ଶ୍ୱଶୁରଙ୍କ ଗୁଳିମାଡ଼ରେ ଚାଲିଗଲା ବୋହୂଙ୍କ ଜୀବନ,ବନ୍ଧୁକ ଜବତ

ଶେରଗଡ଼/ସୋରଡ଼ା,୧୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ବଡ଼ଗଡ଼ ଥାନା ବାରଭରଣିଆ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ବାପ-ପୁଅଙ୍କ ଗଣ୍ଡଗୋଳରେ ବଳି ପଡ଼ିଛନ୍ତି ବୋହୂ। ସ୍ବାମୀଙ୍କୁ ବଞ୍ଚାଇବାକୁ ଯାଇ ଶ୍ୱଶୁରଙ୍କ ଗୁଳିମାଡ଼ରେ ମୃତ୍ୟୁ ଘଟିଛି ନବବିବାହିତାଙ୍କର। ମୃତକ ହେଲେ ସୋରଡ଼ା ଥାନା ଅଞ୍ଚଳର ରଶ୍ମିତା ମଲ୍ଲିକ। ଘଟଣା ପରେ ଶ୍ୱଶୁର ଫେରାର ହୋଇଯାଇଛନ୍ତି।
ବାରଭରଣିଆ ଗ୍ରାମ ପ୍ରଫୁଲ ମଲ୍ଲିକଙ୍କ ପୁଅ ମିଟୁ ୩ ମାସ ତଳେ ସୋରଡ଼ା ଥାନା ଅଞ୍ଚଳର ରଶ୍ମିତାଙ୍କୁ ବିବାହ କରିଥିଲେ। ପୁଅ ବାହାଘର ପାଇଁ ବାପା ପ୍ରଫୁଲ୍ଲ ୫୦ ହଜାର ଟଙ୍କା କରଜ କରିଥିଲେ। ଉକ୍ତ ଟଙ୍କା ଶୁଝିବାକୁ ନେଇ ବାପ-ପୁଅଙ୍କ ମଧ୍ୟରେ ମାସେ ହେଲା ପାଟିତୁଣ୍ଡ ହେଉଥିଲା। ଶନିବାର ପୂର୍ବାହ୍ନରେ କରଜ ଦେଇଥିବା ବ୍ୟକ୍ତି ଆସି ପ୍ରଫୁଲ୍ଲଙ୍କୁ ଟଙ୍କା ମାଗିଥିଲେ। ପ୍ରଫୁଲ୍ଲ ପୁଅ ମିଟୁଙ୍କୁ ଯାଇ ଟଙ୍କା ଦେବାକୁ କହିଥିଲେ। ମାତ୍ର ମିଟୁ ଦେବେନାହିଁ ବୋଲି ମନା କରିବାରୁ ବାପ-ପୁଅଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ପ୍ରପୁଲ୍ଲ ରାଗିଯାଇ ଘରେ ଥିବା ଏକ ଦେଶୀ ବନ୍ଧୁକ ଆଣି ପୁଅ ମିଟୁଙ୍କ ଉପରକୁ ଗୁଳି ଚଳାଇଥିଲେ। ପାଖରେ ଥିବା ରଶ୍ମିତା ସ୍ବାମୀଙ୍କୁ ବଞ୍ଚାଇବାକୁ ଯାଇ ଆଗକୁ ଆସିଯିବାରୁ ତାଙ୍କ ମୁଣ୍ଡରେ ଗୁଳି ବାଜିଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହାପରେ ପ୍ରଫୁଲ୍ଲ ବନ୍ଧୁକ ଫିଙ୍ଗି ଗ୍ରାମ ନିକଟ ଜଙ୍ଗଲ ମଧ୍ୟକୁ ଦୌଡ଼ି ପଳାଇଥିଲେ। ଖବରପାଇ ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ବଡ଼ଗଡ଼ ଥାନାଧିକାରୀ ପ୍ରତାପ ଚନ୍ଦ୍ର ତ୍ରିପାଠୀ ଗଁାରେ ପହଞ୍ଚତ୍ ମୃତଦେହ ଓ ବନ୍ଧୁକ ଜବତ କରିବା ସହ ତଦନ୍ତ ଚଳାଇଛନ୍ତି। ପୋଲିସ ଟିମ୍‌ ଜଙ୍ଗଲ ମଧ୍ୟରେ ପ୍ରଫୁଲ୍ଲଙ୍କୁ ଖୋଜାଖୋଜି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା

ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍‌ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri