ଷ୍ଟାର୍ଟଅପ୍‌ଗୁଡିକୁ ମିଳିବ ପ୍ରୋତ୍ସାହନ

ନୂଆଦିଲ୍ଲୀ,୬-୭: ଦେଶ ମଧ୍ୟରେ ଷ୍ଟାର୍ଟଅପଗୁଡିକୁ ସରକାର ପ୍ରୋତ୍ସାହିତ କରିବେ ବୋଲି ବଜେଟରେ ଘୋଷଣା କରିଛନ୍ତି। ଏଥି ଲାଗି ବିଭିନ୍ନ ପ୍ରୋତ୍ସାହନ ଯୋଜନା ଗ୍ରହଣ କରାଯିବାର କାର୍ଯ୍ୟକ୍ରମ ରହିଛି। ଫଇସଲା ହୋଇ ନ ଥିବା ଆୟକର ମାମଲାର ସମାଧାନ କରିବାକୁ ସରକାର ପଦକ୍ଷେପ ନେବେ। କମ୍ପାନୀଗୁଡିକୁ ଉତ୍ସାହିତ କରିବା ଲାଗି ଏଭଳି ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଷ୍ଟାର୍ଟଅପଗୁଡିକର ନିରନ୍ତର ଅଭିବୃଦ୍ଧି ଲାଗି ତୃଣମୂଳ ସ୍ତରରୁ ପଦକ୍ଷେପ ନେବା ଉପରେ ବଜେଟରେ ଗୁରୁତ୍ୱାରୋପ କରାଯାଇଛି। ଆଞ୍ଜେଲ ଟିକସ ସମାଧାନ ଲାଗି ଷ୍ଟାର୍ଟଅପ ଏବଂ ନିବେଶକଙ୍କ ଲାଗି କୋହଳ ବ୍ୟବସ୍ଥା କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ଆବଶ୍ୟକ ଘୋଷଣାପତ୍ର ଫାଇଲ କରୁଥିବା ଷ୍ଟାର୍ଟଅପ ନିବେଶକାରୀଙ୍କୁ ମୂୂଲ୍ୟାୟନ ଏବଂ ଶେୟାର ପ୍ରିମିୟମ ବାବଦରେ ଯାଞ୍ଚ କରାଯିବ ନାହିଁ।
ନିବେଶକଙ୍କ ପରିଚୟ ଏବଂ ପାଣ୍ଠି ସମ୍ପର୍କରେ ପରିଚୟ ଦେବା ବେଳେ ଇ-ଭେରିଫିକେଶନ ବ୍ୟବସ୍ଥା କରାଯିବ। ସେହିଭଳି ଷ୍ଟାର୍ଟ ଅପ୍‌ଗୁଡିକ ଉଠାଣ କରୁଥିବା ପାଣ୍ଠି ଉପରେ ଆୟକର ବିଭାଗ କୌଣସି ଯାଞ୍ଚ କରିବ ନାହିଁ। ଦୀର୍ଘ ଦିନ ଧରି ପଡିରହିଥିବା ଷ୍ଟାର୍ଟ ଅପ୍‌ଗୁଡିକର ଅଭିଯୋଗ ଏବଂ ଆସେସମେଣ୍ଟର ସମାଧାନ ଲାଗି କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି) ସ୍ବତନ୍ତ୍ର ପ୍ରଶାସନିକ ବ୍ୟବସ୍ଥା କରାଯିବାକୁ ବଜେଟରେ ପ୍ରସ୍ତାବ ରହିଛି। ସରକାରଙ୍କ ଷ୍ଟାର୍ଟ ଅପ୍‌ ଇଣ୍ଡିଆ, ଷ୍ଟାର୍ଟ ଅପ୍‌ କାର୍ଯ୍ୟକ୍ରମକୁ ପ୍ରୋତ୍ସାହିତ କରିବା ଲାଗି ସ୍ବତନ୍ତ୍ର ଟିଭି ଚ୍ୟାନେଲ ଭଳି ଅନ୍ୟ ପ୍ରସ୍ତାବ ଷ୍ଟାର୍ଟ ଅପ୍‌ଗୁଡିକ ଲାଗି ରହିଛି। ଏହା ଫଳରେ ଷ୍ଟାର୍ଟଅପ୍‌ ଗୁଡିକ ଲାଗି ଭିତ୍ତିଭୂମି ସୃଷ୍ଟି ଦିଗରେ ଏହା ସହାୟକ ହେବ। ଏହି ଚ୍ୟାନେଲରେ ଷ୍ଟାର୍ଟଅପ୍‌ ଗୁଡିକର ସମସ୍ୟା ସମ୍ପର୍କରେ ଆଲୋଚନା ହେବ। ନିବେଶ, ଅନୁଦାନ ଏବଂ କର କ୍ଷେତ୍ରରେ ଯୋଜନା ପ୍ରସ୍ତୁତ କରିବାକୁ ସୁବିଧା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri