Posted inଖେଳ

ଷ୍ଟୋଇନିସଙ୍କ ବିବିଏଲ୍‌ ରେକର୍ଡ

ମେଲବୋର୍ନ, ୧୨।୧ (ପି.ଟି.)-ଅଷ୍ଟ୍ରେଲିଆର ଘରୋଇ ଟି୨୦ ପ୍ରତିଯୋଗିତା ବିଗ୍‌ ବାସ୍‌ ଲିଗ୍‌ (ବିବିଏଲ୍‌) ଇତିହାସରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର ମାର୍କସ ଷ୍ଟୋଇନିସ ସଂଗ୍ରହ କରିଛନ୍ତି। ମେଲବୋର୍ନ ଷ୍ଟାର୍ସ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଷ୍ଟୋଇନିସ ରବିବାର ସିଡ୍‌ନୀ ସିକ୍ସର୍ସ ବିପକ୍ଷରେ ଅପରାଜିତ ୧୪୭ ରନର ମାରାଥନ ଇନିଂସ ଖେଳିଛନ୍ତି। ୩୦ ବର୍ଷୀୟ ଅଷ୍ଟ୍ରେଲୀୟ ଡାହାଣହାତୀ ବ୍ୟାଟ୍ସମ୍ୟାନ ଷ୍ଟୋଇନିସଙ୍କ ଏହି ୭୯ ବଲର ଇନିଂସ ମଧ୍ୟରେ ୧୩ ଚୌକା ଓ ୮ ଛକା ସାମିଲ ରହିଥିଲା। ମେଲବୋର୍ନ ୨୦ ଓଭରରେ ଗୋଟିଏ ଉଇକେଟ୍‌ ହରାଇ ୨୧୯ ରନ କରିଥିବାବେଳେ ସିଡ୍‌ନୀ ସିକ୍ସର୍ସ ୭ ଉଇକେଟ୍‌ ହରାଇ ୧୭୫ ରନ କରିବାକୁ ସମର୍ଥ ହୋଇଥିଲା। ଫଳରେ ମେଲବୋର୍ନ ୪୪ ରନରେ ବିଜୟୀ ଲାଭ କରିଥିଲା। ପୂର୍ବରୁ ବିବିଏଲ୍‌ରେ ବ୍ୟକ୍ତିଗତ ଶ୍ରେଷ୍ଠ ଇନିଂସ ଡି ଆର୍ସି ଶର୍ଟ (୬୯ ବଲ ୧୨୨ ରନ)ଙ୍କ ନାମରେ ରହିଥିଲା। ଏଠାରେ ଉଲ୍ଲେଖଯୋଗ୍ୟ, ଗତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ନିଲାମୀ ପୂର୍ବରୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଷ୍ଟୋଇନିସଙ୍କୁ ଦଳରୁ ରିଲିଜ କରିଥିଲା। କିନ୍ତୁ ଆଇପିଏଲ୍‌ ନିଲାମୀରେ ଦିଲ୍ଲୀ କ୍ୟାପିଟାଲ୍ସ ତାଙ୍କୁ କ୍ରୟ କରିଥିଲା। ସେହିଭଳି ୩ ମ୍ୟାଚ୍‌ବିଶିଷ୍ଟ ଦିନିକିଆ ସିରିଜ ଖେଳିବାକୁ ଭାରତ ଗସ୍ତରେ ଆସିଥିବା ଅଷ୍ଟ୍ରେଲିଆ ଦଳରେ ମଧ୍ୟ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନଙ୍କୁ ସ୍ଥାନ ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

SIRର ଲକ୍ଷ୍ୟ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ: ପ୍ରତି ଘରକୁ ୩ ଥର ଯିବେ ବିଏଲଓ

ଭଞ୍ଜନଗର,୩୦।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସଆଇଆର ଉପରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏନେଇ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଶନିବାର ଏକ…

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

ଖୋଲିବ ହର୍ମୁଜ ପ୍ରଣାଳୀର ତାଲା! ଦ୍ରୁତ ଗତିରେ ଚାଲିବ ଭାରତୀୟ ଜାହାଜ, ଖୁସିରେ ସର୍ବନିମ୍ନ ସ୍ତରକୁ ଖସିଲା…

ନୂଆଦିଲ୍ଲୀ,୩୦।୫: ଖୁସି ଖବର! ଇନ୍ଧନ ସଙ୍କଟ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି। ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିଚୁକ୍ତିର ସମ୍ଭାବନା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri