ଶ୍ରେଣୀଗୃହ ନାହିଁ, ବାରଣ୍ଡାରେ ଚାଲିଛି ପାଠପଢ଼ା

ଝରିଗାଁ,୧୦।୭(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବାଣୁଆଗୁଡ଼ା ପଞ୍ଚାୟତ ଗୋମିଓଡ଼ା ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହ ନ ଥିବାରୁ ବାରଣ୍ଡାରେ ପିଲାମାନେ ପାଠ ପଢୁଛନ୍ତି। ୧୯୮୦ ମସିହାରେ ଗୋମିଓଡ଼ା ଗ୍ରାମରେ ଏହି ପ୍ରାଥମିକ ବିଦ୍ୟାଳୟ ସ୍ଥାପନ କରାଯାଇଥିଲା। ବର୍ତ୍ତମାନ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ରହିଥିବାବେଳେ ୯୭ ଛାତ୍ରୀଛାତ୍ରଙ୍କ ପାଇଁ ୩ ଶିକ୍ଷକ ଶିକ୍ଷାଦାନ କରୁଛନ୍ତି। ବିଦ୍ୟାଳୟର ପୁରୁଣା ଗୃହରେ ଦୁଇଟି ଶ୍ରେଣୀ ଗୃହ ରହିଥିବା ବେଳେ ଏବେ ତାହା ଜରାଜୀର୍ଣ୍ଣ ପାଲଟି ଗାଁର ବୁଲା ଗାଈଗୋରୁଙ୍କ ଆଶ୍ରୟସ୍ଥଳୀ ପାଲଟିଛି। ବିଦ୍ୟାଳୟ ପରିସରରେ ରହିଥିବା ଅତିରିକ୍ତ ଶ୍ରେଣୀ ଗୃହରେ ୫ଟି ଶ୍ରେଣୀର ପିଲାଙ୍କ ଭବଷ୍ୟତ ଗଢ଼ାଚାଲିଛି। ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଅଧିକ ରହିଥିବାରୁ ବର୍ଷ ତମାମ ପଞ୍ଚମ ଶ୍ରେଣୀର ଛାତ୍ରୀଛାତ୍ର ବାରଣ୍ଡାରେ ପାଠ ପଢିବାକୁ ଏକପ୍ରକାର ବାଧ୍ୟ ହେଉଛନ୍ତିି। ବିଦ୍ୟାଳୟ ପରିଚାଳନା କମିଟି ଏବଂ ଗ୍ରାମବାସୀ ପଲ୍ଲୀସଭାରେ ବାରମ୍ବାର ବିଦ୍ୟାଳୟର ଶ୍ରେଣୀ ଗୃହ,ପାଚେରୀ ସକାଶେ ଦାବି କରି ଆସୁଥିବାବେଳେ ସେଥିପ୍ରତି କାହାର ଗୁରୁତ୍ୱ ନାହିଁ। ବିଦ୍ୟାଳୟ ପରିସରରେ ଶୌଚାଳୟ ରହିଥିଲେ ମଧ୍ୟ ତାହା ବ୍ୟବହାର ପୂର୍ବରୁ ନଷ୍ଟ ହୋଇଯାଇଛି। ବିଦ୍ୟାଳୟରେ ପାଚେରୀ ନ ଥିବାରୁ ତାହା ଗୋଚର ପାଲଟିଛି। ଗୋମିଓଡ଼ା ବିଦ୍ୟାଳୟରେ ଶ୍ରେଣୀ ଗୃହ ନ ଥିବା ନେଇ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦେବେନ୍ଦ୍ର ବାହାଦୂରସିଂ ଧରୁଆଙ୍କୁ ପଚାରିବାରୁ, ବିଦ୍ୟାଳୟର ଶ୍ରେଣୀ ଗୃହ କିପରି ଶୀଘ୍ର ହୋଇପାରିବ ସେଥିପ୍ରତି ଗୁରୁତ୍ୱ ଦିଆଯିବ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?