ଶ୍ରେଷ୍ଠ ୧୦୦ରେ ଉତ୍କଳ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର,୧୨।୬(ବ୍ୟୁରୋ): କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟର ‘ନ୍ୟାଶନାଲ ଇନଷ୍ଟିଚ୍ୟୁସନାଲ ର଼୍ୟାଙ୍କିଙ୍ଗ୍‌ ଫ୍ରେମ୍‌ଓ୍ବାର୍କ’ (ଏନ୍‌ଆଇଆର୍‌ଏଫ୍‌) ପକ୍ଷରୁ ପ୍ରକାଶିତ ଶ୍ରେଷ୍ଠ-୧୦୦ ଶିକ୍ଷାନୁଷ୍ଠାନ ତାଲିକାରେ ଏଥର ମଧ୍ୟ ଓଡ଼ିଶାର ୪ ଶିକ୍ଷାନୁଷ୍ଠାନ ରହିଛି। ରାଉରକେଲାସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି (ଏନ୍‌ଆଇଟି) ଏଥର ବି ଓଡ଼ିଶାର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ଭାବେ ଆଗରେ ରହିଥିବା ବେଳେ ଗତବର୍ଷ ତୁଳନାରେ ଉନ୍ନତ ପ୍ରଦର୍ଶନ କରି ୩୮ରୁ ୩୨ତମ ସ୍ଥାନରେ ପହଞ୍ଚତ୍ଛି। ସେହିଭଳି ଗତବର୍ଷ ୪୧ତମ ସ୍ଥାନରେ ରହିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ବିଶ୍ବବିଦ୍ୟାଳୟ ଏଥର ୩ଟି ସ୍ଥାନ ଉପରକୁ ଉଠି ୩୮ତମ ସ୍ଥାନରେ ରହିଛି। କଳିଙ୍ଗ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ତଷ୍ଟ୍ରିଆଲ ଟେକ୍ନୋଲୋଜି (କିଟ୍‌) ଡିମ୍‌ଡ ବିଶ୍ବବିଦ୍ୟାଳୟ ମଧ୍ୟ ଭଲ ପ୍ରଦର୍ଶନ କରି ଚଳିତବର୍ଷ ୫୦ରୁ ୪୪ତମ ସ୍ଥାନକୁ ଉନ୍ନୀତ ହୋଇଛି। କିନ୍ତୁ ଆଇଆଇଟି ଭୁବନେଶ୍ବର ଏଥର ୬ଟି ସ୍ଥାନ ତଳକୁ ଖସିଛି। ଗତବର୍ଷ ୪୬ତମ ସ୍ଥାନରେ ଥିବା ଏହି ଅନୁଷ୍ଠାନ ଏଥର ୫୬ତମ ସ୍ଥାନରେ ରହିଛି। ଉପରୋକ୍ତ ୪ଟି ଶିକ୍ଷାନୁଷ୍ଠାନ ବ୍ୟତୀତ ରାଜ୍ୟର ଅନ୍ୟ କୌଣସି ଶିକ୍ଷାନୁଷ୍ଠାନ ଶ୍ରେଷ୍ଠ ୧୦୦ ମଧ୍ୟରେ ସ୍ଥାନ ପାଇନାହାନ୍ତି।
ଅନ୍ୟପକ୍ଷରେ ଭାରତୀୟ ବିଶ୍ବବିଦ୍ୟାଳୟଗୁଡ଼ିକୁ ନେଇ ପ୍ରସ୍ତୁତ ହୋଇଥିବା ‘ଶ୍ରେଷ୍ଠ ୧୦୦ ବିଶ୍ବବିଦ୍ୟାଳୟ’ ତାଲିକାରେ ଓଡ଼ିଶାରୁ ୩ଟି ବିଶ୍ୱବିଦ୍ୟାଳୟ ରହିଛି। ଶିକ୍ଷା ଓ ଅନୁସନ୍ଧାନ ଏଥର ୨୦ତମ ସ୍ଥାନରେ ରହିଥିବା ବେଳେ କିଟ୍‌ ୨୪ତମ ସ୍ଥାନରେ ରହିଛି। ଏହି ଦୁଇ ବିଶ୍ବବିଦ୍ୟାଳୟ ଗତବର୍ଷ ତୁଳନାରେ ଭଲ ପ୍ରଦର୍ଶନ କରିଥିବା ବେଳେ ପ୍ରଥମଥର ପାଇଁ ଓଡ଼ିଶାର ଏକମାତ୍ର ସରକାରୀ ଶିକ୍ଷାନୁଷ୍ଠାନ ଭାବେ ଉତ୍କଳ ବିଶ୍ବବିଦ୍ୟାଳୟ ଶ୍ରେଷ୍ଠ-୧୦୦ ତାଲିକାର ୯୬ତମ ସ୍ଥାନରେ ରହିଛି। ସେହିଭଳି ସମ୍ବଲପୁର ବିଶ୍ବବିଦ୍ୟାଳୟ ଓ ବୁର୍ଲାସ୍ଥିତ ଭିଏସ୍‌ଏସ୍‌ୟୁଟି ଏହି ତାଲିକାରେ ୧୦୧ରୁ ୧୫୦ତମ ସ୍ଥାନରେ ରହିଛନ୍ତି। ଏହାବ୍ୟତୀତ ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ଓ ସେଞ୍ଚୁରିଆନ୍‌ ବିଶ୍ବବିଦ୍ୟାଳୟ ୧୫୧ରୁ ୨୦୦ ର଼୍ୟାଙ୍କ ମଧ୍ୟରେ ରହିଛନ୍ତି। ଇଞ୍ଜିନିୟରିଂ ବର୍ଗରେ ଦେଶର ଶ୍ରେଷ୍ଠ ୧୦୦ ମଧ୍ୟରେ ଓଡ଼ିଶାରୁ ୫ଟି ଶିକ୍ଷାନୁଷ୍ଠାନ ରହିଛି। ଏନ୍‌ଆଇଟି ରାଉରକେଲା ୧୬ତମ ସ୍ଥାନ ବଜାୟ ରଖିଥିବା ବେଳେ ଆଇଆଇଟି ଭୁବନେଶ୍ବର ୨୨, ସୋଆ ୨୪, କିଟ୍‌ ୪୨, ସିଭି ରମଣ କଲେଜ ଅଫ୍‌ ଇଞ୍ଜିନିୟରିଂ ୯୩ତମ ସ୍ଥାନରେ ରହିଛି। ଭିଏସ୍‌ଏସ୍‌ୟୁଟି ୧୧୯ତମ ସ୍ଥାନକୁ ଉନ୍ନୀତ ହୋଇଥିବା ବେଳେ ସିଲିକନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି ୧୭୯ତମ ସ୍ଥାନରେ ରହିଛି। ମ୍ୟାନେଜମେଣ୍ଟ ବିଭାଗରେ ଓଡ଼ିଶାରୁ ୪ଟି ଶିକ୍ଷାନୁଷ୍ଠାନ ଶ୍ରେଷ୍ଠ ୧୦୦ ତାଲିକାରେ ରହିଛନ୍ତି। ଭୁବନେଶ୍ୱରସ୍ଥିତ ଏକ୍ସଆଇଏମ୍‌ବି ୩୧ତମ ସ୍ଥାନରେ ରହିଥିବା ବେଳେ କିଟ୍‌ ୩୨, ଆଇଏମ୍‌ଆଇ ଭୁବନେଶ୍ୱର ୬୩, ଆଇଆଇଏମ୍‌ ସମ୍ବଲପୁର ୭୬ରୁ ୧୦୦ ର଼୍ୟାଙ୍କ ମଧ୍ୟରେ ରହିଛି। ସେହିପରି ମେଡିକାଲ କ୍ଷେତ୍ରରେ ଶିକ୍ଷା ଓ ଅନୁସନ୍ଧାନ ୨୩ତମ ସ୍ଥାନରେ ରହିଥିବା ବେଳେ କିଟ୍‌ ୩୨ତମ ସ୍ଥାନରେ ରହିଛି। ଡେଣ୍ଟାଲ ବିଭାଗରେ ଦେଶର ଶ୍ରେଷ୍ଠ ୩୦ ଶିକ୍ଷାନୁଷ୍ଠାନ ମଧ୍ୟରେ ସୋଆ ୧୨ ଓ କିଟ୍‌ ୧୭ତମ ସ୍ଥାନରେ ରହିଛି। ଲ’ ତଥା ଆଇନ୍‌ ଶିକ୍ଷାକ୍ଷେତ୍ରରେ କିଟ୍‌ ବିଶ୍ବବିଦ୍ୟାଳୟ ପୂର୍ବବର୍ଷ ଭଳି ଏଥର ମଧ୍ୟ ଦ୍ୱାଦଶ ସ୍ଥାନରେ ରହିଛି। ଫାର୍ମାସୀ ଓ ଆର୍କିଟେକ୍‌ ବିଭାଗରେ ଓଡ଼ିଶାରୁ କୌଣସି ଗୋଟିଏ ବି ଶିକ୍ଷାନୁଷ୍ଠାନ ଶ୍ରେଷ୍ଠ-୧୦୦ରେ ସ୍ଥାନ ପାଇନାହାନ୍ତି।
ସର୍ବଭାରତୀୟ ସ୍ତରରେ ଆଇଆଇଟି ମାଡ୍ରାସ ପୁଣିଥରେ ସବୁବର୍ଗରେ ଶ୍ରେଷ୍ଠ ପ୍ରଦର୍ଶନ କରି ଓଭରଅଲ୍‌ ର଼୍ୟାଙ୍କିଙ୍ଗର ୧ନଂ ସ୍ଥାନରେ ରହିଛି। ଇଞ୍ଜିନିୟରିଂ ଶିକ୍ଷାକ୍ଷେତ୍ରରେ ଆଇଆଇଟି ମାଡ୍ରାସ ପ୍ରଥମ ସ୍ଥାନରେ ଥିବାବେଳେ ଦ୍ୱିତୀୟରେ ଆଇଆଇଟି ଦିଲ୍ଲୀ ଓ ତୃତୀୟରେ ଆଇଆଇଟି ବମ୍ବେ ରହିଛି। ବିଶ୍ୱବିଦ୍ୟାଳୟ ତାଲିକାର ପ୍ରଥମ ସ୍ଥାନରେ ଆଇଆଇଏସ୍‌ସି ବେଙ୍ଗାଲୁରୁ ରହିଥିବା ବେଳେ ଜବାହରଲାଲ ନେହରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ) ଦ୍ୱିତୀୟ ଓ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟ ୩ୟ ସ୍ଥାନରେ ରହିଛି। ଶ୍ରେଷ୍ଠ ମହାବିଦ୍ୟାଳୟ ର଼୍ୟାଙ୍କିଙ୍ଗର ପ୍ରଥମ ୩ଟି ଯାକ ସ୍ଥାନରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ କଲେଜଗୁଡ଼ିକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ…

ଯୁଦ୍ଧ ମଧ୍ୟରେ ଆମେରିକାରେ ବଡ଼ ଆକ୍ସନ: ସେନାମୁଖ୍ୟ ବିଦା

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି। ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ରେଣ୍ଡି…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ  ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri