣ ଛାତ୍ର ଦିଆଯାଇଥିବା ପାଠ କରିନେ ଥିଲେ। ମଙ୍ଗଳବାର ସ୍କୁଲ୍‌ ଖୋଲିଥିଲେ ମଧ୍ୟ ଜଣେ ଛାତ୍ର ଆସି ନ ଥିଲେ। ପରିବାର ଲୋକଙ୍କ ଚାପରେ ସେ ବୁଧବାର ସ୍କୁଲକୁ ଆସିଥିଲେ। ପ୍ରଥମ କ୍ଲାସ ଆରମ୍ଭବେଳକୁ ଛାତ୍ର ଜଣକ ଅଚେତ ହୋଇ ପଡିଥିଲେ। ପାଖରେ ବସିଥିବା ସେହି ଗଁ।ର ଆଉଜଣେ ଛାତ୍ର ମଧ୍ୟ ଅସୁସ୍ଥ ହୋଇପଡିଥିଲେ। ଉଭୟଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଜଣେ ଛାତ୍ର ସୁସ୍ଥ ହୋଇ ଘରକୁ ଫେରିଥିଲେ ମଧ୍ୟ ଅନ୍ୟଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଛାତ୍ର ଜଣକ ବିଷାକ୍ତ ପଦାର୍ଥ ସେବନ କରିଥିବା ଡାକ୍ତର ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ଛାତ୍ରଙ୍କ ବ୍ୟାଗ୍‌ରୁ ଶିକ୍ଷକମାନେ ବିଷାକ୍ତ ପଦାର୍ଥ ଜବତ କରିଛନ୍ତି। ଜଣେ ଶିକ୍ଷକ କହିଛନ୍ତି, ପାଠ ଭୟରେ ଛାତ୍ର ଜଣକ ସର୍ବଦା ବିଦ୍ୟାଳୟରେ ଅନୁପସ୍ଥିତ ରୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

ଭାଷଣ ଦେବା ପୂର୍ୱରୁ ହାତରେ କାହିଁକି ବ୍ୟାଣ୍ଡେଜ ବାନ୍ଧିଥିଲେ ରାହୁଲ? ସଂସଦ ଭିତରେ କହିଦେଲେ…

ନୂଆଦିଲ୍ଲୀ,୧୭।୪: ସଂସଦର ସ୍ୱତନ୍ତ୍ର ଅଧିବେଶନ ସମୟରେ ମହିଳା ସଂରକ୍ଷଣ ବିଲ ଉପରେ ଚାଲିଥିବା ବିତର୍କ ମଧ୍ୟରେ ସମସ୍ତଙ୍କ ନଜର ରାହୁଲ ଗାନ୍ଧୀଙ୍କ ଉପରେ ଥିଲା। ଉଲ୍ଲେଖନୀୟ ଯେ,…

ରାହୁଲ ଗାନ୍ଧୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଲେ ଆହ୍ଲାବାଦ ହାଇକୋର୍ଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦ୍ୱୈତ ନାଗରିକତା ମାମଲାରେ ବଢ଼ୁଥିବା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆହ୍ଲାବାଦ ହାଇକୋର୍ଟର…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ

ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି।…

ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…

ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ସଂସଦରେ ରାହୁଲ ଗାନ୍ଧୀଙ୍କ ଭାଷଣ ଉପରେ କଟାକ୍ଷ କଲେ ନିଶିକାନ୍ତ ଦୁବେ କହିଲେ,‘ମାଇକେଲ ଜ୍ୟାକସନଙ୍କ ନାଚ ଦେଖିଲା ଭଳି ଲାଗୁଥିଲା’

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ବିଲ ଉପରେ ଭୋଟ ଦେବା ପୂର୍ବରୁ, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri