ଷ୍ଟେଟ ବ୍ୟାଙ୍କ ଶାଖା ଉଚ୍ଛେଦର ପ୍ରତିବାଦ: ଧାରଣାକୁ ଓହ୍ଲାଇଲେ ଉପଭୋକ୍ତା

ବରଗଡ଼ ଅଫିସ୍‌/ଅତାବିରା,୧୧।୯ (ଡି.ଏନ.ଏ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ବୁଗବୁଗାଠାରେ ରହିଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସବିଆଇ)ର ଶାଖା ଉଚ୍ଛେଦ କରାଯିବା ନେଇ ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଏହାର ପ୍ରତିବାଦରେ ବୁଧବାର ଅଞ୍ଚଳର ଉପଭୋକ୍ତାମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ବ୍ୟାଙ୍କର ଶାଖା କାର୍ଯ୍ୟାଳୟ ଆଗରେ ସେମାନେ ଧାରଣାରେ ବସିଛନ୍ତି । ଉକ୍ତ ଶାଖା ଉଚ୍ଛେଦ ପ୍ରକ୍ରିୟା ପ୍ରତ୍ୟାହାର ନ ହେବା ପର୍ଯ୍ୟନ୍ତ ସେମାନେ ଧାରଣାରୁ ଓହରିବେ ନାହିଁ ବୋଲି ଚେତାବନୀ ଦେଇଛନ୍ତି । ଏହି କ୍ରମରେ ସ୍ଥାନୀୟ ଶାଖା ପରିଚାଳକଙ୍କୁ ଉପଭୋକ୍ତାମାନେ ଏକ ସ୍ମାରକପତ୍ର ମଧ୍ୟ ପ୍ରଦାନ କରିଛନ୍ତି ।
ପ୍ରକାଶ ଯେ, ଗ୍ରାମାଞ୍ଚଳ ଲୋକଙ୍କୁ ବ୍ୟାଙ୍କ ସୁବିଧା ସୁଯୋଗ ଯୋଗାଇବା ଉଦ୍ଦେଶ୍ୟରେ ଗତ ୨୦୧୪ ମସିହାରୁ ବୁଗବୁଗାରେ ଏସବିଆଇର ଏକ ଶାଖା ଖୋଲିଥିଲା । ବୁଗବୁଗା ପଞ୍ଚାୟତ କାର୍ଯ୍ୟାଳୟର ରାଜୀବ ଭବନରେ ଏହା ଚାଲୁଛି। ଏହି ବ୍ୟାଙ୍କ ଶାଖା ଉପରେ ବୁଗବୁଗା ପଞ୍ଚାୟତ ଅଧନ ବୁଗବୁଗା, ପାଲିବୁଗବୁଗା, ଗମ୍ଭାଟିକ୍ରା, ଜାମଟିକ୍ରା, କର୍ମୀଟିକ୍ରା, ଭୁତଟିକ୍ରା, ପତ୍ରାପାଲି ସମେତ ଝିଲିମିଣ୍ଡା ଓ କୁଲୁଣ୍ଡା ପଞ୍ଚାୟତର ଲୋକେ ନିର୍ଭର କରି ଆସୁଛନ୍ତି । ପାଖରେ ଆଉ ବ୍ୟାଙ୍କ ସୁବିଧା ନ ଥିବା ଯୋଗୁ ଉକ୍ତ ଶାଖା ଏଠାରେ ଖୋଲାଯିବା ପରେ ଅଞ୍ଚଳବାସୀଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଥିଲା । ମାତ୍ର ବ୍ୟାଙ୍କର ଏହି ଶାଖା ଖୋଲାଯିବା ସାଢ଼େ ୫ବର୍ଷ ପରେ ଏହାକୁ ପୁଣି ଉଚ୍ଛେଦ କରାଯିବା ପାଇଁ ବିଭାଗୀୟ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଛି । ଏପରିକି ଆସନ୍ତା ୧୪ତାରିଖରୁ ବ୍ୟାଙ୍କକୁ ସମ୍ପୂର୍ଣ୍ଣ ଉଠାଇ ଦିଆଯିବ ବୋଲି ଚର୍ଚ୍ଚା ଚାଲିଛି । ଏହା ଜାଣିବା ପରେ ଅଞ୍ଚଳର ବ୍ୟାଙ୍କ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ କୁହୁଳିବାରେ ଲାଗିଛି ।
ଏସ୍‌ବିଆଇର ଉକ୍ତ ଶାଖାକୁ ଉଚ୍ଛେଦ ନ କରିବା ପାଇଁ ପୂର୍ବରୁ ଅଞ୍ଚଳବାସୀ ସ୍ଥାନୀୟ ବିଧାୟିକାଙ୍କଠାରୁ ଆରମ୍ଭ କରି ଜିଲାପାଳ, ବ୍ୟାଙ୍କ କର୍ତ୍ତୃପକ୍ଷଙ୍କୁ ଫେରାଦ ହୋଇଥିଲେ । ମାତ୍ର ଏପର୍ଯ୍ୟନ୍ତ କିଛି ସୁଫଳ ମିଳି ନ ଥିବାବେଳେ ଉକ୍ତ ଶାଖାକୁ ଉଚ୍ଛେଦ କରି ଅତାବିରା ଶାଖା ସହିତ ପୁଣି ମିଶାଇ ଦେବା ପାଇଁ ବିଭାଗୀୟ ସ୍ତରରେ ଉଦ୍ୟମ ଚାଲିଛି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି । ଫଳରେ ଏହାର ପ୍ରତିବାଦରେ ସେମାନେ ଧାରଣାକୁ ଓହ୍ଲାଇବାକୁ ବାଧ୍ୟ ହୋଇଥିବା ଆନ୍ଦୋଳନକାରୀମାନେ କହିଛନ୍ତି । ଘନଶ୍ୟାମ ଛନ୍ଦ, କୃଷ୍ଣଦେବ ମହାକୁର, ସନ୍ତୋଷ ମହାକୁର, ଲଳିତ ରଣା, ହୃଷିକେଶ ରଣା, ନିମେଇଁ ମହାପାତ୍ର, ରବୀନ୍ଦ୍ର ମହାକୁର, ତରଣୀସେନ ମହାପାତ୍ର, ଗଙ୍ଗାଧର ଗୁରୁ, ଏକାଦଶିଆ ଛନ୍ଦ, ପୁରୁଷୋତ୍ତମ ଛନ୍ଦ ପ୍ରମୁଖ ଏଥିରେ ସକ୍ରିୟ ଅଂଶଗ୍ରହଣ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri