ସଂକ୍ରମିତଙ୍କୁ ଚିକିତ୍ସା କରୁଥିବା ଡାକ୍ତର ୮ ଘଣ୍ଟାରୁ ଅଧିକ ସମୟ ପର୍ଯ୍ୟନ୍ତ ଯାଇପାରୁ ନାହାଁନ୍ତି ଶୌଚାଳୟ: ପିନ୍ଧୁଛନ୍ତି ଆଡଲ୍ଟ ଡାଏପର

ନୂଆଦିଲ୍ଲୀ,୨୩।୪: କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ନିୟୋଜିତ ହୋଇଥିବା ଡାକ୍ତର ନିଜ ଜୀବନକୁ ତୁଛ ମଣି କାର୍ଯ୍ୟ କରୁଛନ୍ତି। ଏପରିସ୍ଥଳେ କେତେକ ସ୍ଥାନରେ ସେମାନଙ୍କୁ ସାଧାରଣ ଲୋକେ ମାଡ଼ ମାରୁଥିତ୍ବା, ଟେକାପଥର ଫିଙ୍ଗୁଥିବା ଭଳି ଘଟଣାମାନ ଘଟୁଛି। ତେବେ ଏହି କରୋନା ଯୋଦ୍ଧାଙ୍କ ଜୀବନ ଶୈଳୀ ସମ୍ପର୍କରେ ଜାଣିଲେ ଯେ କେହି ନିଶ୍ଚିତ ଦୁଃଖୀ ହୋଇଯିବେ। ସେମାନେ ବ୍ୟକ୍ତିଗତ ସୁରକ୍ଷା କିଟ୍‌(ପିପିଇ) ପିନ୍ଧିବା ପରେ ୮ ଘଣ୍ଟାରୁ ଅଧିକ ସମୟ ପର୍ଯ୍ୟନ୍ତ ଶୌଚାଳୟ ଯାଇପାରୁ ନାହାଁନ୍ତି। ପିପିଇକୁ ଥରେ ଖୋଲିଲେ ଏହା ନଷ୍ଟ ହୋଇଯାଇଥାଏ। ଏହାର ଦାମ ୧୦୦୦ ଟଙ୍କା ପାଖାପାଖି ହୋଇଥିବାରୁ ଡାକ୍ତର, ନର୍ସ ଏବଂ ସ୍ବାସ୍ଥ୍ୟକର୍ମୀ ଏହାକୁ ପିନ୍ଧି ନିରନ୍ତର କାମ କରିଥାନ୍ତି। କେହିକେହି ଏହାକୁ ବୁଲେଟ୍‌ ପ୍ରୁଫ୍‌ ଜ୍ୟାକେଟ ଭଳି ହୋଇଥିବା କହିଛନ୍ତି। ଏହାକୁ ପିନ୍ଧି ବିନା ଏସି ଏବଂ ଫ୍ୟାନ୍‌ ଲଗାଯାଇ ନ ଥିବା ସଂକ୍ରମିତଙ୍କ ଚିକିତ୍ସା କରିବା ଅତ୍ୟନ୍ତ କଷ୍ଟସାଧ୍ୟ। ଏହାକୁ ପିନ୍ଧିଲେ ପ୍ରବଳ ଗରମ ଅନୁଭବ ହୋଇ ଝାଳ ବୋହିଥାଏ। ଦୀର୍ଘ ସମୟ ଧରି ଶୌଚାଳୟ ଯାଇପାରୁ ନ ଥିବାରୁ ସେମାନେ ଆଡଲ୍ଟ ଡାଏପର ପିନ୍ଧିବାକୁ ବାଧ୍ୟ ହେଉଛନ୍ତି। ସେହିପରି ଘରକୁ ଗଲେ ପରିବାର ସଦସ୍ୟଙ୍କ ସଂକ୍ରମଣ ହେବା ଭୟରେ ଦିଲ୍ଲୀରେ ଡାକ୍ତର, ନର୍ସ, ସ୍ବାସ୍ଥ୍ୟକର୍ମୀଙ୍କୁ ଏକ ପଞ୍ଚତାରକା ହୋଟେଲର ରଖାଯାଇଛି ବୋଲି ଡାକ୍ତର ସୁମିତ କୁମାର ଏବଂ ଛବି ଗୁପ୍ତା ସୂଚନା ଦେଇଛନ୍ତି। କେତେକ ମାଲିକ ସଂକ୍ରମଣ ଭୟରେ କିଛି ଡାକ୍ତରଙ୍କୁ ଭଡ଼ା ଘର ଛାଡ଼ିବାକୁ କହୁଥିବା ହିନ୍ଦୁରାୟ ହସ୍ପିଟାଲର ଡାକ୍ତର ପୀୟୂଷ ସିଂ କହିଛନ୍ତି। ଆମେ ନିଜ ପରିବାର ଚିନ୍ତା ଛାଡ଼ି ଲୋକଙ୍କ ଚିକିତ୍ସା କରୁଥିବାବେଳେ କେତେକଙ୍କର ଏଭଳି ମନୋଭାବ ଆମକୁ ଆଘାତ ଦେଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri