ସଂକ୍ରମଣ ଭୟ ନ କରି କାମରେ ବ୍ୟସ୍ତ ପୌର କର୍ମଚାରୀ

ଖୋର୍ଦ୍ଧା ଅଫିସ,୫ା୪ : ସାରା ବିଶ୍ୱ ଏବେ କରୋନା ଆତଙ୍କରେ କବଳିତ। କୋଭିଡ-୧୯ ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶରେ ଲକଡାଉନ ବଳବତ୍ତର ରହିଛି। ରାଜ୍ୟରେ ସଂକ୍ରମିତ ସଂଖ୍ୟା ବଢ଼ୁଥିବା ଦେଖି ସରକାରଙ୍କ ପକ୍ଷରୁ ସତର୍କତମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଅତ୍ୟାବଶ୍ୟକ ସାମଗ୍ରୀକୁ ବାଦ ଦେଇ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ସକାଳ ପରିବା ବଜାର ଗହଳିକୁ ବାଦ ଦେଲେ ଅନ୍ୟ ସମୟରେ ରାସ୍ତାଘାଟ ସମ୍ପୂର୍ଣ୍ଣ ଖଁା ଖାଁ। ସଂକ୍ରମଣକୁ ନେଇ ଚାରିଆଡ଼େ ଲୋକଙ୍କ ମନରେ ଭୟର ବାତାବରଣ ରହିଛି। ଏହି ସମୟରେ ପୌର ପରିଷଦ ଅଧୀନ ସଫେଇ କର୍ମଚାରୀମାନେ ନିଜ କର୍ତ୍ତବ୍ୟରେ ଟିକେ ବି ଅବହେଳା ନ କରି ଦିନରାତି ନିଜ କାର୍ଯ୍ୟ କରିଚାଲିଛନ୍ତି। ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ୱେତପଦ୍ମା ଶତପଥୀ କୁହନ୍ତି, କରୋନା ମୁକାବିଲା ଲାଗି ୧୭୪ ଜଣ କର୍ମଚାରୀ ନିୟୋଜିତ ଅଛନ୍ତି। ସକାଳ ସମୟରେ ସାହି ଗଳିକନ୍ଦି ଅଳିଆ ଉଠାଇବା, ଜନଗହଳି ସ୍ଥାନରେ ବ୍ଳିଚିଂ, ଅସ୍ଥାୟୀ ପରିବା ହାଟରେ ପରିମଳ, ସହରର ସ୍ବଚ୍ଛତା, ଅସହାୟ, ଗରିବ, ନିରାଶ୍ରୟଙ୍କୁ ଖାଦ୍ୟ ପ୍ରଦାନ, ସହରକୁ ସାନିଟାଇଜର, ସନ୍ଧ୍ୟାରେ ମେଶିନ ଦ୍ୱାରା ଧୂଆଁ ସ୍ପ୍ରେ ଆଦି କାର୍ଯ୍ୟରେ ଲାଗିଛନ୍ତି। କରୋନା ଭୂତାଣୁ ନେଇ ସାରା ବିଶ୍ୱରେ ଏକ ଘଡ଼ି ସନ୍ଧି ମୂହୁର୍ତ୍ତ ଦେଇ ଗତି କରୁଛି। କୌଣସି କାମ ନ ଥିଲେ ଘରେ ରହିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଉଛି। ଜନସାଧାରଣ ଘରେ ପରିବାର ସହ ସମୟ ବିତାଉଥିବାବେଳେ ଅନ୍ୟପଟେ ପୌର କର୍ମଚାରୀମାନେ ନିଜ କାର୍ଯ୍ୟରେ ବ୍ୟସ୍ତ ରହୁଥିବା ଦେଖିବାକୁ ମିଳିଛି। ଏ ନେଇ ଜଣେ ମହିଳା କର୍ମଚାରୀ କୁହନ୍ତି ବର୍ତ୍ତମାନ ସାରା ବିଶ୍ୱ କୋଭିଡ-୧୯ ଭୂତାଣୁ ଆତଙ୍କରେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଏଣୁ ଆମକୁ କାମ କରିବାକୁ ପଡ଼ିବ। ପୂର୍ବରୁ ଫାଇଲିନରେ କାମ କରୁଥିଲୁ। ଏବେ ଏହି କାମରେ ଲାଗିଥିବାରୁ ମୁ ନିଜକୁ ଗର୍ବ ଅନୁଭବ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?