ସଂକ୍ରମଣ ବ୍ୟାପିଲେ ସମ୍ଭାଳି ହେବନାହିଁ: ଏଥିଲାଗି ଜନତା କର୍ଫ୍ୟୁ ଗୋଟିଏ ଦିନ, ଲକ୍‌ଡାଉନ୍‌ ସାତ ଦିନ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ଜନତା କର୍ଫ୍ୟୁ’ ପାଇଁ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ରବିବାରଠାରୁ ଲକ୍‌ଡାଉନ୍‌ ପାଇଁ ଘୋଷଣା କରିଛନ୍ତି। ଉଭୟଙ୍କ ମଧ୍ୟରେ ତଫାତ ରହିଛି। ଜନତା କର୍ଫ୍ୟୁ ଗୋଟିଏ ଦିନ ପାଇଁ ଚାଲିବାକୁ ଥିବା ବେଳେ ଲକ୍‌ଡାଉନ୍‌ ସାତ ଦିନ ପାଇଁ ରହିବ। ଜନତା କର୍ଫ୍ୟୁ ସମୟରେ ଟ୍ରେନ୍‌, ବିମାନସେବା ଆଦି ଚାଲିବ ନାହିଁ। ହେଲେ ଲକ୍‌ଡାଉନ୍‌ରେ ଏଗୁଡ଼ିକ ଚାଲିବ। ୪.୫ କୋଟି ଓଡ଼ିଆଙ୍କ ସୁରକ୍ଷା ସରକାରଙ୍କର ସବୁଠୁ ବଡ଼ ଦାୟିତ୍ୱ। ଆମେ ବଞ୍ଚିଲେ ସ୍ଥିରତା ଆସିବ। ଲକ୍‌ଡାଉନ୍‌ ସମୟରେ ଜନଜୀବନରେ ଅସୁବିଧା ହେବ। ହେଲେ ନିଜକୁ, ପରିବାରକୁ ଜାତିକୁ ବଞ୍ଚାଇବା ଲାଗି ଏହା ଆଜିର ନାଗରିକଙ୍କ ଦାୟିତ୍ୱ। ଆଖପାଖକୁ ଚାହିଁବା ସହ ସମସ୍ତଙ୍କୁ ସାଙ୍ଗରେ ନେଇ ମହାମାରୀରୁ ମୁକ୍ତି ପାଇହେବ।

ଏହି ସମୟରେ କୌଣସି ବ୍ୟକ୍ତିର ଦରମା କାଟିବେ ନାହିଁ ବୋଲି ସମସ୍ତ ବେସରକାରୀ ସଂସ୍ଥାମାନଙ୍କୁ ସରକାର ଜଣାଇଛନ୍ତି। ମଜୁରୀରେ କାମ କରୁଥିବା ସମସ୍ତଙ୍କୁ ସାହାଯ୍ୟର ହାତ ବଢ଼ାଇବା ଉଚିତ। ଦେଖିବାକୁ ଗଲେ ଏବେ ଭଗବାନ ପରୀକ୍ଷା ନେଉଛନ୍ତି ବୋଲି ପୁଣ୍ୟ କରିବାର ସମୟ ବୋଲି ଶନିବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।
କାଲିଫର୍ଣ୍ଣିଆ ହେଉଛିି ବିଶ୍ୱର ସବୁଠାରୁ ଧନୀ ରାଜ୍ୟ। ସେଠାକାର ଜନସଂଖ୍ୟା ୪ କୋଟି। ଏବେ ସମ୍ପୂର୍ଣ୍ଣ ୪ କୋଟି ଲୋକ ଲକ୍‌ଡାଉନ୍‌ରେ ଅଛନ୍ତି। କାରଣ ସଂକ୍ରମଣ ହେଲେ କୌଣସି ସରକାରୀ ବ୍ୟବସ୍ଥା ସମ୍ଭାଳିପାରିବେ ନାହିଁ। ଏଣୁ ସରକାରଙ୍କୁ କରୋନା ମୁକାବିଲା କରିବା ଦିଗରେ ସହଯୋଗ କରନ୍ତୁ ବୋଲି ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri