ଦାରିଙ୍ଗବାଡ଼ି,୩୧।୧(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକରେ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଛି। କେଉଁଠି ଶିକ୍ଷକ ଅଭାବ ତ ଆଉ କେଉଁଠି ଛାତ୍ରୀଛାତ୍ର ଅଭାବରୁ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଚଳିତ ଶିକ୍ଷା ବର୍ଷରେ ବିବାଦ ବ୍ଲକ ଶିକ୍ଷା ବିଭାଗର ପିଛା ଛାଡୁନି। ବିଦ୍ୟାଳୟରେ ଶିକ୍ଷକ ଶୋଇଥିବା ଏକ ଭିଡିଓ ଭାଇରାଲ ହୋଇଛି। ଦୁର୍ଗମ ଅଞ୍ଚଳ ପର୍ତ୍ତମାହା ପଞ୍ଚାୟତ ଝିମାବାଡ଼ି ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି ଏପରି ଘଟଣା। ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ପର୍ଯ୍ୟନ୍ତ ମାତ୍ର ୧୮ ଜଣ ଛାତ୍ରୀଛାତ୍ର ଥିବାବେଳେ ପ୍ରଧାନ ଶିକ୍ଷକଙ୍କ ସମେତ ୨ ଜଣ ଶିକ୍ଷକ ପାଠ ପଢାଉଛନ୍ତି। ଏବେ ଅଞ୍ଚଳରେ ଏହି ବିଦ୍ୟାଳୟର ଏକ ଭିଡିଓ ଭାଇରାଲ ହୋଇଛି। ବିଦ୍ୟାଳୟର ଜଣେ ଗଣଶିକ୍ଷକ ଚୌକିରେ ବସି ଶୋଇ ପଡ଼ିଥିବାବେଳେ ଛାତ୍ରୀଛାତ୍ର ଶିକ୍ଷକଙ୍କୁ ନିଦରୁ ଉଠାଇବାକୁ ଚେଷ୍ଟା କରୁଥିବା ଦେଖିବାକୁ ମିଳିଛି। ସେ ନ ଉଠିବାରୁ ପାଠ ନ ପଢ଼ି ଶିକ୍ଷକ ଶୋଇଥିବାବେଳେ ସ୍କୁଲ ଛାଡ଼ି ଘରକୁ ଚାଲିଯାଉଛନ୍ତି। ଶିକ୍ଷକ ଜଣକ ନିଦରେ ଶୋଇଥିବା ଭିଡିଓ ଏବେ ସୋସିଆଲ ମିଡିଆରେ ବୁଲୁଛି ା ଏହାକୁ ନେଇ ସିଆର୍ସିସି ହରିଶଙ୍କର ପ୍ରଧାନଙ୍କ ସହ ଯୋଗାଯୋଗ କରାଯିବାରୁ ସେ କହିଛନ୍ତି ଯେ, ଏନେଇ ସେ ତଦନ୍ତ କରୁଛନ୍ତି। ଘଟଣାରେ ସତ୍ୟତା ରହିଛି। ଭିଡିଓଟି ଗତ ଶୁକ୍ରବାରର ବୋଲି ସେ କହିଛନ୍ତି। ଶୀଘ୍ର ବିଇଓଙ୍କୁ ରିପୋର୍ଟ ପ୍ରଦାନ କରିବେ ବୋଲି ସେ କହିଛନ୍ତି। ଯେ, କାର୍ଯ୍ୟରେ ଅନିୟମିତତା ନେଇ ଦାରିଙ୍ଗବାଡ଼ି ବ୍ଲକ ସରାମୁଳି ପଞ୍ଚାୟତର ମାର୍ଦ୍ଦିପଙ୍କା ପ୍ରାଥମିକ ବିଦ୍ୟାଳୟ, ସୋନପୁର ପଞ୍ଚାୟତ ଦବେଡ଼ି ବିଦ୍ୟାଳୟ ଓ ଲକଟି ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କ ଦରମା ବିଇଓ ବନ୍ଦ କରିଛନ୍ତି।
Posted inଆମ ଜିଲା ଖବର, କନ୍ଧମାଳ View All
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ
ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଘରୋଇ କଲେଜ ସିଲ୍ କଲା ପ୍ରଶାସନ, ତଦନ୍ତ ଆରମ୍ଭ
ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…
ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…
ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ
ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

