Posted inଖେଳ

ଷ୍ଟୋକ୍ସଙ୍କୁ ନାଇଟ୍‌ ଉପାଧି ମିଳିବ

ଲଣ୍ଡନ, ୧୭।୭(ପି.ଟି.)- ବିଶ୍ୱକପ୍‌ ହିରୋ ଇଂଲଣ୍ଡ ଅଲ୍‌ରାଉଣ୍ଡର ବେନ୍‌ ଷ୍ଟେକ୍ସଙ୍କୁ ନାଇଟ୍‌ ଉପାଧି ପ୍ରଦାନ କରାଯିବ। ଦିନିକିଆ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଷ୍ଟୋକ୍ସ ଜବରଦସ୍ତ ପ୍ରଦର୍ଶନ କରିଥିଲେ ଓ ଇଂଲଣ୍ଡକୁ ଚାମ୍ପିୟନ କରାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ଏହି ନିର୍ଣ୍ଣାୟକ ମ୍ୟାଚ୍‌ରେ ସେ ୯୮ଟି ବଲର ସମ୍ମୁଖୀନ ହୋଇ ଉପଯୋଗୀ ୮୪ ରନ ସଂଗ୍ରହ କରିଥିଲେ ଓ ମ୍ୟାଚ୍‌କୁ ଟାଇ କରାଇବାରେ ସେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ଷ୍ଟୋକ୍ସଙ୍କ ଏହି ସାହସିକ ପ୍ରଦର୍ଶନ ଇଂଲଣ୍ଡ ପ୍ରଧାନମନ୍ତ୍ରୀ ପଦ ଦୌଡ଼ରେ ଆଗରେ ଥିବା ଦୁଇ ପ୍ରାର୍ଥୀ ବୋରିସ୍‌ ଜନସନ ଓ ଜେରେମି ହଣ୍ଟଙ୍କୁ ବେଶ୍‌ ପ୍ରଭାବିତ କରିଛି।
ଷ୍ଟୋକ୍ସଙ୍କୁ ନାଇଟ ଉପାଧି ମିଳିବା ଉଚିତ ନେଇ ପ୍ରଶ୍ନ ହେବାକୁ ଜନସନ ‘ନିଶ୍ଚିତ ଭାବେ ହଁ’ ବୋଲି ଉତ୍ତର ଦେଇଛନ୍ତି। ହଣ୍ଟ ମଧ୍ୟ ଏହି ପ୍ରଶ୍ନର ସମାନ ଉତ୍ତର ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ଏପର୍ଯ୍ୟନ୍ତ କ୍ରିକେଟରେ ଅବଦାନ ପାଇଁ ୧୧ଜଣ ଇଂଲଣ୍ଡ କ୍ରିକେଟରଙ୍କୁ ନାଇଟ୍‌ ଉପାଧିରେ ଭୂଷିତ କରାଯାଇଛି। ଶେଷଥର ପାଇଁ ପୂର୍ବତନ ଟେଷ୍ଟ ଓ ଦିନିକିଆ ଅଧିନାୟକ ଆଲିଷ୍ଟର କୁକ୍‌ଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା। ୨୮ ବର୍ଷୀୟ ଷ୍ଟୋକ୍ସ ବ୍ରିଷ୍ଟଲରେ ଏକା ମାରପିଟ୍‌ ଘଟଣା ପାଇଁ ତଦନ୍ତର ସମ୍ମୁଖୀନ ହୋଇଥିଲେ ଓ ୨୦୧୭-୧୮ ଆଶେସ ଖେଳିବାରୁ ବଞ୍ଚିତ ହୋଇଥିଲେ। ତେବେ ପରେ ସେ ଏଥିରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ। ଷ୍ଟୋକ୍ସ ସଦ୍ୟସମାପ୍ତ ବିଶ୍ୱକପ୍‌ରେ ମୋଟ ଉପରେ ୪୬୫ ରନ ସଂଗ୍ରହ କରିବା ସହ ୭ଟି ଉଇକେଟ ଅକ୍ତିଆର କରିଥିଲେ। ଅଧିନାୟକ ଇଅନ ମୋର୍ଗାନ ଷ୍ଟୋକ୍ସଙ୍କ ପ୍ରଦର୍ଶନକୁ ଭୂୟସୀ ପ୍ରଶଂସା କରିଛନ୍ତି। ଷ୍ଟୋକ୍ସଙ୍କୁ ସେ ଅସାଧାରଣ ଓ ଅତିମାନବୀୟ ବୋଲି ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri