Posted inଖେଳ

ଷ୍ଟୋକ୍ସ ବିବିସି ସ୍ପୋଟର୍‌ସ ପର୍ସନାଲିଟି ଅଫ୍‌ ଦ ଇୟର

ଲଣ୍ଡନ,୧୬।୧୨- ବିବିସି ସ୍ପୋଟର୍‌ସ ପର୍ସନାଲିଟି ଅଫ୍‌ ଦ ଇୟର ପୁରସ୍କାରରେ ଇଂଲଣ୍ଡ କ୍ରିକେଟ ହ୍ୟାଟ୍ରିକ କରିଛି। ବିଶ୍ୱକପ୍‌ ଚାମ୍ପିୟନ ଇଂଲଣ୍ଡକୁ ବର୍ଷର ଶ୍ରେଷ୍ଠ ଦଳ ଓ ମ୍ୟାନ୍‌ ଅଫ୍‌ ଦ ଫାଇନାଲ୍‌ ଭାବେ ବେନ୍‌ ଷ୍ଟୋକ୍ସଙ୍କୁ ବର୍ଷର ଶ୍ରେଷ୍ଠ କ୍ରୀଡ଼ା ବ୍ୟକ୍ତିତ୍ୱ ପୁରସ୍କାର ମିଳିଛି। ବିଶ୍ୱକପ୍‌ ଫାଇନାଲରେ ମାର୍ଟିନ ଗୁପ୍‌ଟିଲଙ୍କ ଦ୍ୱାରା ଜୋସ୍‌ ବଟଲର ରନ୍‌ଆଉଟ୍‌ ହେବା ସମୟକୁ ଚଳିତବର୍ଷ କ୍ରୀଡ଼ାର ଶ୍ରେଷ୍ଠ ମୁହୂର୍ତ୍ତ ଭାବେ ଚୟନ କରାଯାଇଛି।
ମୁଖ୍ୟ କ୍ରୀଡ଼ା ବ୍ୟକ୍ତିତ୍ୱ ପୁରସ୍କାର ପାଇଁ ବର୍ଷରେ କେଉଁ ଖେଳାଳିଙ୍କ ପ୍ରଦର୍ଶନ ସବୁଠୁ ଆକର୍ଷଣୀୟ ଥିଲା, ତାହା କ୍ରିକେଟ ପ୍ରଶଂସକଙ୍କ ଦ୍ୱାରା ଚୟନ କରାଯାଏ। ପୂର୍ବରୁ ଟେନିସ୍‌ ଖେଳାଳି ଆଣ୍ଡି ମୁରେ, ଜନି ଓ୍ବିକିନ୍‌ସନ ଓ ଷ୍ଟିଭ ରେଡ୍‌ଗ୍ରଭେଙ୍କୁ ଏହି ପୁରସ୍କାର ମିଳିଥିଲା। ଚଳିତବର୍ଷ ଫର୍ମୁଲା ଓ୍ବାନ୍‌ ଷ୍ଟାର ଲୁଇସ୍‌ ହାମିଲଟନ ଓ ଆଥ୍‌ଲେଟ ଡାଇନା ଆଶର ସ୍ମିଥ୍‌ଙ୍କୁ ପଛରେ ପକାଇ ଷ୍ଟୋକ୍ସ ଏହି ସଫଳତା ପାଇଛନ୍ତି। ଉଲ୍ଲେଖଥାଉ କି, ଷ୍ଟୋକ୍ସଙ୍କ ଯୋଗୁ ବିଶ୍ୱକପ୍‌ ଫାଇନାଲ ସୁପର ଓଭରରେ ଦଳ ପ୍ରବେଶ କରିଥିଲା। ଏହାର ମାସକ ପରେ ତାଙ୍କ ଚମତ୍କାର ପ୍ରଦର୍ଶନ ବଳରେ ଆଶେସ୍‌ ସିରିଜ୍‌କୁ ଇଂଲଣ୍ଡ ଡ୍ର’ ରଖିପାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମାରୁତି ସୁଜୁକି ନୂଆ ବାଲେନୋର ବଜାର ପ୍ରବେଶ

ଭୁବନେଶ୍ୱର,୯ା୯: ମାରୁତି ସୁଜୁକି ଇଣ୍ଡିଆ ପ୍ରସ୍ତୁତ ବାଲେନୋର ନୂତନ ଭର୍ସନ ମଙ୍ଗଳବାର ରାଜଭବନ ନିକଟସ୍ଥ ନେକ୍ସା(ନାରାୟଣୀ ମୋଟର୍ସ) ଏବଂ ହଂସପାଳ ଶୋ’ରୁମ୍‌ରେ ଉନ୍ମୋଚନ କରାଯାଇଛି। ଏହି ନୂତନ…

ଓମ୍‌ଫେଡ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଦୁଗ୍ଧଚାଷୀଙ୍କୁ ଲିଟର ପ୍ରତି ୨ ଟଙ୍କା ଅଧିକ ମିଳିବ

ଭୁବନେଶ୍ୱର,୯ା୯: ରାଜ୍ୟର ଦୁଗ୍ଧଚାଷୀମାନଙ୍କ ଜୀବିକା, ଆୟ ଓ ସ୍ବାର୍ଥକୁ ପ୍ରାଥମିକତା ଦେଇ ଓମ୍‌ଫେଡ୍‌ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୧ ତାରିଖରୁ ଚାଷୀମାନଙ୍କଠାରୁ ଦୁଗ୍ଧ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବିବାହ ପରେ ଏହି ୨ ରାଶିଙ୍କର ଖୋଲେ ଭାଗ୍ୟର ତାଲା, ହୁଅନ୍ତି କୋଟିପତି! ଜୀବନରେ ଆସେ ଧନ-ଐଶ୍ୱର୍ଯ୍ୟ

ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟେକ ରାଶିର ନିଜସ୍ବ ଗୁଣ ଓ ଗ୍ରହ ପ୍ରଭାବ ରହିଛି। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, କିଛି ରାଶିର ଲୋକଙ୍କ ପାଇଁ ବିବାହ ପରେ ଧନ,…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

୪୮ ଘଣ୍ଟା ପରେ ବଦଳିବ ଗ୍ରହଙ୍କ ଚଳନ: ଫେବୃଆରୀ ୨୦୨୭ ଯାଏ ବୃଷ ସମେତ ୪ ରାଶିଙ୍କୁ ମିଳିବ ଅପ୍ରତ୍ୟାଶିତ ଲାଭ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ୟୁରେନସ୍‌କୁ ଅରୁଣ ଗ୍ରହ ବୋଲି କୁହାଯାଏ। ଆଧୁନିକ ଏବଂ ପାଶ୍ଚାତ୍ୟ ଜ୍ୟୋତିଷରେ ଏହି ଗ୍ରହକୁ ଅଚାନକ ପରିବର୍ତ୍ତନ, ନୂଆ ପରିସ୍ଥିତି ଓ ଅପ୍ରତ୍ୟାଶିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri