ଷ୍ଟାଣ୍ଡ୍‌ପୋଷ୍ଟରୁ ଅନବରତ ବୋହିଚାଲିଛି ପାଣି: ବିଭାଗୀୟ କର୍ତ୍ତୃପକ୍ଷଙ୍କ ନଜର ନାହିଁ

ଆନନ୍ଦପୁର,୧୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଜଳ ଯୋଗାଣ ବିଭାଗ କାର୍ଯ୍ୟାଳୟର ମାତ୍ର ୬ ଶହ ମିଟର ଦୂର ବ୍ଲକ କାର୍ଯ୍ୟାଳୟ ଗେଟ୍‌କୁ ଲାଗି ରହିଥିବା ପାନୀୟ ଜଳ ଯୋଗାଣ ଷ୍ଟାଣ୍ଡପୋଷ୍ଟର ମୁହଁ ଖୋଲା ରହିଥିବାରୁ ଅନବରତ ପାଣି ବୋହି ଚାଲିଛି। ଉକ୍ତ ଷ୍ଟାଣ୍ଡପୋଷ୍ଟରୁ ପାନୀୟ ଜଳ ଅନବରତ ବୋହି ନଷ୍ଟ ହେବାକୁ ବସିଥିଲେ ସୁଦ୍ଧା ବିଭାଗୀୟ କର୍ତ୍ତୃପକ୍ଷଙ୍କର ଏଥିପ୍ରତି ଦୃଷ୍ଟି ନ ଥିବା ଭଳି ମନେ ହେଉଛି। ଗ୍ରୀଷ୍ମର ଆଗମନରେ କେତେକ ସ୍ଥାନରେ ପାନୀୟ ଜଳ ସଙ୍କଟ ଦେଖାଦେଉଥିବା ବେଳେ ଏଠାରେ ପାନୀୟ ଜଳର ଅପବ୍ୟବହାର ବିଭାଗର ପାରିବାପଣିଆ ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି। କରୋନା ଭାଇରସ୍‌ ନେଇ ସଚେତନତାର ବାର୍ତ୍ତା ପ୍ରଦାନ କରାଯାଇ ସ୍ବଚ୍ଛତା ବଜାୟ ରଖିବାକୁ ପରାମର୍ଶ ଦିଆଯାଉଥିବାବେଳେ ଏଠାରେ ଜଳ ଅନବରତ ବୋହି ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଜମିରହି ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି କରୁଛି। ଏଦିଗରେ ଦୃଷ୍ଟି ଦେବାକୁ ସ୍ଥାନୀୟ ବୁଦ୍ଧିଜୀବୀ ଓ ବ୍ୟବସାୟୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ଘୁମୁସର ବିକାଶ ପରିଷଦ ବୈଠକ, ଜିଲା ଅନ୍ଦୋଳନକୁ ତ୍ୱରାନ୍ୱିତ କରିବା….

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ବରିଷ୍ଠ ଆଇନଜୀବୀ ସୋମନାଥ ନାୟକଙ୍କ ବାସଭବନରେ ରବିବାର ଘୁମୁସର ବିକାଶ ପରିଷଦର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri