ଶ୍ରେଣୀଗୃହ ଅର୍ଥ ତୋସରପାତ ମାମଲା: ପ୍ରଧାନଶିକ୍ଷକଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ ଅଫିସ, ୩୧ା୭ – ଏକ ଶ୍ରେଣୀଗୃହ ନିର୍ମାଣ ବାବଦ ଅର୍ଥ ତୋସରପାତ ମାମଲାର ବିଚାର କରି ମଙ୍ଗଳବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଭଗବାନ ପ୍ରଧାନ ଅଭିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୬ ଲକ୍ଷ ୫୦ ହଜାର ଟଙ୍କା ଜରିମାନା କରିଛନ୍ତି। ଏହା ଅନାଦାୟ ଅଭିଯୁକ୍ତ ଅଧିକ ୬ ମାସ ଜେଲଦଣ୍ଡ ଭୋଗିବେ ବୋଲି ରାୟରେ ଉଲ୍ଲେଖ କରାଯାଇଛି। ଅଭିଯୁକ୍ତ ହେଲେ କୋଟଗଡ କଲୋନୀ ସାହିର ତଥା ତତ୍କାଳୀନ ଅଡାରି ନୂଆ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ କାହ୍ନୁ ଚରଣ ଦିଗାଲ ା ସେ ଏବେ ଜୁଡାବାଲି ପଞ୍ଚାୟତରଏକ ସ୍କୁଲରେ ଅଛନ୍ତି। ୨୦୦୯-୧୦ରେ କୋଟଗଡ ବ୍ଲକ ଓରା ପଞ୍ଚାୟତ ଅଡାରି ନୂଆ ପ୍ରାଥମିକ ବିଦ୍ୟାଳୟର ୨ଟି ଶ୍ରେଣୀଗୃହ ପାଇଁ ୯ ଲକ୍ଷ ୨୫ ହଜାର ଟଙ୍କା ମଞ୍ଜୁର ହୋଇଥିଲା ା ପ୍ରଧାନଶିକ୍ଷକ ଦିଗାଲ ଏବଂ ସ୍କୁଲ ପରିଚାଳନା କମିଟି ସଭାପତି ମିଶି ୨ କିସ୍ତିରେ ୨ଲକ୍ଷ ୫୦ ହଜାର ଟଙ୍କା ଉଠାଇଥିଲେ ା ହେଲେ ଏହାପରେ ଦିଗାଲ ଚତୁରତାର ସହ ସ୍କୁଲ ପରିଚାଳନା କମିଟି ସଭାପତିଙ୍କ ଦସ୍ତଖତକୁ ଜାଲ କରି ୪ କିସ୍ତିରେ ୬ ଲକ୍ଷ ଟଙ୍କା ଉଠାଇ ନେଇଥିଲେ ା ମାତ୍ର ଘର ପ୍ଲିନ୍ଥ ଲେଭଲ ପର୍ଯ୍ୟନ୍ତ ହୋଇଥିଲା ା ଏ ନେଇ ଭିଜିଲାନ୍ସରେ ଅଭିଯୋଗ ହେବାରୁ ୨୦୧୪ ଡିସେମ୍ବର ୧୯ରେ ନଂ.୪୭/୧୪ରେ ମାମଲା ରୁଜୁ ହୋଇଥିଲା ା ତଦନ୍ତ ବେଳେ ୬ ଲକ୍ଷ ୪୭ ହଜାର ଟଙ୍କା ହେରଫେର ହୋଇଥିବା ସ୍ପଷ୍ଟ ହୋଇଥିଲା। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଶୁଣାଣି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

୫୩ ବର୍ଷରେ କର୍ଲାମୁଣ୍ଡା ଦୁର୍ଗାପୂଜା: ନୂଆ କମିଟିରେ ଦେବେନ୍ଦ୍ର ସଭାପତି, ଚନ୍ଦ୍ରଭାନୁ ସମ୍ପାଦକ

କର୍ଲାମୁଣ୍ଡା, ୩୦।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଦୁର୍ଗାମଣ୍ଡପରେ ଚଳିତ ବର୍ଷ ୫୩ତମ ବର୍ଷରେ ପଦାର୍ପଣ କରିଛି ଡୁକେରମାଲ ଦୁର୍ଗାପୂଜା। ଆଗାମୀ ଦୁର୍ଗାପୂଜାକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?