ଷଣ୍ଢ ଖାଇଗଲା ୪୦ ଗ୍ରାମର ସୁନାଗହଣା

ଚଣ୍ଡିଗଡ଼: ବୁଲା ଷଣ୍ଢ ୪୦ ଗ୍ରାମର ସୁନା ଗହଣା ଖାଇଦେଇଛି। ଏହା ଶୁଣି ଆପଣମାନେ ଆଶ୍ଚର୍ଯ୍ୟ ହେଉଥିବେ ନିଶ୍ଚୟ। ହେଲେ ଏହା ଏକ ସତ ଘଟଣା। ହରିୟାଣାରେ ଏଭଳି ଘଟଣା ଘଟିବା ପରେ ପରିବାର ଲୋକେ ୩ ଦିନ ହେଲା ଷଣ୍ଢକୁ ଜଗି ରହିଛନ୍ତି। ତାକୁ ସ୍ବାଦିଷ୍ଠ ଖାଦ୍ୟ ଦେବା ସହ ଜଗିରହିଛନ୍ତି। କେତେବେଳେ ଷଣ୍ଢ ମଳତ୍ୟାଗ କରିବ ଓ ସେମାନେ ସୁନା ଗହଣା ପାଇବେ, ତାକୁ ସେମାନେ ଅପେକ୍ଷା କରିଛନ୍ତି। ଅଳିଆ ଆବର୍ଜନା ସହ ଅଜାଣତରେ ଏହାକୁ ଫିଙ୍ଗି ଦିଆଯାଇଥିଲା। ପରେ ବହୁ ଖୋଜାଖୋଜି କରି ନିକଟରେ ଥିବା ସିସିଟିଭି ଫୁଟେଜ୍‌ର ସହାୟତା ନିଆଯାଇଥିଲା। ଜନକରାଜ୍‌ ନାମକ ଜଣେ ସ୍ଥାନୀୟ ଯୁବକ ସୁନାଗହଣାକୁ ରୋଷେଇ ଘରେ ରଖିଥିବାବେଳେ ଏହାକୁ ଅଳିଆ ଭାବି ଫିଙ୍ଗିଦେଇଥିଲେ ବୋଲି ଜଣାପଡ଼ିଛି। ଫିଙ୍ଗାଯାଇଥିବା ସ୍ଥାନରୁ ଏକ କାନଫୁଲ ମଧ୍ୟ ମିଳିଛି। ସେହି ସ୍ଥାନରେ ଏକ ଷଣ୍ଢ କିଛି ଖାଉଥିବାର ଦୃଶ୍ୟ ସିସିଟିଭିରେ ଦେଖିବା ପରେ ସୁନାଗହଣାକୁ ସେ ଖାଇଥିବା ଜଣାପଡ଼ିଥିଲା। ଉକ୍ତ ଷଣ୍ଢକୁ ଖୋଜିବା ଲାଗି ସେମାନଙ୍କୁ ପ୍ରାୟ ୫ ଘଣ୍ଟା ସମୟ ଲାଗିଥିଲା। ପରିବାର ଲୋକେ ଷଣ୍ଢଟିକୁ ଆଣି ଘରେ ରଖିଛନ୍ତି। ଷଣ୍ଢ ମଳତ୍ୟାଗ କଲେ ସୁନାଗହଣା ମିଳିଯିବ ବୋଲି ଭାବି ସେମାନେ ତାକୁ ସ୍ବାଦିଷ୍ଠ ଖାଦ୍ୟ ଖାଇବାକୁ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri