ଷ୍ଟ୍ରେଚରରେ ନଦୀପାର ହେଲେ ଗର୍ଭବତୀ

ମୁନିଗୁଡା,୩୧ା୮(ଡ଼ି.ଏନ.ଏ): ଗାଁକୁ ରାସ୍ତା ନାହିଁ। ଅଧାବାଟରେ ଅଟକିଲା ଆସି ଆମ୍ବୁଲାନ୍ସ। ତେଣୁ ଷ୍ଟ୍ରେଚରରେ ବିପଜ୍ଜନକ ଭାବେ ନଦୀ ପାର ହୋଇ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆସିଲେ ଗର୍ଭବତୀ। ପରେ ଆମ୍ବୁଲାନ୍ସରେ ତାଙ୍କୁ ଆମ୍ବାଦୋଳା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଗଲା। ସେଠାରେ ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଉଭୟ ମାଆ ଓ ଶିଶୁ ସୁସ୍ଥ ଥିବା ଜଣାଯାଇଛି। ଏପରି ଦେଖିବାକୁ ମିଳିଛି ରାୟଗଡା ଜିଲା ମୁନିଗୁଡା ବ୍ଲକ ଇଚ୍ଛାପୁର ପଞ୍ଚାୟତର କାଡାଘାଟି ଗ୍ରାମରେ ।
ଶନିବାର ସକାଳେ ଉକ୍ତ ଗ୍ରାମର କୈଳାସ ସୂର୍ଯ୍ୟ ପ୍ରକାଶଙ୍କ ସ୍ତ୍ରୀ ସସ୍ମିତାଙ୍କ ପ୍ରସବଜନିତ ଯନ୍ତ୍ରଣା ଆରମ୍ଭ ହୋଇଥିଲା। କୈଳାସ ସଙ୍ଗେ ସଙ୍ଗେ ଆଶା ଦିଦି ଓ ଅଙ୍ଗନବାଡ଼ି କର୍ମୀଙ୍କୁ ଜଣାଇଥିଲେ। ଆଶା ଦିଦି ପହଞ୍ଚତ୍ ସସ୍ମିତାଙ୍କୁ ତୁରନ୍ତ ମେଡିକାଲ ନେବାକୁ ପଡିବ ବୋଲି କହିବା ସହ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ।ଗାଁକୁ ଗମନାଗମନର ସୁବିଧା ନ ଥିବାରୁ ଡ଼ାଲଭଟ୍ଟା ଛକରେ ଆସି ଅଟକିଥିଲା ଆମ୍ବୁଲାନ୍ସ। କୌଣସି ଉପାୟ ନ ପାଇ ବାଧ୍ୟ ହୋଇ ପରିବାର ଓ ସମ୍ପର୍କୀୟମାନେ ସସ୍ମିତାଙ୍କୁ ଏକ ଷ୍ଟ୍ରେଚରରେ ବିପଜ୍ଜନକ ଭାବେ ନଦୀ ପାର କରି ଡାଲଭଟ୍ଟା ଛକ ପର୍ଯ୍ୟନ୍ତ ଆଣିଥିଲେ। ସେଠାରୁ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଆମ୍ବାଦୋଳା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। କିଛି ସମୟ ପରେ ସସ୍ମିତା ଏକ ଶିଶୁ ପୁତ୍ରକୁ ଜନ୍ମ ଦେଇଥିଲେ। ସୂଚନାଯୋଗ୍ୟ ଯେ, କାଡାଘାଟି ଗ୍ରାମ ନିକଟରେ ଥିବା ନଦୀରେ ଏକ ବ୍ରିଜ ନିର୍ମାଣ ନେଇ ଗ୍ରାମବାସୀ ବାରମ୍ବାର ଦାବି କରି ଆସୁଛନ୍ତି। ହେଲେ ସେମାନଙ୍କ କଥାକୁ କେହି ଗୁୁରୁତ୍ୱ ଦେଉ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। କାଡାଘାଟି ନଦୀରେ ଏକ ବ୍ରିଜ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri