ଷ୍ଟାର୍ଟଅପ୍‌ରେ ଓଡ଼ିଶା ଶ୍ରେଷ୍ଠ

ଭୁବନେଶ୍ୱର,୧୪ା୧୨(ବ୍ୟୁରୋ): ମେକ୍‌ ଇନ୍‌ ଓଡ଼ିଶା କାର୍ଯ୍ୟକ୍ରମର ସଫଳତା ଦେଖିବାକୁ ମିଳୁଛି। ୨୦୧୮ରେ ଓଡ଼ିଶା ଜାତୀୟ ସ୍ତରରେ ଷ୍ଟାର୍ଟଅପ୍‌ ପାଇଁ ସର୍ବୋଚ୍ଚ ସ୍ଥାନ ଅଧିକାର କରିଛି। ୨୦୧୫-୧୬ରେ ରାଜ୍ୟରେ ଷ୍ଟାର୍ଟଅପ୍‌ ଆରମ୍ଭ ହୋଇଥିଲା। ୨୦୧୭-୧୮ ବେଳକୁ ଏଥିରେ ୮୪ ପ୍ରତିଶତ ବୃଦ୍ଧି ଘଟିଛି। ଏହି ସମୟରେ ଦେଶର ଷ୍ଟାର୍ଟଅପ୍‌ ଅଭିବୃଦ୍ଧି ହାର ମାତ୍ର ୬୨ ପ୍ରତିଶତ ରହିଛି। ଶୁକ୍ରବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ସୂଚନା ଦିଆଯାଇଛି। ରାଜ୍ୟରେ ପୁଞ୍ଜିନିବେଶ କରିବାକୁ କମ୍ପାନୀଗୁଡିକୁ ଆକୃଷ୍ଟ କରିବା ପାଇଁ ଅନୁକୂଳ ବାତାବରଣ ସୃଷ୍ଟି କରିବା ଲାଗି ବିଭାଗଗୁଡିକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଷ୍ଟାର୍ଟଅପ୍‌ ଫଣ୍ଡ୍‌ ସମ୍ପର୍କରେ ସୂଚନା ଦେଇ ଶିଳ୍ପ ବିଭାଗ ସଚିବ ହେମନ୍ତ ଶର୍ମା କହିଛନ୍ତି ଯେ ରାଜ୍ୟରେ ୫୦୦ ଷ୍ଟାର୍ଟଅପ୍‌ ପଞ୍ଜୀକୃତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୭ ପ୍ରତିଶତ ୨୦୧୭ ଓ ଏହା ପରେ କାର୍ଯ୍ୟ ଆରମ୍ଭ କରିଛନ୍ତି। ସେମାନଙ୍କ ମଧ୍ୟରୁ ୩୦ ପ୍ରତିଶତ ମହିଳା ଷ୍ଟାର୍ଟଅପ୍‌ ଥିବା ସଚିବ ସୂଚନା ଦେଇଛନ୍ତି। ଷ୍ଟାର୍ଟଅପ୍‌କୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ଟ,ଏନଆଇଆଇଟି, କିଟ୍‌, ଆଇଆଇଟି ଭୁବନେଶ୍ୱର ଏବଂ ରବିଶଙ୍କର ୟୁନିଭର୍ସିଟିରେ ଇନ୍‌କ୍ୟୁବେଟର ସେଣ୍ଟର ସ୍ଥାପନ କରାଯାଇଛି। ୨୦୨୧ ମାର୍ଚ୍ଚ ୩୧ ସୁଦ୍ଧା ୧ ହଜାର ଷ୍ଟାର୍ଟଅପ୍‌ ଆରମ୍ଭ କରିବାକୁ ଓଡ଼ିଶା ଷ୍ଟାର୍ଟଅପ୍‌ ନୀତିରେ ଲକ୍ଷ୍ୟ ରଖାଯାଇଛି। ଆବଶ୍ୟକତା ଅନୁସାରେ ଆସନ୍ତା ୩ରୁ ୫ ବର୍ଷ ମଧ୍ୟରେ ଷ୍ଟାର୍ଟଅପ୍‌ ପାଣ୍ଠିକୁ ୧୦୦ କୋଟି ଟଙ୍କା ପ୍ରଦାନ କରାଯିବ ବୋଲି ଶର୍ମା ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri