ଷ୍ଟେଟ ବ୍ୟାଙ୍କ ଶାଖା ଉଚ୍ଛେଦର ପ୍ରତିବାଦ: ଧାରଣାକୁ ଓହ୍ଲାଇଲେ ଉପଭୋକ୍ତା

ବରଗଡ଼ ଅଫିସ୍‌/ଅତାବିରା,୧୧।୯ (ଡି.ଏନ.ଏ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ବୁଗବୁଗାଠାରେ ରହିଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସବିଆଇ)ର ଶାଖା ଉଚ୍ଛେଦ କରାଯିବା ନେଇ ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଏହାର ପ୍ରତିବାଦରେ ବୁଧବାର ଅଞ୍ଚଳର ଉପଭୋକ୍ତାମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ବ୍ୟାଙ୍କର ଶାଖା କାର୍ଯ୍ୟାଳୟ ଆଗରେ ସେମାନେ ଧାରଣାରେ ବସିଛନ୍ତି । ଉକ୍ତ ଶାଖା ଉଚ୍ଛେଦ ପ୍ରକ୍ରିୟା ପ୍ରତ୍ୟାହାର ନ ହେବା ପର୍ଯ୍ୟନ୍ତ ସେମାନେ ଧାରଣାରୁ ଓହରିବେ ନାହିଁ ବୋଲି ଚେତାବନୀ ଦେଇଛନ୍ତି । ଏହି କ୍ରମରେ ସ୍ଥାନୀୟ ଶାଖା ପରିଚାଳକଙ୍କୁ ଉପଭୋକ୍ତାମାନେ ଏକ ସ୍ମାରକପତ୍ର ମଧ୍ୟ ପ୍ରଦାନ କରିଛନ୍ତି ।
ପ୍ରକାଶ ଯେ, ଗ୍ରାମାଞ୍ଚଳ ଲୋକଙ୍କୁ ବ୍ୟାଙ୍କ ସୁବିଧା ସୁଯୋଗ ଯୋଗାଇବା ଉଦ୍ଦେଶ୍ୟରେ ଗତ ୨୦୧୪ ମସିହାରୁ ବୁଗବୁଗାରେ ଏସବିଆଇର ଏକ ଶାଖା ଖୋଲିଥିଲା । ବୁଗବୁଗା ପଞ୍ଚାୟତ କାର୍ଯ୍ୟାଳୟର ରାଜୀବ ଭବନରେ ଏହା ଚାଲୁଛି। ଏହି ବ୍ୟାଙ୍କ ଶାଖା ଉପରେ ବୁଗବୁଗା ପଞ୍ଚାୟତ ଅଧନ ବୁଗବୁଗା, ପାଲିବୁଗବୁଗା, ଗମ୍ଭାଟିକ୍ରା, ଜାମଟିକ୍ରା, କର୍ମୀଟିକ୍ରା, ଭୁତଟିକ୍ରା, ପତ୍ରାପାଲି ସମେତ ଝିଲିମିଣ୍ଡା ଓ କୁଲୁଣ୍ଡା ପଞ୍ଚାୟତର ଲୋକେ ନିର୍ଭର କରି ଆସୁଛନ୍ତି । ପାଖରେ ଆଉ ବ୍ୟାଙ୍କ ସୁବିଧା ନ ଥିବା ଯୋଗୁ ଉକ୍ତ ଶାଖା ଏଠାରେ ଖୋଲାଯିବା ପରେ ଅଞ୍ଚଳବାସୀଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଥିଲା । ମାତ୍ର ବ୍ୟାଙ୍କର ଏହି ଶାଖା ଖୋଲାଯିବା ସାଢ଼େ ୫ବର୍ଷ ପରେ ଏହାକୁ ପୁଣି ଉଚ୍ଛେଦ କରାଯିବା ପାଇଁ ବିଭାଗୀୟ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଛି । ଏପରିକି ଆସନ୍ତା ୧୪ତାରିଖରୁ ବ୍ୟାଙ୍କକୁ ସମ୍ପୂର୍ଣ୍ଣ ଉଠାଇ ଦିଆଯିବ ବୋଲି ଚର୍ଚ୍ଚା ଚାଲିଛି । ଏହା ଜାଣିବା ପରେ ଅଞ୍ଚଳର ବ୍ୟାଙ୍କ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ କୁହୁଳିବାରେ ଲାଗିଛି ।
ଏସ୍‌ବିଆଇର ଉକ୍ତ ଶାଖାକୁ ଉଚ୍ଛେଦ ନ କରିବା ପାଇଁ ପୂର୍ବରୁ ଅଞ୍ଚଳବାସୀ ସ୍ଥାନୀୟ ବିଧାୟିକାଙ୍କଠାରୁ ଆରମ୍ଭ କରି ଜିଲାପାଳ, ବ୍ୟାଙ୍କ କର୍ତ୍ତୃପକ୍ଷଙ୍କୁ ଫେରାଦ ହୋଇଥିଲେ । ମାତ୍ର ଏପର୍ଯ୍ୟନ୍ତ କିଛି ସୁଫଳ ମିଳି ନ ଥିବାବେଳେ ଉକ୍ତ ଶାଖାକୁ ଉଚ୍ଛେଦ କରି ଅତାବିରା ଶାଖା ସହିତ ପୁଣି ମିଶାଇ ଦେବା ପାଇଁ ବିଭାଗୀୟ ସ୍ତରରେ ଉଦ୍ୟମ ଚାଲିଛି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି । ଫଳରେ ଏହାର ପ୍ରତିବାଦରେ ସେମାନେ ଧାରଣାକୁ ଓହ୍ଲାଇବାକୁ ବାଧ୍ୟ ହୋଇଥିବା ଆନ୍ଦୋଳନକାରୀମାନେ କହିଛନ୍ତି । ଘନଶ୍ୟାମ ଛନ୍ଦ, କୃଷ୍ଣଦେବ ମହାକୁର, ସନ୍ତୋଷ ମହାକୁର, ଲଳିତ ରଣା, ହୃଷିକେଶ ରଣା, ନିମେଇଁ ମହାପାତ୍ର, ରବୀନ୍ଦ୍ର ମହାକୁର, ତରଣୀସେନ ମହାପାତ୍ର, ଗଙ୍ଗାଧର ଗୁରୁ, ଏକାଦଶିଆ ଛନ୍ଦ, ପୁରୁଷୋତ୍ତମ ଛନ୍ଦ ପ୍ରମୁଖ ଏଥିରେ ସକ୍ରିୟ ଅଂଶଗ୍ରହଣ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri