ଷ୍ଟକ୍‌ ମାର୍କେଟକୁ ଆସିବ ଏଲ୍‌ଆଇସି

ନୂଆଦିଲ୍ଲୀ,୩୦-୭: ମୋଦି ସରକାର ଦେଶର ସର୍ବବୃହତ ଜୀବନ ବୀମା କମ୍ପାନୀ(ଏଲ୍‌ଆଇସି)କୁ ଷ୍ଟକ୍‌ ମାର୍କେଟରେ ତାଲିକାଭୁକ୍ତ କରିବାକୁ ଯୋଜନା କରୁଛନ୍ତି। ଚଳିତ ଆର୍ଥିକ ବର୍ଷରେ ପୁଞ୍ଜିପ୍ରତ୍ୟାହାରରୁ ଅଧିକ ମାତ୍ରାରେ ଅର୍ଥ ଯୋଗାଡ କରିବା ଲାଗି ସରକାର ବଦ୍ଧ ପରିକର। ଏହାର ଅଂଶ ସ୍ବରୂପ ଏଲ୍‌ଆଇସିର ଆଇପିଓ(ଇନିସିଆଲ ପବ୍ଲିକ୍‌ ଅଫରିଂ) ଆସିବ। ଏହା ଆସିବା ପରେ ମାର୍କେଟ କ୍ୟାପିଟାଲାଇଜେଶନ ହିସାବରେ ଏହା ଟିସିଏସ୍‌, ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡକୁ ପଛରେ ପକାଇ ଦେଶର ସର୍ବବୃହତ ତାଲିକାଭୁକ୍ତ କମ୍ପାନୀ ହେବ।
ପ୍ରାପ୍ତ ସୂଚନାନୁଯାୟୀ, ଏହି ପ୍ରକ୍ରିୟା ଏବେ ପ୍ରାରମ୍ଭିକ ପର୍ଯ୍ୟାୟରେ ରହିଛି। ସରକାରଙ୍କ ଉଚ୍ଚ ଅଧିକାରୀମାନେ ଏହାକୁ ନେଇ ବିଚାର ଆଲୋଚନା ଚଳାଇଛନ୍ତି। ତେବେ ଆଇପିଓ ଆଣିବା ପୂର୍ବରୁ ସରକାରଙ୍କୁ ଏଥିପାଇଁ ପାର୍ଲାମେଣ୍ଟର ଅନୁମୋଦନ ନେବାକୁ ହେବ। କାରଣ ଏଲ୍‌ଆଇସି ଆଇନ ୧୯୫୬ରେ ସଂଶୋଧନ ନ ହେବା ପର୍ଯ୍ୟନ୍ତ କମ୍ପାନୀର ଆଇପିଓ ବଜାରକୁ ଆସିପାରିବ ନାହିଁ। କମ୍ପାନୀ ଗତ ଆର୍ଥିକ ବର୍ଷରେ ପ୍ରାୟ ୪୮,୪୩୬ କୋଟି ଟଙ୍କାର ଶୁଦ୍ଧ ଲାଭ କରିଛି। ମୋଟ ୩୧.୧୦ ଲକ୍ଷ କୋଟି ଟଙ୍କାର ସମ୍ପତ୍ତି କମ୍ପାନୀ ପରିଚାଳନାରେ ରହିଛି। ୨୦୧୮-୧୯ରେ କମ୍ପାନୀ ଇକ୍ୟୁଟି ନିବେଶରୁ ୨୩,୬୨୧ କୋଟି ଟଙ୍କା ଲାଭ କରିଛି। ୨୦୧୭-୧୮ରେ ଏହା ୨୫,୬୪୬ କୋଟି ଟଙ୍କା ଥିଲା। ୨୦୧୮-୧୯ରେ ଏଲ୍‌ଆଇସି ଷ୍ଟକ୍‌ ବଜାରରେ ୬୮,୬୨୧ କୋଟି ଟଙ୍କା ନିବେଶ କରିଛି। ଏହାଛଡ଼ା କମ୍ପାନୀ ୨୦୧୮ ମାର୍ଚ୍ଚ ସୁଦ୍ଧା ଡିବେଞ୍ଚର ଓ ବଣ୍ଡ୍‌ରେ ୪,୩୪,୯୫୯ କୋଟି ଟଙ୍କା ଟଙ୍କା ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣରେ ୩,୭୬,୦୯୭ କୋଟି ଟଙ୍କା ନିବେଶ କରିଛି। ସୂଚନାଯୋଗ୍ୟ ଯେ, ବର୍ତ୍ତମାନ ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍‌ସ୍ୟୁରାନ୍ସ, ଆଇସିଆଇସିଆଇ ଲୋମ୍ବାର୍ଡ, ଜେନେରାଲ ଇନ୍‌ସ୍ୟୁରାନ୍ସ, ଏସ୍‌ବିଆଇ ଇନ୍‌ସ୍ୟୁରାନ୍ସ, ଜେନେରାଲ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଏବଂ ଏଚ୍‌ଡିଏଫ୍‌ସି ଲାଇଫ୍‌ ଇନ୍‌ସ୍ୟୁରାନ୍ସ ଇତିମଧ୍ୟରେ ଷ୍ଟକ୍‌ ମାର୍କେଟରେ ତାଲିକାଭୁକ୍ତ ହୋଇସାରିଛି। ଜୁନ୍‌ ଡାଟା ଅନୁଯାୟୀ ଏଲ୍‌ଆଇସିର ପ୍ରିମିୟମ ଆଦାୟ ଦୁଇଗୁଣା ବଢ଼ି ୨୬,୦୩୦.୧୬ କୋଟି ଟଙ୍କାରେ ପହଞ୍ଚତ୍ଛି। ଗତବର୍ଷ ଏହି ସମୟରେ ଏହା ୧୧,୧୬୭.୮୨ କୋଟି ଟଙ୍କା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ରାଜ୍ୟ ସରକାର ବଢାଇଲେ ପେନଶନ ଲିମିଟ୍‌, ଜାଣନ୍ତୁ କାହାକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୦ା୮: ସରକାରୀ କର୍ମଚାରୀମାନଙ୍କୁ ଅବସର ପରେ ପେନ୍‌ସନ୍ ସୁବିଧା ମିଳିଥାଏ। ପ୍ରତ୍ୟେକ ରାଜ୍ୟ ସରକାର ନିଜ ରାଜ୍ୟର ପେନ୍‌ସନ୍‌ଭୋଗୀଙ୍କ ପେନ୍‌ସନ୍‌ରେ ସମୟ ସମୟରେ ବୃଦ୍ଧି କିମ୍ବା ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri