ଶ୍ୱଶୁରଙ୍କ ଆକ୍ରମଣରେ ଜ୍ୱାଇଁ ଗୁରୁତର

ପରଜଙ୍ଗ, ୫।୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ମାଣିକମରା ଗ୍ରାମରେ ମଙ୍ଗଳବାର ରାତିରେ ଶ୍ୱଶୁର ଘର ଲୋକଙ୍କ ମରଣାନ୍ତକ ଆକ୍ରମଣରେ ଜ୍ୱାଇଁ ଗୁରୁତର ହେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଆକ୍ରମଣର ଶିକାର ହୋଇଛନ୍ତି ଯାଜପୁର ଜିଲା ଜେନାପୁର ଥାନା ଗଡ଼ମଧୁପୁର ଗ୍ରାମର ରଞ୍ଜନ କୁମାର ସାହୁ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ରାତିସାରା ଏକ ପାଇଖାନା ଟାଙ୍କି ଉପରେ ପଡ଼ି ରହିଥିବାବେଳେ ସକାଳୁ ସ୍ଥାନୀୟ ଲୋକେ ରଞ୍ଜନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଏ ନେଇ ଥାନାରେ ଲିଖିତ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।
ରଞ୍ଜନ ବର୍ଷେ ତଳେ ଦଦରାଘାଟି ଫାଣ୍ଡି ଅଧୀନ ମାଣିକମରା ଗ୍ରାମର ସୁଭଦ୍ରା ସାହୁଙ୍କୁ ପ୍ରେମ ବିବାହ କରିଥିଲେ। ବିବାହର କିଛି ଦିନ ପରେ କୌଣସି କାରଣରୁ ଦମ୍ପତିଙ୍କ ମଧ୍ୟରେ କଳହର ସୂତ୍ରପାତ ହୋଇଥିଲା। ଏହପରେ ସୁଭଦ୍ରା ବାପଘରକୁ ପଳାଇ ଆସିଥିଲେ। ମଙ୍ଗଳବାର ସୁଭଦ୍ରା ଫୋନ୍‌ କରି ରଞ୍ଜନଙ୍କୁ ଡାକିଥିଲେ। ବିବାଦ ଭୁଲି ତାଙ୍କୁ ସାଙ୍ଗରେ ନେଇଯିବାକୁ ଅନୁରୋଧ କରିଥିଲେ। ସ୍ତ୍ରୀଙ୍କ ଅନୁରୋଧ ରକ୍ଷା କରି ରଞ୍ଜନ ଶ୍ୱଶୁର ଘରକୁ ଆସିଥିଲେ। ଉକ୍ତ ସମୟରେ ସ୍ତ୍ରୀ ଘରେ ଥିବାବେଳେ ଅନ୍ୟ ସଦସ୍ୟମାନେ ଏକ ବିବାହ ଭୋଜିରେ ଯୋଗଦେବାକୁ ଯାଇଥିଲେ। ସନ୍ଧ୍ୟାରେ ରଞ୍ଜନ ଖାଇସାରି ଶୋଇଥିଲେ। ଏହି ସମୟରେ ସୁଭଦ୍ରାଙ୍କ ପରିବାର ଲୋକେ ପହଞ୍ଚତ୍ ରଞ୍ଜନଙ୍କୁ ଦେଖି ଉତ୍ତ୍ୟକ୍ତ ହୋଇପଡ଼ିଥିଲେ। ତାଙ୍କୁ ଘର ଭିତରେ ପୂରାଇ କବାଟ ବନ୍ଦ କରିଦେଇଥିଲେ। ମାନସିକ ଭାରସାମ୍ୟ ହରାଇ ରଞ୍ଜନ ଉକ୍ତ ଘରେ ଫ୍ୟାନ୍‌ରେ ଝୁଲି ଆତ୍ମହତ୍ୟା ଉଦ୍ୟମ କରୁଥିବାବେଳେ କବାଟ ଭାଙ୍ଗି ତାଙ୍କୁ ଶ୍ୱଶୁର ସୁରେଶ ସାହୁ, ଶାଶୁ ଜୟନ୍ତୀ ସାହୁ ଏବଂ ଶଳା ଲିକୁନୁ ଉଦ୍ଧାର କରିଥିଲେ। ଏହାପରେ ସମସ୍ତେ ତାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଏଥିରେ ସୁଭଦ୍ରା ହସ୍ତକ୍ଷେପ କରିଥିଲେ ମଧ୍ୟ କେହି ତାଙ୍କ କଥା କେହି ଶୁଣି ନ ଥିଲେ। ସୁରେଶ ଉତ୍ତ୍ୟକ୍ତ ହୋଇ ରଞ୍ଜନଙ୍କୁ ହାଣି ଦେଇଥିଲେ। ସେଠାରୁ କୌଣସି ମତେ ଜୀବନ ବିକଳରେ ଖସିଆସି ବସୁଲେଇ ଗ୍ରାମର ଏକ ପାଇଖାନା ଟାଙ୍କି ଉପରେ ରଞ୍ଜନ ରାତିସାରା କ୍ଷତାକ୍ତ ଅବସ୍ଥାରେ ପଡ଼ି ରହିଥିଲେ। ସକାଳେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସରେ ତାଳଚେର ମଣ୍ଡାପାଳ ଡାକ୍ତରଖାନାକୁ ପଠାଇଥିଲେ। ବୁଧବାର ସେ ଏ ନେଇ ପରଜଙ୍ଗ ଥାନାରେ ପହଞ୍ଚତ୍ ଲିଖିତ ଅଭିଯୋଗ କରିଛନ୍ତି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଦଦରାଘାଟି ଫାଣ୍ଡି ଅଧିକାରୀ ସମରଜିତ ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri